PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

ଆସନ୍ତା ୪ରେ ଯୁକ୍ତ ଦୁଇ ଆବେଦନର ଶେଷ ତାରିଖ : ବର୍ତ୍ତମାନ ସୁଦ୍ଧା ଆବେଦନ କରିଛନ୍ତି ୨ ଲକ୍ଷ ୩୨ ହଜାର

ଭୁବନେଶ୍ୱର,୨୯/୦୯: ରାଜ୍ୟରେ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଗୁଡିକରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଆସନ୍ତା ୪ ସେପ୍ଟେମ୍ବରରେ ଆବେଦନ ସମୟ ଶେଷ ହେଉଛି । ବର୍ତ୍ତମାନ ସୁଦ୍ଧା ଷ୍ଟୁଡେଣ୍ଟ ଏକାଡେମିକ୍‌ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ୍‌ (ସାମ୍ସ)ରେ ସମୁଦାୟ ୨ ଲକ୍ଷ ୭୦ ହଜାର ୭୪୦ ।ତ୍ରଛାତ୍ରୀ ପଞ୍ଜୀକରଣ କରିସାରିଛନ୍ତି। ସମୁଦାୟ ୨ ଲକ୍ଷ ୩୨ ହଜାର ୬ ଜଣ ଆବେଦନ କରିଥିବାବେଳେ ୨ ଲକ୍ଷ ୧୪ ହଜାର ୧୯୩ ଫି’ ଦାଖଲ କରିଛନ୍ତି ।

 ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ସେପ୍ଟେମ୍ବର ୯ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ପରେ ୧୧ରୁ ୧୯ ତାରିଖ ପର୍ଯ୍ୟନ୍ତ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ହେବ । ନାମ ଲେଖାଇଥିବା ଛାତ୍ରଛାତ୍ରୀ ୧୧ରୁ ୨୦ ତାରିଖ ସୁଦ୍ଧା ସ୍ଲାଇଡ୍‌-ଅପ୍‌ ପାଇଁ ଆବେଦନ କରିପାରିବେ । ସେହିପରି ୨୩ ରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ୨୪ରୁ ୨୮ ତାରିଖ ଯାଏ ହେବ । ଏହି ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ୍‌ଗୁଡିକରେ ନାମଲେଖା ପାଇଁ ସ୍ପଟ୍‌ ମେଧା ତାଲିକା ୧ ଅକ୍ଟୋବରରେ ପ୍ରକାଶ ପାଇବ ।