ବାରାଣସୀରୁ ପ୍ରାର୍ଥୀପତ୍ର ଦାଖଲ କରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ ୨୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀ ଲୋକସଭା ଆସନରୁ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ବାରାଣସୀ ଜିଳ୍ଲା ନିର୍ବାଚନ ଅଧିକାରୀଙ୍କ ଅଫିସରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିରୋମଣୀ ଅକାଳୀ ଦଳର ବରି​‌ଷ୍ଠ ନେତା ତଥା​‌ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କ ପାଦ ସ୍ବର୍ଶ କରି ଆଶୀର୍ବାଦ ଭିକ୍ଷା କରିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରସ୍ତାବକମାନଙ୍କ ଭିତରେ ଅଛନ୍ତି ଆର ଏସ୍ ଏସ୍ କର୍ମୀ ସୁଭାଷ ଗୁପ୍ତା, ବୈଜ୍ଞାନିକ ରାମଶଙ୍କର ପଟେଲ, ମଦନ ମୋହନ ମାଲବ୍ୟଙ୍କ କନ୍ୟା ଅନ୍ନପୂର୍ଣ୍ଣା ଶୁକ୍ଳା, ଦାହସଂସ୍କାର ପ୍ରମୁଖ ଜଗଦୀଶ ଚୈାଧୁରୀ।

ଏହି ଅବସରରେ ଜନତା ଦଳ (ୟୁନାଇଟେଡ୍)ର ଅଧ୍ୟକ୍ଷ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ଶିରୋମଣୀ ଅକାଳୀ ଦଳର ବରିଷ୍ଠ ନେତା ତତ​ଥା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ, କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, ଲୋକ ଜନଶକ୍ତି ପାର୍ଟି ପ୍ରମୁଖ  ରାମବିଳାସ ପାସଓ୍ବାନ ପ୍ରମୁଖଙ୍କ ସମେତ ବହୁ ଏନଡିଏ ନେତା ଉପସ୍ଥିତ ଥିଲେ।

   ସମ୍ବନ୍ଧିତ ଖବର


କଟକ IIFL‌ ଡକାୟତି ଘଟଣାର ପର୍ଦ୍ଦାଫାଶ : ୨୦ କୋଟିର ଲୁଟେରାଙ୍କୁ ବାନ୍ଧିଲା ପୋଲିସ, କମ୍ପାନୀ କର୍ମଚାରୀ ମାଷ୍ଟରମାଇଣ୍ଡ

ନାଗାର୍ଜୁନ ବେଶ ଆଉ ୩ ଦିନ: ବେଶ ଲାଗିରେ ରହିବେ ୨୨ ପୁଷ୍ପାଳକ ସେବକ

‘ଆରେ ତୁମେ କ’ଣ କରୁଛ..ପୁରା କେଶ କାଟିଦେବ କି..ଆରେ ୟାର…’ ଇଣ୍ଟରନେଟ୍‌ରେ ଧମାଲ କରୁଛି ଏହି କୁନିର ଝିଅର ହେୟାର କଟିଂ ଭିଡ଼ିଓ

କୁକୁରର ହେବ ଡିଏନ୍‌ଏ ଟେଷ୍ଟ: ଶାଦାବ୍‌ଙ୍କ ‘କୋକୋ’ ନା କାର୍ତ୍ତିକଙ୍କ ‘ଟାଇଗର’…

ରାଜ୍ୟରେ କରୋନା ନେଲା ୧୪ ମୁଣ୍ଡ, ମୃତକଙ୍କ ସଂଖ୍ୟା ୧୬୭୧କୁ ବୃଦ୍ଧି

ଓଡ଼ିଶାରେ ‌୬ ହଜାରକୁ ଖସିଲା ଆକ୍ଟିଭ୍‌ କେସ୍: ୨୪ଘଣ୍ଟା ଆଉ ୬୪୨ ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୫ ହଜାର ଟପିଲା