PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଆଜିଠୁ ଖୋଲିଲା ମା’ ସମଲେଶ୍ବରୀଙ୍କ ମନ୍ଦିର, କଟକଣା ମଧ୍ୟରେ ଦର୍ଶନ କଲେ ଶ୍ରଦ୍ଧାଳୁ
  • ||
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

କରେନା ସଙ୍କଟ- ଜୀବନ ରକ୍ଷା ପାଇଁ ୭୨ ଘଣ୍ଟିଆ ଫର୍ମୁଲା ପାଇଁ ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ , ସମସ୍ତ ରାଜ୍ୟକୁ ଟେଷ୍ଟିଂ ବଢାଇବା ପାଇଁ ଦେଲେ ପରାମର୍ଶ

ନୂଆଦିଲ୍ଲୀ – ଦେଶରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗୁଛି । ଏହା ସହ ସୁସ୍ଥ ହେବାର ପ୍ରତିଶତ ମଧ୍ୟ ବେଶ୍‌ ଅଧିକ ରହିଛି । କରୋନାକୁ ମୁକାବିଲା କରିବାପାଇଁ ଏବେ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏବେ ବିହାର ତେଲାଙ୍ଗାନା ଏବଂ ଗୁଜୁରାଟରେ ଟେଷ୍ଟିଂ ବୃଦ୍ଧି କରିବାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ।

ଲୋକଙ୍କ ଜୀବନ ରକ୍ଷା ପାଇଁ ୭୨ ଘଣ୍ଟିଆ ଫର୍ମୁଲାକୁ ଆପଣେଇବା ପାଇଁ ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । କେବଳ ସେତିକି ନୁହେଁ ପ୍ରଥମ ୭୨ ଘଣ୍ଟା ମଧ୍ୟରେ କରୋନା ସଂକ୍ରମଣ ଚିହ୍ନଟ ହୋଇ ପାରିଲେ ସେମାନଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇ ପାରିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ସମ୍ବୋଧନ ଦେବା ସମୟରେ ପ୍ରଧାନମନ୍ତ୍ରୀ ୭୨ ଘଣ୍ଟିଆ ଟେଷ୍ଟିଂ ଉପରେ ଫୋକସ କରିବା ପାଇଁ ଜୋର ଦେଇଥିଲେ । ଏବେ ଟେଷ୍ଟିଂ ବୃଦ୍ଧି ପାଉଥିବାରୁ ଅବସ୍ଥାରେ ସୁଧାର ଆସିଛି । ଲୋକମାନଙ୍କୁ ତୁରନ୍ତ ସ୍ୱସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସେ ପ୍ରକାଶ କରିଛନ୍ତି ।

ଏବେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ଡାକ୍ତରଖାନା ଉପରେ ଚାପ, ସ୍ୱାସ୍ଥ୍ୟ କର୍ମୀମାନଙ୍କ ଉପରେ ଚାପ ଏବଂସାଧାରଣ ଲୋକଙ୍କ ଉପରେ ଚାପ ବୃଦ୍ଧି ପାଉଛି । ଏବେ ଦେଶରେ ପଜେଟିଭ୍‌ ହାର ଏବଂ ମୃତ୍ୟୁ ହାର କମ୍‌ ହୋଇଥିବା କଥା ପ୍ରକାଶ କରିଛନ୍ତି । ମୃତ୍ୟୁ ହାରକୁ ଏକ ପ୍ରତିଶତରୁ କମ୍‌ କରିବା ପାଇଁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମହାରାଷ୍ଟ୍ର , ଗୁଜୁରାଟ, ଉତ୍ତରପ୍ରଦେଶ , ବିହାର ସହ ମୋଟ୍‌ ୧୦ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କର ଆଲୋଚନା ହୋଇଥିଲା ।

ସମ୍ବନ୍ଧିତ ଖବର