PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିଶୁ ଅପହରଣ ଉଦ୍ୟମ ପଣ୍ଡ, ବାଇକ ରୁ ଲମ୍ଫ ମାରି ଦୁର୍ବୃତ୍ତଙ୍କ କବଳରୁ ମୁକୁଳିଲା ୧୨ ବର୍ଷର ଶିଶୁ ପୁତ୍ର, ଜଗତସିଂହପୁର ଥାନାରେ ମାମଲା।
  • ||
  • ଢେଙ୍କାନାଳ: ସାଇକୃପା ଆବାସିକ ମହାବିଦ୍ୟାଳୟରୁ ୪ଜଣ ଛାତ୍ର କୋଭିଡ ପଜିଟିଭ ଚିହ୍ନଟ, ଆରଟିପିସିଆର ଟେଷ୍ଟ ପାଇଁ ୨୬୦ ଜଣଙ୍କର ସାମ୍ପଲ ପାଠାଗଲା
  • ||
  • କମ୍ପିବ ବିଧାନସଭା: ମମିତା ମେହେର ହତ୍ୟା ଘଟଣା, ଧାନମଣ୍ଡି ଅବ୍ୟବସ୍ଥା, ଦୁର୍ନୀତି ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବିଜେପି
  • ||
  • ନରସିଂହପୁର: ପିଉସୀ ଘରକୁ ବୁଲିବାକୁ ଆସିଥିବା ବେଳେ କୂଅରେ ପଡ଼ି ଚାଲିଗଲା ବାଳକ ଜୀବନ
  • ||
  • ନରସିଂହପୁର: ନରସିଂହପୁରରେ ମାତିଲେ ଦୁର୍ବୁତ୍ତ, ସ୍କାଏ ଲାଇଟ ଭାଙ୍ଗି ଲୁଟିନେଲେ ଟଙ୍କା ଆସବାବପତ୍ର
  • ||
  • ଜଗତସିଂହପୁର : ଆରମ୍ଭ ହେଲା ୨ଦିନିଆ ସାଗର କବଚ ଓଡି -୨୧ ସମରାଭ୍ୟାସ
  • ||
  • ଚନ୍ଦ୍ରଶେଖରପୁର : ଜଣଙ୍କ ପାଇଁ ଦୁଇ ପ୍ରେମିକ ମଧ୍ୟରେ ହଣାମରା, ବିଚ୍ ରାସ୍ତାରେ ଚାଲିଲା ଖଣ୍ଡଯୁଦ୍ଧ
  • ||
  • ସୋନପୁର : ସୋନପୁରରେ ଇଷ୍ଟଦେବୀ ସୁରେଶ୍ଵରୀ ମନ୍ଦିରରୁ ଚୋରି
  • ||
  • ଭୁବନେଶ୍ୱର : ଆଜି ଅଭିନେତ୍ରୀ ଗୁନ୍‌ଗୁନ୍‌ଙ୍କ ବିବାହ, ଅଭିସ୍ମିତଙ୍କ ସହ ପଡିବ ହାତଗଣ୍ଠି
  • ||
  • ଭୁବନେଶ୍ୱର : ଆସୁଛି ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’, ୩ ତାରିଖ ଯାଏଁ ଥରାଇବ ଶୀତ, ୪ରେ ନିର୍ଧୁମ ବର୍ଷା ସମ୍ଭାବନା
  • ||
  • ସୁକିନ୍ଦା : ଶତାୟୁ ପଦ୍ମଶ୍ରୀ ନନ୍ଦ ସାର୍ କରୋନା ସଂକ୍ରମିତ, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||

ମମିତା ମେହେର ମୃତ୍ୟୁ ମାମଲା : ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ମାମଲା ରୁଜୁ

କଟକ ୨୧।୧୦: ହାଇକୋର୍ଟରେ ପହଞ୍ଚିଲା ମହାଲିଙ୍ଗ୍ ସ୍ଥିତ ସନସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲା । ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଜନସ୍ବାର୍ଥ ମାମଲା ଦାୟର ହୋଇଛି ।

ମାମଲାର ସିବିଆଇ ତଦନ୍ତ ଦାବି ସହ ପୀଡିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାରେ ଦର୍ଶାଯାଇଛି । ମମିତା ମୃତ୍ୟୁ ମାମଲାର ନିରପେକ୍ଷ ତଦନ୍ତ ସହ ଦୋଷୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କୋର୍ଟଙ୍କୁ ଅନୁରୋଧ କରାଯାଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ହୋଇଥିବା ଜନସ୍ବାର୍ଥ ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ବଲାଙ୍ଗୀର ଏସପିଙ୍କ ସମେତ ୯ ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାକୁ ନେଇ ଜୋର ଧରିଛି ରାଜନୀତି । ଏହି ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ପରେ ତାଙ୍କ ବହିଷ୍କାର ଦାବିରେ ବିରୋଧୀ ତୁମ୍ବିତୋଫାନ କରୁଛନ୍ତି । ଶୁଣାଯାଉଛି ମନ୍ତ୍ରୀ ପଦ ହରାଇ ପାରନ୍ତି ଦିବ୍ୟଶଙ୍କର । କଳାହାଣ୍ଡି ମହାଲିଙ୍ଗ ହାଇସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟାରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଘନିଷ୍ଠ ସହଯୋଗୀର ସମ୍ପୃକ୍ତି ନେଇ ବିରୋଧୀ କଂଗ୍ରେସ ଓ ବିଜେପି ଇସ୍ତଫା ଦାବି କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ଏହାକୁ ଖୁବ ଗମ୍ଭୀରତାର ସହ ନେଇଥିବା ସୂଚନା ମିଳିଛି ।

ସମ୍ବନ୍ଧିତ ଖବର