PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ପୁରୀ ଗଣଦୁଷ୍କର୍ମ ଘଟଣା : ଏସ୍‌ପିଙ୍କୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ, ଜାନୁଆରୀରେ ମାମଲାର ପରବର୍ତ୍ତୀ ଶୁଣାଣି

କଟକ, ୨୦।୧୨(ବ୍ୟୁରୋ): ସମଗ୍ର ରାଜ୍ୟରେ ହଉଚଇ ସୃଷ୍ଟି କରିଥିବା ପୁରୀ ଗଣଦୁଷ୍କର୍ମ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ହୋଇଥିବା ଆବେଦନକୁ ହାଇକୋର୍ଟ ଆଜି ବିଚାର ପାଇଁ ଗ୍ରହଣ କରିଛନ୍ତି । ଘଟଣାରେ ସବିଶେଷ ରିପୋର୍ଟ ଦାଖଲ ଲାଗି ହାଇକୋର୍ଟ ପୁରୀ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ଅନ୍ୟତମ ଅଭିଯୁକ୍ତ ରାଜେଶ କୁମାର ସେଠୀଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ବିଶ୍ୱଜିତ୍‌ ମହାନ୍ତି ରିପୋର୍ଟ ଦାଖଲ ପାଇଁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଜାନୁଆରୀ ୧୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ଆବେଦନକାରୀ ପିଟିସନ୍‌ରେ ଉଲ୍ଲେଖ କରିଛନ୍ତି, ଗତ ୨ ତାରିଖ ପୁରୀ କୁମ୍ଭାରପଡ଼ା ଥାନାରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ସେ ନିମାପଡ଼ା ବସ୍‌ଷ୍ଟାଣ୍ଡରେ ଘରକୁ ଫେରିବା ଲାଗି ଅପେକ୍ଷା କରିଥିଲାବେଳେ ଅଭିଯୁକ୍ତମାନେ ତାକୁ ଘରେ ଛାଡ଼ିଦେବେ କହି ପୁରୀ ନେଇ ଆସିଥିଲେ । ପୁରୀ ଆଣି ଅଭିଯୁକ୍ତମାନଙ୍କ ମଧ୍ୟରୁ ଦୁଇ ଜଣ ଗଣବଳାତ୍କାର କରିଥିଲେ ।

କୌଣସି ପ୍ରକାରେ ସେଠାରୁ ଖସିଆସି ପୀଡ଼ିତା ଥାନାରେ ଅଭିଯୋଗ କରିବା ପରେ ଏହି ଘଟଣାରେ ଚାରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା । କିନ୍ତୁ ଏହି ଘଟଣା ପଛରେ ଏକ ବିରାଟ ଷଡ଼ଯନ୍ତ୍ର ଅଛି ବୋଲି ଆବେଦନକାରୀ ଅଭିଯୋଗ କରିଛନ୍ତି । ତାଙ୍କୁ ଏଥିରେ ଫସାଇ ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି । କେବଳ ବ୍ଲାକ୍‌ ମେଲିଂ କରିବା ଲାଗି ଏଭଳି ଏକ ଯୋଜନା ରଚା ଯାଇଛି । ତେଣୁ ଏହି ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ ଲାଗି ସେ ପ୍ରାର୍ଥନା କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି ।

ସମ୍ବନ୍ଧିତ ଖବର