PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ: ୭ ଦିନ ପାଇଁ ସମସ୍ତ ଧର୍ମାନୁଷ୍ଠାନ, ସର୍ବସାଧାରଣ ସ୍ଥାନ ଯଥା- ପାର୍କ ସମୁଦ୍ରକୂଳ ବନ୍ଦ ନିର୍ଦ୍ଦେଶ, ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ସର୍ବସାଧାରଣରେ ମନା
  • ||
  • ମାଲକାନଗିରି: ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ପାପରମେଟଲା ଥାନା ଅନ୍ତର୍ଗତ ଜାମୁଝାଡୀ ଜଙ୍ଗଲରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର
  • ||
  • କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଯାଜପୁର: ଡଙ୍କାରୀରେ ବଡ ଧରଣର ଚଢ଼ାଉ, କଳାପଥର ଗାଡି ଜବତ, ଏକାଧିକ ଲୁଟେରା ଗିରଫ
  • ||
  • ବୋଲଗଡ଼: ବାଇକ୍- ବୁଲେଟ ମୁଁହା ମୁଁହି ଧକ୍କା, ୨ ଗୁରୁତର
  • ||
  • ଆଇପିଏଲ୍‌ର-୧୪: ଆଜି ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ ରାଇଡର୍ସ
  • ||
  • କରଞ୍ଜିଆର ଥାନା ବୁଢୀଗାଁରର ଘଟଣା- ସ୍ତ୍ରୀ ଓ ସ୍ତ୍ରୀର ପ୍ରେମିକକୁ କଟୁରିରେ ହାଣିଲା ସ୍ୱାମୀ , ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ବାଲେଶ୍ୱରରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ସମୀକ୍ଷା
  • ||
  • ରାଜ୍ୟ: ପୁଣି ୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୩୦କୁ ଛୁଇଁଲା
  • ||
  • ଓଡ଼ିଶାରେ ଆଜି ୧୭୮୪ କରୋନା ପଜିଟିଭ୍‌ ଚିହ୍ନଟ, କ୍ୱାରାଣ୍ଟାଇନ୍‌ରୁ ୧୦୩୫ , ଲୋକାଲ କଣ୍ଟାକ୍ଟରୁ ୭୪୯ ଚିହ୍ନଟ
  • ||
  • ଆଜି ଭୁବନେଶ୍ୱରରୁ ୧୯୦ କରୋନା ପଜିଟିଭ ଟିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୮ ଓ ଲୋକାଲ କଣ୍ଟାକ୍ଟରୁ ୧୫୨ସଂକ୍ରମିତ
  • ||

କରୋନା ଭୟ: ମାର୍ଚ୍ଚ ୧ରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ଅନ୍‌ଲାଇନ୍‌ ପଢ଼ାପଠା, ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ପ୍ରମୁଖ ସଚିବଙ୍କ ଚିଠି

ଭୁବନେଶ୍ୱର,୨୫/୦୨: ମାର୍ଚ୍ଚ ୧ରୁ ଯୁକ୍ତ ତିନି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ରାଜ୍ୟ ଉଚ୍ଚଶିକ୍ଷା ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ।

ଚିଠିରେ ଉଲ୍ଲେଖ ରହିଛି ଯେ, ଯୁକ୍ତ ୩ (ସ୍ନାତକ) ଓ ପିଜି (ସ୍ନାତକୋତ୍ତର) ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ଫିଜିକାଲ୍‌ କ୍ଲାସ ଜାନୁଆରୀ ୧୧ରୁ ଆରମ୍ଭ ହୋଇଥିବା ବେଳେ ଫେବ୍ରୁଆରୀ ୧୦ରୁ ପିଜି ପ୍ରଥମ ଓ ଯୁକ୍ତ ୩ର ଦ୍ୱିତୀୟ ଏବଂ ତୃତୀୟ (୪ ବର୍ଷର ସ୍ନାତକ ପାଠ୍ୟକ୍ରମ) ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପଢ଼ା ଆରମ୍ଭ ହୋଇଛି । ବର୍ତ୍ତମାନ କରୋନା ସ୍ଥିତି ନିୟନ୍ତ୍ରଣରେ ନଥିବାରୁ ଯୁକ୍ତ ୩ ପ୍ରଥମ ବର୍ଷ ତଥା ନୂତନ ଭାବେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ (ଫିଜିକାଲ୍‌) ପାଠପଢ଼ା ସମ୍ଭବ ନୁହଁ । ସେମାନଙ୍କୁ ଅନଲାଇନ ପଢ଼ା ତୁରନ୍ତ ଆରମ୍ଭ କରିବାର ଆବଶ୍ୟକତା ରହିଛି । ନଚେତ ସେମାନଙ୍କ ପାଠପଢ଼ା ଗୁରୁତର ପ୍ରଭାବିତ ହେବ । ତେଣୁ ମାର୍ଚ୍ଚ ୧ରୁ ସେମାନଙ୍କୁ ଅନ୍‌ଲାଇନ୍‌ରେ ପଢ଼ାଇବା ପାଇଁ ବିଭାଗ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଚିଠି ଲେଖିଛି । ବିଭାଗର ପୂୂର୍ବ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ବିଷୟରେ ୨୫ ପ୍ରତିଶତ ‘ସେଲ୍ଫ ଷ୍ଟଡି’ ପ୍ରତି ଗୁରୁତ୍ୱ ଦେବାକୁ ବିଭାଗ ନିର୍ଦ୍ଦେଶ ଦେଇଛି ।