ଆରପାରିରେ ପ୍ରସିଦ୍ଧ ତେଲୁଗୁ ହାସ୍ୟ ଅଭିନେତା ଭେନୁ ମାଧବ

ହାଇଦ୍ରାବାଦ ୨୫।୯: ଅନ୍ୟକୁ ହସେଇ ହସେଇ ବେଦମ୍‌ କରୁଥିବା ତେଲୁଗୁ ଫିଲ୍ମ ଇଣ୍ଡଷ୍ଟ୍ରିର ହାସ୍ୟ ଅଭିନେତା ଭେନୁ ମାଧବ ଆଉ ନାହାନ୍ତି। ସିକନ୍ଦରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ମଧ୍ୟାହ୍ନ ୧୨ଟା ୨୧ ମିନିଟ୍‌ରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୯ ବର୍ଷ ହୋଇଥିଲା।

ଭେନୁ ମାଧବ ଦୀର୍ଘ ଦିନ ଧରି ଲିଭର୍‌ ଓ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଲାଇଭ୍‌ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇ ଚିକିତ୍ସା କରାଯାଉଥିଲା।  ୧୯୯୬ ମସିହାରେ ‘ସମ୍ପ୍ରଦାୟମ୍‌’ ଫିଲ୍ମ ଜରିଆରେ ଭେନୁ ମାଧବ ଟଲିଉଡ୍‌ ଇଣ୍ଡଷ୍ଟ୍ରିରେ ପାଦ ଥାପିଥିଲେ।

ତାପରେ ତାଙ୍କୁ ‘ମାଷ୍ଟର୍‌’ ଫିଲ୍ମରେ ତାଙ୍କୁ ଦେଖିବାକୁ ମିଳିଥିଲା। ହାସ୍ୟ ଅଭିନେତା ଭାବେ ଖ୍ୟାତି ଅର୍ଜନ କରିଥିବା ଏହି ଅଭିନେତା ବହୁ ସୁପରହିଟ୍‌ ଫିଲ୍ମରେ କାମ କରିବା ସହ ବହୁ ଟେଲିଭିଜନ୍ ପ୍ରୋଗ୍ରାମରେ ସେ ହୋଷ୍ଟ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କର ବିୟୋଗରେ ତେଲୁଗୁ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି ।

   ସମ୍ବନ୍ଧିତ ଖବର


ଫେସବୁକ୍ ଲଞ୍ଚ୍ କଲା ନୂଆ ସେବା, ଖୁବ୍ ଶୀଘ୍ର ଆକାଉଣ୍ଟକୁ କରନ୍ତୁ ଚେକ୍

ଚିନ୍ତାର କଥା ! ପରୀକ୍ଷଣ ସମୟରେ କରୋନା ଟିକାରେ ହେଲା ମୃତ୍ୟୁ…

ଟ୍ରେନରେ ଯାତ୍ରା ସମୟରେ ଲଗେଜ୍ ଚିନ୍ତା ଗଲା, ଏଣିକି ଘରେ ପହଞ୍ଚିବ ସାମଗ୍ରୀ

କରୋନାରୁ ରକ୍ଷା କରିବ ଏହି ‘ଛତୁ’–ଷ୍ଟାର୍ଟ ଅପ୍‌ କମ୍ପାନୀ ତିଆରି କଲେ ଇମ୍ୟୁନିଟି ବୁଷ୍ଟର

କରୋନା ଭୟରେ ଏହି ଦେଶରେ ବନ୍ଦ ହେଲା ମାଛ ମାର୍କେଟ୍, ଲାଗିଲା କର୍ଫ୍ୟୁ

ନବରାତ୍ରୀ ନେଇ ସୋସିଆଲ ମିଡିଆରେ ଅଶ୍ଲୀଳ ପୋଷ୍ଟ, କ୍ଷମା ମାଗିଲା Eros Now