PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୮ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୯।୧୧ ଆସନ୍ତା ୨୪ ଘଣ୍ଟା ମଧ୍ଯରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ  ଆସନ୍ତା ୩ ଦିନ  ରାଜ୍ଯରେ ପାଗ ଶୁଖିଲା ରହିବ । ୨ରୁ ୪ ତାରିଖ ଭିତରେ ରାଜ୍ୟରେ ପ୍ରବଳ  ବର୍ଷାର ସମ୍ଭାବନା ରହିଛି । ୨ ତାରିଖରେ ଗଜପତି,ଗଞ୍ଜାମ, ପୁରୀ, ଜଗତସିଂହପୁର ଆଦି ଉପକୂଳ ଓଡିଶାରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ଯମ  ଧରଣର ବର୍ଷା ହେବ ।

୩ ତାରିଖରେ ରାଜ୍ଯରେ ବର୍ଷାର ପରିମାଣ ବଢିବ । ଉପକୁଳ ଓ ଦକ୍ଷିଣ  ଓଡିଶାରେ ବର୍ଷାର ପରମାଣ ବଢିବ । ୮ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ମାଲାକାନାଗିରି,ରାୟଗଡା,କନ୍ଧମାଳ,କଳାହାଣ୍ଡି ,ଢେଙ୍କାନାଳ , ଗଜପତି,ଗଞ୍ଜାମ,ପୁରୀ ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଅନ୍ୟପକ୍ଷରେ ଲଘୁଚାପ ବର୍ଷାକୁ  ନେଇ ଏସଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।ବିଲରୁ ଧାନ କାଟି ଆଣିବାକୁ ପରାର୍ମଶ ଦେଇଛନ୍ତି।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ସେହିପରି ଜିଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ପରାମର୍ଶ  ଦେଇଛନ୍ତି।