PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର: ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ନେଇ ସନ୍ଦେହ
  • ||
  • ବଲାଙ୍ଗୀର: କପଡ଼ା ବ୍ୟବସାୟୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ଲମତାପୁଟରେ ଅଟୋ ସହ ୨ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ରାଜ୍ୟରେ ସାମନ୍ୟ ହ୍ରାସ ପାଇଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୭୫୭ ଜଣ ପଜିଟିଭ, ୨୨ ଜୀବନ ନେଲା କରୋନା
  • ||
  • ଚୌଦ୍ଵାର : ଟ୍ରକକୁ ପଛ ପଟୁ ପିଟିଲା ସ୍କୁଟି, ମହିଳା ଗୁରୁତର
  • ||
  • ରେଙ୍ଗାଲି : ହାଇୱାରେ ପିଟିହେଲା କାର୍‌ : ମା’ ଝିଅ ମୃତ, ପୁଅ ଗୁରୁତର
  • ||
  • ଭୁବନେଶ୍ୱର : ଆଜି ବସିବ ସର୍ବଦଳୀୟ ବୈଠକ, କୋଭିଡ୍‌ ମୁକାବିଲା ପାଇଁ ସହଯୋଗ ଲୋଡ଼ିବେ ସରକାର
  • ||
  • ଭୁବନେଶ୍ୱର : ଆସନ୍ତା ୪ରୁ ୫ଦିନ ପାଗ ଶୁଖିଲା, ବଢ଼ିବ ତାତି, ଆଜି କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା
  • ||
  • ପୁରୀ : ଜୁନ ୧୫ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ, ପ୍ରଭାବିତ ହେବ ତିନିପର୍ବ
  • ||

ହିଂସାକାରୀଙ୍କୁ ଯୋଗୀଙ୍କ ଚରମବାଣୀ: ‘ସମ୍ପତ୍ତି ଜବତ ହୋଇ କ୍ଷତି ଭରଣା କରାଯିବ’

ଲକ୍ଷ୍ନୌ, ୧୯|୧୨:  ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ହୋଇଥିବା ହିଂସାକାଣ୍ଡରେ ଅସନ୍ତୋଷ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ ଏହି ମାମଲାକୁ ତୁରନ୍ତ ସମାଧାନ କରିବା ପାଇଁ ଉପ ମୁଖ୍ୟ ସଚିବ ଓ ୟୁପି ପୋଲିସ ଡିଜି ଓପି ସିଂଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସାଧାରଣ ଜନତାଙ୍କ ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ ସେ ପୋଲିସକୁ କହିଛନ୍ତି।

ଏହାସହ ଯୋଗୀ କହିଛନ୍ତି ଯେ, ହିଂସା ସୃଷ୍ଟିକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ ନଜର ରଖାଯାଇଛି।

ସେ ଆହୁରି କହିଛନ୍ତି ଯେ, ନାଗରିକତା ଆଇନ କାହା ବିରୋଧରେ ହୋଇନାହିଁ। ବିରୋଧୀ ଦଳ ଅପପ୍ରଚାର କରୁଛନ୍ତି। ଉପଦ୍ରବକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ। ପ୍ରଦର୍ଶନ ନାମରେ ହିଂସାକୁ ଗ୍ରହଣ କରାଯିବ ନାହିଁ। ଲକ୍ଷ୍ନୌରେ ଏକାଧିକ ଗାଡିକୁ ପୋଡାଯାଇଛି। ତେବେ ଉପଦ୍ରବକାରୀଙ୍କ ସମ୍ପତ୍ତିକୁ ଜବତ କରାଯାଇ ଏହାର ଭରଣା କରାଯିବ। ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ ବୋଲି ସେ କହିଛନ୍ତି।

ସମ୍ବନ୍ଧିତ ଖବର