PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଜ୍ଞାନବ୍ୟାପୀ ମସଜିଦ୍‌ ବିବାଦ। ୩୦ରେ ଦୁଇ ପକ୍ଷଙ୍କୁ ମିଳିପାରେ ସର୍ଭେ ଭିଡିଓ। ଜ୍ଞାନବ୍ୟାପୀ ସର୍ଭେ ଭିଡିଓକୁ ନେଇ ଜିଲ୍ଲା କୋର୍ଟଙ୍କ ନିର୍ଦ୍ଦେଶ। ଆସନ୍ତା ୩୦ରୋ ଦୁଇ ପକ୍ଷଙ୍କୁ ମିଳିପାରେ ଭିଡିଓ।
  • ||
  • କଟକ : ଅନୁଭବ ଓ ବର୍ଷାଙ୍କୁ ହାଇକୋର୍ଟଙ୍କ କଡ଼ା ତାଗିଦ୍, ସୋସିଆଲ ମିଡିଆରେ ପରସ୍ପରକୁ ଆକ୍ଷେପ ନ କରିବାକୁ ନିର୍ଦ୍ଦେଶ
  • ||
  • ସୋର: ରାସ୍ତାରେ ହଟହଟା ହେଲେ ଖଇରା ବିଦ୍ୟୁତ୍ ବିଭାଗ ଏସଡିଓ, ଅସ୍ଥାୟୀ ମିଟର ରିଡର କର୍ମଚାରୀଙ୍କ ବହିଷ୍କାର ଆଶଙ୍କାରେ ଆକ୍ରୋଶର ଶିକାର…
  • ||
  • ଭୁବନେଶ୍ବର: ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍, ୨୮୫ କୋଟି ଅନୁମୋଦନ…
  • ||
  • ଭୁବନେଶ୍ୱର: ପେଟ୍ରୋଲିୟମ ଡିଲର୍ସ ଆସୋସିଏସନର ପକ୍ଷରୁ ଦୁଇ ଦିନିଆ ଧର୍ମଘଟ, ସନ୍ଧ୍ୟା ୬ରୁ ସକାଳ ୬ ବନ୍ଦ ରହିବ ସମସ୍ତ ପେଟ୍ରୋଲ ଟାଙ୍କି
  • ||
  • ଭୁବନେଶ୍ଵର: ରାଜ୍ୟରେ ତଳକୁ ଖସିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୦୯ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର: ‘କୋକୋ’ ଆପ୍‌ରେ ଋଣ ଠକେଇ ମାମଲା : ଦିଲ୍ଲୀରୁ ଧରାପଡି଼ଲା ମୁଖ୍ୟ କାର୍ପଟଦାର ରାମ, ୧୦୫୮ ଭର୍ଚୁଆଲ୍‌ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍
  • ||
  • ଚିଲିକା : ଯାତ୍ରୀବାହୀ ଡଙ୍ଗାର ଭାଙ୍ଗିଲା ମେସିନ୍ ସ୍ଲାବ, ଚିଲିକା ମଝିରେ ଅଟକିଲେ ୪୦ରୁ ଅଧିକ ଯାତ୍ରୀ
  • ||
  • କଟକ: ଅନୁଭବ-ବର୍ଷା ବିବାହ ବିବାଦ: “ବର୍ଷା ନିଜେ ଚଲାଉଛନ୍ତି ଫ୍ୟାନ୍‌ କ୍ଲବ୍‌ ପେଜ୍‌’
  • ||
  • ଭୁବନେଶ୍ୱର: ଆସିବ ସ୍ୱଚ୍ଛତା, ଲୋକଙ୍କୁ ମିଳିବ ସୁବିଧା: ଆଜିଠୁ ଅନ୍‌ଲାଇନ୍‌ରେ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବ ବିଏମ୍‌ସି
  • ||
  • ସୁନ୍ଦରଗଡ : ଓସିଏଲ୍‌ ଆଇରନ କାରଖାନାରୁ ଲୁହା ଚୋରି କରୁଥିଲା ଚୋର, ଛାତରୁ ପଡି ଚାଲିଗଲା ଜୀବନ
  • ||
  • ଭୁବନେଶ୍ୱର: ଟ୍ରାଫିକ୍‌ ଯନ୍ତ୍ରଣାରୁ ମିିଳିବ ମୁକ୍ତି: ଜୟଦେବ ବିହାରରୁ ନନ୍ଦନକାନନ ମଧ୍ୟରେ ନିର୍ମାଣ ହେବ ସବୁଠାରୁ ଦୀର୍ଘତମ ଫ୍ଲାଏଓଭର
  • ||

ଓଡ଼ିଶାରେ ବିଜେପି ସରକାର ଗଢ଼ିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସମ୍ବଲପୁର ୧୬।୪: ଆଜି ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାକୁ ନିର୍ବାଚନ ପ୍ରଚାରରେ ଆସି ସମ୍ବଲପୁରରେ ପହଞ୍ଚିଛନ୍ତି। ସେ ଝାରସୁଗୁଡ଼ା ବିମାନବନ୍ଦରରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଅବତରଣ କରି ସେଠାରୁ ହେଲିକେପ୍ଟର ଯୋଗେ ସମ୍ବଲପୁରରେ ପହଞ୍ଚି ରେମେଡ୍ ଛକ ପଡ଼ିଆରେ ବିଜେପିର ବିଜୟ ସଂକଳ୍ପ ସଭାରେ ଯୋଗ ଦେଇଛନ୍ତି।

ପ୍ରଥମେ ସଭାରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ  ଉପହାର ପ୍ରଦାନ କରାଯାଇଛି। ଜୟ ଜଗନ୍ନାଥ କହି ଏହି ସଭାରେ ଉଦବୋଧନ ଦେବା ଆରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ସମ୍ବଲପୁରୀ ଭାଷାରେ ଜୁହାର ବୋଲି  କହିଛନ୍ତି  ।  ସେ ଓଡ଼ିଶାର ବରପୁତ୍ରମାନଙ୍କୁ ସ୍ମରଣ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି,‘ ଦିଲ୍ଲୀରେ ପୁଣି ମୋଦୀ ସରକାର ଏବଂ ଓଡ଼ିଶାରେ ବିଜେପି ସରକାର ଗଢ଼ିବ।’କେନ୍ଦ୍ର ସରକାର ଦେଉଥିବା ଅର୍ଥର ଉପଯୋଗ  ରାଜ୍ୟ ସରକାର କରିପାରୁ ନଥିବା କଥା ଅଭିଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଏହି ସଭାରେ ସମ୍ବଲପୁର ବିଜେପି ଲୋକସଭା ପ୍ରାର୍ଥୀ ନୀତେଶ ଗଙ୍ଗଦେବ, ସମ୍ବଲପୁର ବିଜେପି ବିଧାନସଭା ପ୍ରାର୍ଥୀ ଜୟ ନାରାୟଣ ମିଶ୍ର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ଏବଂ ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂହ ପ୍ରମୁଖ ଉପସ୍ଥିତ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁରରେ ବିଜୟ ସଂକଳ୍ପ ସଭାକୁ ସଂବୋଧିତ କରୁଥିବା ବେଳେ ଅପରାହ୍ନରେ ଭୁବନେଶ୍ୱରରେ ରୋଡ ଶୋ’ କରିବେ  ଏବଂ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ବୋଲି ଜଣାଯାଇଛି।