ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼, ଜଣେ ମୃତ

ପୁରୁଷୋତ୍ତମପୁର, ୨୪/୦୧ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ଼। ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ରାମ୍ପୁଡ଼ି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣଙ୍କ ହେଲେ କାର୍ତ୍ତିକ ଶବର। ତେବେ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର୍ ହୋଇଯାଇଥିବା ବେଳେ ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଆରମ୍ଭ କରିଛି।