PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା,୧୦ ସରକାରୀ ବ୍ୟାଙ୍କ ବିଲୟ ହୋଇ ହେବେ ୪ଟି ବଡ଼ ବ୍ୟାଙ୍କ

ନୂଆଦିଲ୍ଲୀ,୩୦।୮: ଭାରତୀୟ ଅର୍ଥନୀତିରୁ ମାନ୍ଦାବସ୍ଥା ଦୂର କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ପୁଣିଥରେ ଗଣମାଧ୍ୟମ ଆଗରେ ବଡ ଧରଣର ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ସୀତାରମଣ ଦେଶର ବହୁ ବଡ ବ୍ୟାଙ୍କକୁ ମର୍ଜ (ବିଲୟ)କରିବା ନେଇ ଘୋଷଣା କରିଛନ୍ତି।  ଘୋଷଣା ଅନୁଯାୟୀ ୟୁନାଇଟେଡ୍ ବ୍ୟାଙ୍କ, ଓରିଏଣ୍ଟାଲ ବ୍ୟାଙ୍କ ଅଫ୍ କମର୍ସ ଓ ପଞ୍ଜାବ ନ୍ୟାସନାଲରେ ବିଲୟ ହେବ। ଅନ୍ୟପକ୍ଷେ କାନାରା ବ୍ୟାଙ୍କ ଓ ସିଣ୍ଡିକେଟ୍ ବ୍ୟାଙ୍କ  ମଧ୍ୟ ପରସ୍ପର ମଧ୍ୟରେ ବିଲୟ କରାଯିବ।

ସେଭଳି ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଆନ୍ଧ୍ରା ବ୍ୟାଙ୍କ ଓ କର୍ପୋରେସନ୍ ବ୍ୟାଙ୍କର ମଧ୍ୟ ବିଲୟ ହେବ।  କେନ୍ଦ୍ର ସରକାରଙ୍କ ଏହି ବଡ ଘୋଷଣା ପରେ ୧୦ଟି  ସରକାରୀ ବ୍ୟାଙ୍କ ଏବେ ୪ଟିରେ ପରିଣିତ ହେବ।ଏହା ସହିତ ସେ କହିଛନ୍ତି,  ଆମ ସରକାର ୫ ଟ୍ରିଲିୟନ ଡଲାର ଇକୋନୋମି ପ୍ରସ୍ତୁତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି।

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନବି), ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଓରିଏଣ୍ଟାଲ ବ୍ୟାଙ୍କର ବିଲୟ  ପରେ ପରେ ପିଏନବି ଦେଶର ଦ୍ବିତୀୟ ବଡ ସରକାରୀ ବ୍ୟାଙ୍କ ହୋଇଯିବ। ଏହାଛଡା ଇଣ୍ଡିଆନ ବ୍ୟାଙ୍କରେ ଆହ୍ଲାବାଦ ବ୍ୟାଙ୍କର ବିଲୟପରେ ଦେଶରେ ୭ମ ବଡ ପିଏସୟୁ ବ୍ୟାଙ୍କ ମିଳିବ। ଅର୍ଥମନ୍ତ୍ରୀଙ୍କ ଏହି ଘୋଷଣା ପରେ ଏବେ ଦେଶରେ ୧୨ଟି ସରକାରୀ ବ୍ୟାଙ୍କ ରହିଯିବ। ଏହା ପୂର୍ବରୁ ୨୦୧୭ରେ ପବ୍ଲିକ ସେକ୍ଟରରେ ୨୭ଟି ବ୍ୟାଙ୍କ ଥିଲା।

ବ୍ୟାଙ୍କ ଗୁଡିକର ବିଲୟ ଘୋଷଣା କରିବା ସମୟରେ  ଅର୍ଥମନ୍ତ୍ରୀ ସୀତାରମଣ  ପଞ୍ଜାବ ନ୍ୟାସନାଲ ବ୍ୟାଙ୍କଙ୍କୁ ୧୬,୦୦୦ କୋଟି, ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ ୧୧,୭୦୦ କୋଟି, ବ୍ୟାଙ୍କ ଅଫ୍ ବରୋଦାକୁ ୭,୦୦୦ କୋଟି, କାନାର ବ୍ୟାଙ୍କକୁ ୬,୫୦୦ କୋଟି ଟଙ୍କା, ଇଣ୍ଡିଆନ୍ ବ୍ୟାଙ୍କକୁ ୨,୫୦୦ କୋଟି ଟଙ୍କା ମିଳିବ। ଏହାଛଡା ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କକୁ ପ୍ରାୟ ୩,୮୦୦ କୋଟି, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ ୩,୩୦୦ କୋଟି, ୟୁକୋ ବ୍ୟାଙ୍କକୁ ୨,୧୦୦ କୋଟି, ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆକୁ ୧,୬୦୦ କୋଟି ଓ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କକୁ ୭୫୦ କୋଟି ଟଙ୍କା ମିଳିବ ବୋଲି ଘୋଷଣା କରିଛନ୍ତି।

ସମ୍ବନ୍ଧିତ ଖବର