ପଦ୍ମ ଧରିଲେ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ

ଭୁବନେଶ୍ୱର ୨୩।୩: ଶନିବାର ଦିନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ଭାରତୀୟ ଜନତା ପାର୍ଟିରେ ମିଶିଛନ୍ତି। ବିଜେପି ବିଧାୟକ ଦଳର ନେତା କେଭି ସିଂହଦେଓଙ୍କ ବାସଭବନରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ସହ କେ.ଭି ସିଂହ ଦେଓ ମଧ୍ୟ ଉପସ୍ଥିତ ଥିଲେ ।

ଦଳୀୟ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ହୋଇ ନିକଟରେ ବିଜେଡି ଛାଡ଼ିଥିଲେ। ପରେ ସେ କଂଗ୍ରେସ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା।  ଆଜି ନୟାଗଡ଼ରେ ବିଶାଳ ସମାବେଶ କରି କଂଗ୍ରେସରେ ସାମିଲ ହେବାପାଇଁ ପୂର୍ବରୁ ସ୍ଥିର ହୋଇଥିବା ଜଣାପଡ଼ିଥିଲା । ଏପରିକି ପ୍ରତ୍ୟୁଷା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିଥିବା କହିଥିଲେ ପିସିସି ସଭାପତି ।

   ସମ୍ବନ୍ଧିତ ଖବର


ବେଣୁଙ୍କ ବିଧାନସଭା ସ୍ୱପ୍ନ ସାକାର ପାଇଁ ରିକ୍ସାରେ ପ୍ରଚାର କଲେ ରାଣୀ ପଣ୍ଡା

ABP CVoterର ରିପୋର୍ଟ: ବିହାରରେ ସରକାର ଗଢ଼ିବ କିଏ? ଜନତାଙ୍କ ନଜରରେ ଏହି ନେତା ହେବେ ମୁଖ୍ୟମନ୍ତ୍ରୀ

ବିହାର ରାଜନୀତି: ଆଶାୟୀ ବିଧାୟକ ପ୍ରାର୍ଥୀ ଶ୍ରୀନାରାୟଣଙ୍କୁ ଗୁଳିକରି ହତ୍ୟା, ତାଙ୍କ ନାମରେ ଥିଲା ଅପରାଧିକ ମାମଲା

ଜୟପୁର ପୋଲିସ୍‌କୁ ବଡ଼ ସଫଳତା: ଗଞ୍ଜେଇ ରାକେଟର କଲା ପର୍ଦ୍ଦାଫାସ, ୫ ଗିରଫ

ମାନବିକତାର ପରିଚୟ ଦେଲେ କୈଳାଶ, ଏଟିଏମରେ ଛାଡ଼ି ଯାଇଥିବା ଟଙ୍କାକୁ ଆତ୍ମସାତ୍‌ ନକରି ସୋସିଆଲ ମିଡିଆରେ ଜଣାଇଲେ

ନିଖୋଜ ହୋଇଯାଇଛି ବହୁ ଚର୍ଚ୍ଚିତ ନାବାଳିକା ଗଣ ଦୁଷ୍କର୍ମ ସହ ବେଆଇନ ଗର୍ଭପାତ କରାଯାଇଥିବା ପୀଡିତା