PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଆଜି ଅପରାହ୍ନ ୫ଟାରେ କୋଭିଡ଼ ନେଇ ସମିକ୍ଷା କରି​‌ବେ ମୁଖ୍ୟମନ୍ତ୍ରୀ
  • ||
  • ପଞ୍ଜାବ ନିର୍ବାଚନ: ପଞ୍ଜାବ ପାଇଁ ଆପ୍‌ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା, ମୁଖ୍ୟମନ୍ତ୍ରୀ ଚେହେରା ହେଲେ ଭାଗୱତ ମାନ୍
  • ||
  • ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ବଡ଼ ଘୋଷଣା, ଡ୍ୟୁଟିରେ ଥାଇ ମୃତ୍ୟୁ ହେଲେ ମିଳିବ ୩୦ଲକ୍ଷ ଅନୁକୁମ୍ପା
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୮୦ ହଜାର ଟପିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୧,୦୮୬ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ଵର : ଏଟିଏମ୍‌ରୁ ଲୁଟ୍ ଉଦ୍ୟମ ବେଳେ ଧରାପଡ଼ିଲେ ୨ ଯୁବକ, ଗ୍ୟାସ୍ କଟର ମେସିନ୍ ଜବତ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗାଏବ ହେବ ଶୀତ, ୨ ଦିନ ଘନ କୁହୁଡ଼ି, ୨୩ରୁ ବର୍ଷା ସମ୍ଭାବନା
  • ||
  • କଣ୍ଟାବାଞ୍ଜି : ବାଇକ୍ ଦୁର୍ଘଟଣାଗ୍ରସ୍ତ, ୨ ବାଇକ୍ ଆରୋହୀ ମୃତ
  • ||
  • ଚେନ୍ନାଇ : ୧୮ ବର୍ଷର ବୈବାହିକ ସମ୍ପର୍କରେ ପୂର୍ଣ୍ଣଛେଦ ପକାଇଲେ ସାଉଥ୍ ସୁପରଷ୍ଟାର ଧନୁଷ-ଐଶ୍ଵର୍ଯ୍ୟା, ଟ୍ଵିଟ୍ କରି ଦେଲେ ସୂଚନା
  • ||
  • ଲମତାପୁଟ : ପିକଅପ୍ ଭ୍ୟାନ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||

ଯୁକ୍ତ ଦୁଇ ପରୀକ୍ଷା ବାତିଲ, ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ଵପୂର୍ଣ୍ଣ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୦୪/୦୬ : ବାତିଲ ହେଲା ଦ୍ଵାଦଶ ଶ୍ରେଣୀ ପରୀକ୍ଷା। ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାରା ଦେଶରେ କୋଭିଡ ମହାମାରୀର ଦ୍ଵିତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ଵରେ ରହିଛି ମଣିଷ ଜୀବନର ସୁରକ୍ଷା । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ଵାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ଵାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ । ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ଵାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ଵପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ଵାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ, ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି । ଦ୍ଵାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ଵାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।