ବରିଷ୍ଠ ଦଇତା ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ଦେହାନ୍ତ

ପୁରୀ ୨୦।୯: ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ। ହୃଦଘାତରେ ପୁରୀ ମେଡିକାଲରେ ତାଙ୍କର ଦେହାନ୍ତ ହୋଇଛି। କରୋନାରେ ପୀଡିତ ହୋଇ ଆଇସୋଲେସନ୍‌ରେ ଥିଲେ। ଆଜି ଛାତିରେ ଯନ୍ତ୍ରଣା ହେବାରୁ ପୁରୀ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଥିଲେ ପ୍ରେମାନନ୍ଦ। ଆଜି ଭୋର ୪ଟାରେ ତାଙ୍କର ଛାତି ଯନ୍ତ୍ରଣା ହୋଇଥିଲା। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ସୁଧ ସୁଆର ନିଯୋଗର ସାଧାରଣ ସମ୍ପାଦକ ଥିଲେ ପ୍ରେମାନନ୍ଦ। ମହାପ୍ରଭୁଙ୍କ ରଥଯାତ୍ରା, ପହଣ୍ଡି ଆଦି କାର୍ଯ୍ୟରେ ସେ ସାମିଲ ଥିଲେ। ପ୍ରେମାନନ୍ଦଙ୍କ ଦେହାନ୍ତ ପରେ ସେବାୟତ ମହଲରେ ଶୋକର ଛାୟା ଖେଳିଯାଇଛି।

   ସମ୍ବନ୍ଧିତ ଖବର


କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବଡ଼ ବୟାନ, ସମସ୍ତଙ୍କୁ ନିଃଶୁଳ୍କରେ ମିଳିବ କରୋନା ଟିକା

ବ୍ଲାକରୋଜ ଜାହାଜରେ ପିଟିହୋଇ ବୁଡିଗଲା ମାଛଧରା ଟ୍ରଲର: ୫ ଜଣ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ

‘ଦାଦାବଟିକୁ ନା’ ଅଭିଯାନ: ଦାଦାବଟି ମାଗି ବନ୍ଧା ହେଲେ ୬ ସାମ୍ବାଦିକ, ୩୧ ହଜାର ଟଙ୍କା ଜବତ

ସ୍ଵାଭିମାନ ଅଞ୍ଚଳରେ କମ୍ବିଂ ଅପରେଶନ ବେଳେ ମାଟି ତଳୁ ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ ଉଦ୍ଧାର

ଉଦୟଗିରିରୁ ୭ ଫୁଟର ଅଜଗର ଉଦ୍ଧାର

ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ୍, ସିବିଆଇ କୋର୍ଟ ଦେଇଥିଲେ ୩ ବର୍ଷର ଜେଲ ଦଣ୍ଡାଦେଶ