ପୁଲଓ୍ବାମାରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ, ଆଉ ଜଣେ ଆତଙ୍କୀ କଲା ଆତ୍ମସମର୍ପଣ

ଶ୍ରୀନଗର, ୨୬/ ୧୦: ସୋମବାର ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ପୁଲଓ୍ବାମା ଅଞ୍ଚଳରେ ସୋମବାର ଦିନ ଭାରତୀୟ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ୍‌ କରିବା ସମୟରେ ଗୁଳିକାଣ୍ଡ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଆଉ ଜଣେ ଡରରେ ଆତ୍ମସମର୍ପଣ କରିଛି। ଏହି ଦୁଇ ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନର ସମସ୍ୟ ବୋଲି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଥାଉକି, ଜମ୍ମୁ-କଶ୍ମୀର ପୁଲଓ୍ବାମା ଅବନ୍ତିପୁରା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ଭାରତୀୟ ସୁରକ୍ଷା ବଳକୁ ମିଳିଥିଲା। ପରେ ସେନା ଓ ସ୍ଥାନୀୟ ପୋଲିସ୍‌ ମିଳିତ ଭାବେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ। ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀ ମାନେ ଗୁଳିମାଡ଼ କରିଥିଲେ। ଏହାର ପାଲଟା ଜବାବ ଦେବାକୁ ଯାଇ ସୁରକ୍ଷାବଳ ପକ୍ଷରୁ ମଧ୍ୟ ଗୁଳିଚାଳନା ହୋଇଥିଲା।

ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଆଉ ଜଣେ ଆତଙ୍କବାଦୀ ଭୟରେ ଆତ୍ମସପର୍ପଣ କରିଛି। ସେହି ଅଞ୍ଚଳରୁ ବିପୁଲ ଅସ୍ତ୍ରଶସ୍ତ୍ର ଜବତ କରିଛି ସୁରକ୍ଷାବଳ।

   ସମ୍ବନ୍ଧିତ ଖବର


ଗୋଟେ ବର୍ଷରେ ୨୩ଜଣ ପିଲାଙ୍କର ବାପା ହେଲେ ଯୁବକ ! କହିଲେ, ତାଙ୍କୁ କାହିଁକି ମହିଳାମାନେ ପସନ୍ଦ କରୁଛନ୍ତି

ଭଲ ଖବର- ସିଙ୍ଗାପୁରରେ କୋଭିଡ୍‌ ଆଣ୍ଟିବଡି ସହ ଜନ୍ମ ହେଲା ଶିଶୁ

ଦେଶର ସବୁ ରେଳ ଷ୍ଟେସନରୁ ଉଭାନ ହେବ ପ୍ଲାଷ୍ଟିକ୍‌ କପ୍ – ଏବେ ‘କୁଲହଡ’ରେ ଚା’ ପିଇବେ ଯାତ୍ରୀ

ଯୋଗୀ କହିଲେ ହାଇଦ୍ରାବାଦର ନାମ ହେବ ‘ଭାଗ୍ୟନଗର’, ଓଓ୍ଵେସି କହିଲେ ନାମ…

ବେଦିରେ ବସିବା ଆଗରୁ ବନ୍ଧା ହେଲା ପାଳ ଦଉଡ଼ି – କନ୍ୟାର ମୃତ୍ୟୁରେ ସରିଗଲା ସବୁ ସୁଖ

ଦିନିକିଆ କ୍ରିକେଟରେ ଟିମ୍‌ ଇଣ୍ଡିଆ ନାମରେ ଅଲୋଡା ରେକର୍ଡ, ୯୭୮ଟି ମ୍ୟାଚ୍‌ ପୂର୍ବରୁ କେବେ ହୋଇ ନଥିଲା ଏମିତି..