PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
  • ||
  • ଭୁବନେଶ୍ଵର : ମଧ୍ୟରାତ୍ରୀ ସୁଦ୍ଧା ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଗୁଲାବ, ଗଞ୍ଜାମ ଓ ଗଜପତିରେ ପଡିବ ବେଶି ପ୍ରଭାବ
  • ||
  • ମାଲକାନଗିରି : ବାତ୍ୟା ମୁକାବିଲା ପାଇଁ ସଜାଗ ମାଲକାନଗିରି ଜିଲ୍ଲା ପ୍ରଶାସନ, ୬ଟି ଓଡ୍ରାଫ୍ ଓ ଗୋଟିଏ ଏନଡିଆରଏଫ୍ ଟିମ୍ ନିୟୋଜିତ
  • ||
  • କଟକ : ମହାନଦୀ ପୋଲ ଉପରୁ ପାଣିକୁ ଡେଇଁଲେ ବିଜେବି କଲେଜ କେମେଷ୍ଟ୍ରି ଲାବୋରେଟୋରୀ ଆସିଷ୍ଟାଣ୍ଟ
  • ||
  • ସୋରୋ : ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ, ୨୦ ହଜାର ଟଙ୍କା ଓ ସୁନା ଚେନ୍ ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ: କଟକ ଯୋବ୍ରା ନିକଟରୁ ଠାବ ହେଲା ନିଖୋଜ ହାତୀର ମୃତଦେହ, ଶୁକ୍ରବାର ରାତିରେ ମହନଦୀରେ ଭାସଯାଇଥିଲା
  • ||
  • ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୫୮୫ ଜଣ ପଜିଟିଭ୍
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି
  • ||
  • ଅନୁଗୁଳ: କୋଡିଏମାଇଲ ଛକରେ ଥିବା ୨ଟି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡିଗଲେ ୩ ଯୁବକ, ଖୁଣ୍ଟରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ସ୍ଥାନୀୟଲୋକ
  • ||
  • ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ଗୁଲାବ୍, ମଧ୍ୟ ରାତ୍ରରେ ହେବ ଲ୍ୟାଣ୍ଡଫଲ୍
  • ||
  • ଆଇପିଏଲ୍- ୨୦୨୧: ଆଜି ରୋହିତ ଓ ବିରାଟଙ୍କ ମଧ୍ୟରେ କଡ଼ା ମୁକାବିଲା, ବିଜୟ ଲକ୍ଷ୍ୟରେ ଉଭୟ ଦଳ
  • ||
  • ଭୁବନେଶ୍ୱର: ‘ରମାଦେବୀ’ରେ ପିଏଚ୍‌ଡି ନାମଲେଖା ପାଇଁ ପ୍ରକାଶ ପାଇଲା ମେରିଟ ଲିଷ୍ଟ୍, ୧୧ଟି ବିଭାଗରେ ମୋଟ୍ ୬୦ ଛାତ୍ରୀଙ୍କୁ ଚୟନ..
  • ||
  • ପଞ୍ଜାବ: ଆଜି ପଞ୍ଜାବ କ୍ୟାବିନେଟ ସମ୍ପ୍ରସାରଣ ,ଶପଥ ନେବେ ମନ୍ତ୍ରୀ, ଚନ୍ନୀଙ୍କ ଟିମ୍‌ରେ ସାମିଲ ହେବେ ୭ ନୂଆ ଚେହେରା
  • ||

ଲାଞ୍ଚ ମାମଲାରେ ଜେଲ ଯାଇ ଜାମିନରେ ଫେରୁଥିଲେ, ଭିଜିଲାନ୍ସ କୋର୍ଟ ପିପିଙ୍କୁ ପୁଣି ଉଠାଇଲା ଭିଜିଲାନ୍ସ

ଭବାନୀପାଟଣା: ଭବାନୀପାଟଣା ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର(ପିପି) ଆଶୁତୋଷ ମିଶ୍ରଙ୍କୁ ଶୁକ୍ରବାର ପୁଣି ରାସ୍ତାରୁ ଉଠାଇ ନେଇଛି ଭିଜିଲାନ୍ସ ଟିମ୍‌। ଗତ ଗୁରୁବାର ରାତି ହାଇକୋର୍ଟରୁ ଜାମିନ୍‌ ପାଇଥିଲେ। ଶୁକ୍ରବାର ଭବାନୀପାଟଣା ଜେଲ୍‌ରୁ ବାହାରି ଘରକୁ ଫେରୁଥିବା ବେଳେ ସ୍ଥାନୀୟ ଜେଲ୍‌ ଛକରୁ ତାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପୁନଃ ଗିରଫ କରି ନେଇଥିବା ଜଣାପଡ଼ିଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ପ୍ରକାଶ ଥାଉକି, କଳାହାଣ୍ଡି ଜିଲ୍ଲା ମହୁଲପାଟଣା ଫାଣ୍ଡି ଏଏସ୍‌ଆଇ ମଳୟ ରଣା(ନିଲମ୍ବିତ) ଲାଞ୍ଚ ନେବା ବେଳେ ଭବାନୀପାଟଣା ଭିଜିଲାନ୍ସ ହାତରେ ଗିରଫ ହୋଇଥିଲେ। ଉକ୍ତ ମାମଲା ଭବାନୀପାଟଣା ଭିଜିଲାନ୍ସ କୋର୍ଟରେ ବିଚାରାଧିନ ଥିଲା। ମାମଲା ରଫାଦଫା କରିବା ପାଇଁ ଭବାନୀପାଟଣା ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଆଶୁତୋଷ ମିଶ୍ର ୩ ଲକ୍ଷ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏସଂକ୍ରାନ୍ତରେ ଭିଜିଲାନ୍ସରେ ଅଭିଯୋଗ ହୋଇଥିଲା। କଟକ ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ଭିଜିଲାନ୍ସ ସେଲ୍‌ର ଅତିରିକ୍ତ ଏସ୍‌ପି ପ୍ରକାଶ ନାୟକଙ୍କ ନେତୃତ୍ୱରେ ୧୫ ଜଣିଆ ଟିମ୍‌ ଗତ ୩ ତାରିଖ ପିପି ଆଶୁତୋଷ ମିଶ୍ରଙ୍କ ଘରେ ଚଢ଼ଉ କରି ଏଏସ୍‌ଆଇ ରଣାଙ୍କଠାରୁ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲେ । ଲାଞ୍ଚ ମାମଲାରେ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିଲା ।

ଅପରପକ୍ଷେ ପିପି ଶ୍ରୀ ମିଶ୍ରଙ୍କ ୭୫ ଲକ୍ଷ ୬୫ ହଜାର ଟଙ୍କାରୁ ଊଦ୍ଧ୍ୱର୍ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ କଟକ ଭିଜିଲାନ୍ସ ସେଲ୍‌ ପକ୍ଷରୁ ଆଉ ଏକ ମାମଲା ରୁଜୁ କରାଯାଇଥିଲା । ପୂର୍ବ ଲାଞ୍ଚ ନେବା ମାମଲାରେ ଭାବନୀପାଟଣା ଭିଜିଲାନ୍ସ କୋର୍ଟ ତାଙ୍କ ଜାମିନ ଆବେଦନକୁ ନାମଞ୍ଜୁର କରିବା ପରେ ସେ ଭବାନୀପାଟଣା ଜେଲ୍‌ରେ ଥିଲେ । ପରେ ସେ ହାଇକୋର୍ଟରେ ଜାମିନ ଆବେଦନ କରିଥିଲେ । ଗତ ୨୨ତାରିଖ ରାତି ହାଇକୋର୍ଟ ଜାମିନ ମଞ୍ଜୁର କରିଥିଲେ । ଶୁକ୍ରବାର ସକାଳେ ସେ ଜାମିନ୍‌ରେ ଭବାନୀପାଟଣା ଜେଲ୍‌ରୁ ବାହାରି ଘରକୁ ଫେରୁଥିବା ବେଳେ ତାଙ୍କୁ ସ୍ଥାନୀୟ ଜେଲ୍‌ ଛକରୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରି ପୁଣି କୋର୍ଟଚାଲାଣ କରାଯାଇଛି ବୋଲି ଭବାନୀପାଟଣା ଭିଜିଲାନ୍ସ ଡିଏସପିି ସତ୍ୟବାନ ମହାନନ୍ଦ ସୂଚନା ଦେଇଛନ୍ତି । କଟକ ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଗରଫ କରାଯାଇଛି । ପ୍ରକାଶ ଯେ, ଗତ ୧୬ ତାରିଖରେ ରାଜ୍ୟ ସରକାର ଶ୍ରୀ ମିଶ୍ରଙ୍କୁ ସ୍ୱତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ପଦରୁ ବହିଷ୍କାର କରିଛନ୍ତି ।