୧୬ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଠାଏ ଠାଏ ବର୍ଷା ଲାଗି ରହିବ

ଭୁବନେଶ୍ୱର୧୪/୯ : ଏବେ ପାଗ ଶୁଖିଲା ରହିବ । ଆଗାମୀ ୩ଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବନି । କାଁ ଭାଁ କେଉଁଠି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କିନ୍ତୁ ୧୬ ତାରିଖ ଯାଏ ବର୍ଷା ପରିମାଣ କମ୍‌ ରହିବ । ୧୬ରୁ ବର୍ଷା ବଢ଼ିବ । ୧୯ ତାରିଖରୁ ଆହୁରି ବଢ଼ିବ ।

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଶୁକ୍ରବାର ରାତିରୁ ଶନିବାର ସକାଳ ଯାଏ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ । ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡିର କିଛି ସ୍ଥାନରେ ବର୍ଷା ହୋଇପାରେ । ଏଥିପାଇଁ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଥିଲା । ତେବେ ଶନିବାର ଓ ରବିବାର ବିଶେଷ ବର୍ଷା ସମ୍ଭାବନା ନାହିଁ । ୧୬ରୁ ପୁଣି ବର୍ଷା ବଢିବ ।

୧୬ ତାରିଖ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେଉଁଝରର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ବିଭାଗ ପୂର୍ବାନୁମାନ ଜାରି କରିଛି । ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲୀଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେଉଁଝରରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ସେପଟେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ଘୂର୍ଣ୍ଣିବଳୟ ପ୍ରଭାବରେ ୧୬ତାରିଖରୁ ଦକ୍ଷିଣ ଓଡିଶାରେ ବର୍ଷା ହୋଇପାରେ । ତେବେ ୧୯ ତାରିଖରୁ ବର୍ଷା ପରିମାଣ ବଢ଼ିବ ।

   ସମ୍ବନ୍ଧିତ ଖବର


ବେଣୁଙ୍କ ବିଧାନସଭା ସ୍ୱପ୍ନ ସାକାର ପାଇଁ ରିକ୍ସାରେ ପ୍ରଚାର କଲେ ରାଣୀ ପଣ୍ଡା

ଜୟପୁର ପୋଲିସ୍‌କୁ ବଡ଼ ସଫଳତା: ଗଞ୍ଜେଇ ରାକେଟର କଲା ପର୍ଦ୍ଦାଫାସ, ୫ ଗିରଫ

ମାନବିକତାର ପରିଚୟ ଦେଲେ କୈଳାଶ, ଏଟିଏମରେ ଛାଡ଼ି ଯାଇଥିବା ଟଙ୍କାକୁ ଆତ୍ମସାତ୍‌ ନକରି ସୋସିଆଲ ମିଡିଆରେ ଜଣାଇଲେ

ନିଖୋଜ ହୋଇଯାଇଛି ବହୁ ଚର୍ଚ୍ଚିତ ନାବାଳିକା ଗଣ ଦୁଷ୍କର୍ମ ସହ ବେଆଇନ ଗର୍ଭପାତ କରାଯାଇଥିବା ପୀଡିତା

ଜେଲରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କୁ ମାଡ଼, ଅଭିଯୋଗ ଆଣିଲେ ଓକିଲ

ନକଲି ଜର୍ଦ୍ଦା କାରବାର ଉପରେ ଚଢ଼ାଉ ବେଳେ ପୋଲିସ ଓ ସାମ୍ବାଦିକଙ୍କୁ ମାଡ଼, ଛଡାଇ ନେଲେ ବୁମ୍-କ୍ୟାମେରା…