PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ସୁନ୍ଦରଗଡ଼ ଓ ଅନୁଗୁଳରେ ପ୍ରତିଷ୍ଠା ହେବ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଏମସିଏଲ୍‌ ବୋର୍ଡର ଅନୁମୋଦନ ପାଇଁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର
  • ||
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରଘୁବର ଦାସ

ରାଞ୍ଚି, ୨୩|୧୨:  ପରାଜିତ ହେବା ପରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ରଘୁବର ଦାସ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।

ରଘୁବର ସଂଧ୍ୟା ପ୍ରାୟ ୮ଟାରେ ରାଜଭବନରେ ପହଁଚିଥିଲେ। ଏହାପରେ ସେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଇଥିଲେ। ଏହା ପୂର୍ବରୁ ରଘୁବର ଟ୍ୱିଟ୍ କରି ଝାଡଖଣ୍ଡ ଜନାଦେଶକୁ ସମ୍ମାନ ଜଣାଇଥିଲେ। ଏହାସହ ସେ ରାଜ୍ୟର ବିକାଶ ପାଇଁ ସଦାବେଳେ କାମ କରିବେ ବୋଲି କହିଥିଲେ। ଏପରିକି ଭୋଟର ଓ କାର୍ଯ୍ୟକର୍ତ୍ତାଙ୍କ ପ୍ରତି ଆଭାର ବ୍ୟକ୍ତ କରିଥିଲେ।

ଇସ୍ତଫା ଦେବା ପରେ ରଘୁବର ଦାସ କହିଥିଲେ, ରାଜ୍ୟପାଳ ତାଙ୍କୁ ନୂଆ ସରକାର ଗଠନ ହେବା ପର୍ଯ୍ୟନ୍ତ କାର୍ଯ୍ୟବାହୀ ମୁଖ୍ୟମନ୍ତ୍ରୀ ଭାବେ ରହିବାକୁ କହିଥିଲେ। ବିଜେପିକୁ ଆଶାନୁରୂପକ ଜନାଦେଶ ମିଳିନାହିଁ। ଗତ ୫ ବର୍ଷରେ ସେ ରାଜ୍ୟର ଅନେକ ବିକାଶ କରିଛନ୍ତି। ତେବେ ପରାଜୟର ସମୀକ୍ଷା କରିବା ସହ ମେଂଟ ସରକାରକୁ ଶୁଭେଚ୍ଛା ଜଣାଇଛନ୍ତି।

ସୂଚନାଯୋଗ୍ୟ, ଆଜି ଝାଡଖଣ୍ଡ ବିଧାନସଭାର ଫଳାଫଳ ପ୍ରକାଶ ପାଇଛି। ୮୧ ଆସନରୁ କଂଗ୍ରେସ-ଜେଏମଏମ-ଆରଜେଡି ମେଣ୍ଟ ୪୭ଟି ଆସନ ହାତେଇ ଥିବା ବେଳେ ବିଜେପି କେବଳ ୨୫ଟି ଆସନରେ ସୀମିତ ରହିଛି।