PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଅଗଷ୍ଟରେ ବି ନିଅଣ୍ଟିଆ ବର୍ଷା, ପୁଣି ଘନେଇଲା ମରୁଡ଼ି ଆଶଙ୍କା, ୧୫ ଦିନରେ ଉପକୂଳ ଜିଲ୍ଲାରେ ଉଭେଇ ଯିବ ବର୍ଷା
  • ||
  • ପଟ୍ଟାଙ୍ଗି : ବାଇକ୍‌ର କିସ୍ତି ଟଙ୍କା ବାନ୍ଧି ଘରକୁ ଫେରୁଥିଲେ ଧକ୍କା ଦେଲା ୧୦ ଚକିଆ ଟ୍ରକ୍, ଆଖି ବୁଜିଲେ ମାମୁଁ-ଭଣଜା
  • ||
  • ରାଉରକେଲା : ରାଉରକେଲା ପ୍ଲାଣ୍ଟସାଇଡ୍ ଥାନା ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ ୧୩ ବର୍ଷର ଝିଅକୁ ବିକ୍ରି କରୁଥିଲା ଜନ୍ମକଲା ମାଆ, ବାପାଙ୍କ ଅଭିଯୋଗ ପରେ ଉଦ୍ଧାର ହେଲା ନାବାଳିକା
  • ||
  • ପଦ୍ମପୁର : ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ମରାମତି ପାଇଁ ଶୁଣିଲାନି ପ୍ରଶାସନ, ଧାନ ରୋଇ ପ୍ରତିବାଦ କଲେ ଗ୍ରାମବାସୀ
  • ||
  • କୋରାପୁଟ : ଆଜିଠୁ ଖୋଲିବ ଶାବର ଶ୍ରୀକ୍ଷେତ୍ର, ବାହାର ଭୋଗ ମନା, କଟକଣାରେ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୧୨୯ ଜଣ କୋଭିଡ ପଜିଟିଭ୍
  • ||
  • ବ୍ରହ୍ମପୁର : ଦୀର୍ଘ ଦିନ ପରେ ଖୋଲିଲା ବ୍ରହ୍ମପୁରର ସବୁ ମନ୍ଦିର, ଦିଅଁଙ୍କ ନିକଟରେ ଭୋଗ କରିପାରିବେନି ଭକ୍ତ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି
  • ||

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି ୧୦/୮: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଆଙ୍କୋରଡା ଗ୍ରାମରେ ଥିବା ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେ ପୋଖରୀରେ ବୁଡି ପ୍ରାଣ ହରାଇ ଥିବା ସୂଚନା ମିଳିଛି । ମୃତ ଯୁବକ ହେଲେ ସନ୍ତୋଷ ବଳିୟାର ସିଂ । ପୋଖରୀରେ ବୁଡି ସେ ମୃତ୍ୟୁବରଣ କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସନ୍ତୋଷ ପରିବାର ସହ ଗାଁ ନିକଟ ପଣ୍ଡା ଫାର୍ମ ହାଉ ର ଏକ ଘରେ ବହୁବର୍ଷ ହେଲା ରହୁଥିଲେ । ସେ ଅପରାହ୍ନ ପ୍ରାୟ ୧ ଟାରେ ଫାର୍ମ ହାଉସ ପରିସରରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ପୋଖରୀରୁ ଫେରିବାରେ ଡେରି ହେବାରୁ  ପରିବାର ଲୋକେ ତାଙ୍କୁ ଡାକିବାକୁ ପୋଖରୀକୁ ଯାଇଥିଲେ। ତେବେ  ସେ  ପାଣିରେ ଭାସୁଥିବା ଦେଖି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି ।