ବାଲେଶ୍ୱର: ଭୋଟିଂ ସମୟରେ ପୋଲିସ-ଭୋଟର ମୁହାଁମୁହିଁ, ୨ ପୋଲିସ ଆହତ

ବାଲେଶ୍ୱର ୨୯/୪: ଭୋଟିଂ ସମୟରେ ଖଣ୍ଡଯୁଦ୍ଧ । ବାଲେଶ୍ୱର ପାଖରାବାଡ ବୁଥ୍ ନିକଟରେ ପୋଲିସ ଓ ଜନତା ମୁହାଁମୁହିଁ ହୋଇଛନ୍ତି । ଭୋଟରଙ୍କ ଆକ୍ରମଣରେ ୨ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ୨ ମହିଳା ମଧ୍ଯ ଆହତ ହୋଇଛନ୍ତି । ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ବୁଥରେ ମତଦାନ ଚାଲିଥିବା ସମୟରେ କିଛି ବାହାର ଯୁବକ ବୁଥରେ ପଶିବାକୁ ଚେଷ୍ଟା କରିଥିଲେ । ଏହି ସମୟରେ ଭୋଟରମାନେ ସେମାନଙ୍କୁ ଘଉଡାଇବା ପାଇଁ ଚେଷ୍ଟା କରିଥିଲେ । ସେତିକିବେଳେ ବାହାରୁ ଜଣେ ମତଦାନ କେନ୍ଦ୍ରକୁ ଟେକାମାଡ କରିଥିଲା । ଏଥିରେ ଜଣେ ପୋଲିସ କର୍ମଚାରୀଙ୍କ ମୁଣ୍ଡ ଫାଟିଗଲା । ଏହା ପରେ ପୋଲିସ ଲାଠିଚାର୍ଜ କରିବା ପାଇଁ ବାଧ୍ଯ ହୋଇଥିଲା । ପରେ ପୋଲିସ ଓ ଜନତା ମୁହାଁମୁହିଁ ହୋଇଥିଲେ । କିଛି ସମୟ ପାଇଁ ମତଦାନ ବନ୍ଦ ରହିଥିଲା । ପରିସ୍ଥିତି ସୁଧୁରିବା ପରେ ପୁଣି ମତଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି ।

   ସମ୍ବନ୍ଧିତ ଖବର


ଅହମ୍ମଦ ପଟେଲଙ୍କ ପରଲୋକରେ ଗାନ୍ଧି ପରିବାରରେ ଶୋକ: ଟୁଇଟ୍ କରି ଦୁଃଖ ପ୍ରକାଶ କଲେ ସୋନିଆ, ରାହୁଲ ଓ ପ୍ରିୟଙ୍କା

ଭାରତୀୟ ତଟରକ୍ଷୀ ବାହିନୀ ଜବତ କଲା ୧୦୦ କିଲୋଗ୍ରାମ ହେରୋଇନ୍, ପାକିସ୍ତାନରୁ ଆସୁଥିଲା ଶ୍ରୀଲଙ୍କା

ଭୟଙ୍କର ରୂପ ନେଲା ବାତ୍ୟା ‘ନିବାର’: ଚେନ୍ନାଇରେ ପ୍ରବଳ ବର୍ଷା ପରେ ରାସ୍ତାଘାଟ ଜଳମଗ୍ନ, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ

ସୀମାରେ ଅଧିକ ଯୁଦ୍ଧ ବିମାନ ମୁତୟନ କରିବ ଚୀନ୍‌

ଗ୍ରେଗ୍ ବାର୍କଲେ ଆଇସିସିର ନୂତନ ଅଧ୍ୟକ୍ଷ, ଦ୍ବିତୀୟ ରାଉଣ୍ଡ ଭୋଟିଂରେ ମିଳିଲା ସଂଖ୍ୟା ଗରିଷ୍ଠତା

୨୨୨ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା, ଜାନୁଆରୀ ସୁଦ୍ଧା ପ୍ରସ୍ତୁତ ହେବ ୧୦ କୋଟି ଟିକା