ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

୧୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ ।୨(ବ୍ୟୁରୋ): ଆସନ୍ତାକାଲି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମେତ ରାଜ୍ୟର ୧୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।
ସୋମବାର ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି । ସେହିପରି ଦକ୍ଷିଣ ଓଡ଼ିଶାର ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ଯାଜପୁରରେ ପ୍ରବଳ ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି । ସେହିପରି ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ମଧ୍ୟରୁ କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, କନ୍ଧମାଳ ଓ ଅନୁଗୁଳ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ଅପରପକ୍ଷେ ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ଆକଳନ କରିଛି । ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର୍‌ ବେଗରେ ପବନ ବୋହିବ । ତେଣୁ ଆସନ୍ତା ୨୬ ଓ ୨୭ ତାରିଖରେ ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଧୀବରମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
ଆଭ୍ୟନ୍ତରୀଣ ଓଡ଼ିଶାରୁ ଛତିଶଗଡ଼ ଦେଇ ପୂର୍ବ କେନ୍ଦ୍ରୀୟ ଆରବ ସାଗର ପର୍ଯ୍ୟନ୍ତ ଏକ ଟ୍ରଫ୍‌ଲାଇନ୍‌ ଦେଖା ଦେଇଛି । ଯାହାର ପ୍ରଭାବରେ ଓଡ଼ିଶା ତଥା ଏହାର ଆଖାପାଖ ଅଞ୍ଚଳରେ ବର୍ଷା ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି । ତେବେ ରାଜ୍ୟରେ ବର୍ଷା ପରେ ତାତିର ପ୍ରକୋପ କମିବ । ଶନିବାର ତୁଳନାରେ ଉପକୂଳ ଓଡ଼ିଶାରେ ତାତି କମିଛି । ଶନିବାର ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୩୯.୪ଂ ସେଲସିୟସ୍‌ ଥିବା ବେଳେ ରବିବାର ଏହା ୩୬.୮ଂ ସେଲସିୟସକୁ ଖସିଛି । ସେହିପରି କଟକରେ ମଧ୍ୟ ଶନିବାର ୩୭.୨ ସେଲସିୟସ୍‌ ସର୍ବୋଚ୍ଚ ତାପମାତ୍ରା ରବିବାର ୩୫.୮ଂ ସେଲସିୟସ୍‌କୁ ଖସିଥିଲା । ତେବେ ମାଲକାନଗିରିର ସର୍ବୋଚ୍ଚ ତାପମାତ୍ରା ଶନିବାର ଭଳି ରବିବାର ମଧ୍ୟ ୩୯ଂ ସେଲସିୟସ୍‌ ଉପରେ ରହିଥିଲା । ଭବାନୀପାଟଣାରେ ୩୮ଂ ସେଲସିୟସ୍‌, ବଲାଙ୍ଗୀର ଓ ସୋନପୁରରେ ୩୬.୨ଂ ସେଲସିୟସ୍‌ ତାପମାତ୍ରା ରହିଥିଲା । ତେବେ ରବିବାର ଝାରସୁଗୁଡା, ପୁରୀ, ଭୁବନେଶ୍ୱର, ମୟୂରଭଞ୍ଜ ଜିଲ୍ଲାର ଖୁଣ୍ଟା, ବୈଶିଙ୍ଗା ଓ ବାରିପଦା ସମେତ ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଥିବା ସୂଚନା ମିଳିଛି । ଯାହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ତାତିର ପ୍ରକୋପ ସାମାନ୍ୟ କମିଛି । ଆସନ୍ତାକାଲି ମଧ୍ୟ ତାତି ଆହୁରି କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ୍‌ ପୂର୍ବାନୁମାନ କରିଛନ୍ତି । ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୬ଂ ସେଲସିୟସକୁ ଖସିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.