୧୯ରୁ ଲଘୁଚାପ ୨୫ ଯାଏଁ ବର୍ଷା

ଭୁବନେଶ୍ୱର – ଅକ୍ଟୋବର ୧୯ରେ କେନ୍ଦ୍ରୀୟ ବଙ୍ଗୋପସାଗରର ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି  । ସେହପରି ବଙ୍ଗୋପସାଗରର ପଶ୍ଚିମବଙ୍ଗ ଉପକୂଳରୁ ପୂର୍ବ କେନ୍ଦ୍ରୀୟ ଆରବ ସାଗର ପର୍ଯ୍ୟନ୍ତ ଏକ ଟ୍ରାପ୍ ଲାଇନ ବର୍ତ୍ତମାନ ସକ୍ରିୟ ରହିଛି । ଫଳରେ ଓଡିଶା ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ଏବେ ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଯାଇଛି ।

୧୯ରୁ ୨୧ ଯାଏଁ ପ୍ରବଳ ବର୍ଷିବ। ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ବର୍ଷା ଢାଳିବ। ଲଗାଣ ବର୍ଷା ସମ୍ଭାବନାକୁ ନେଇ ସତର୍କ କରାଇ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା । ପ୍ରବଳ ବର୍ଷାରେ ଦକ୍ଷିଣ ଓଡ଼ିଶାରେ ବନ୍ୟା କିମ୍ବା ଭୂସ୍ଖଳନ ସ୍ଥିତି ଉପୁଜିପାରେ । ଏହାକୁ ନଜରରେ ରଖି ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜଳ ସମ୍ପଦ ବିଭାଗକୁ ମଧ୍ୟ ସଜାଗ ରହିବାକୁ କୁହାଯାଇଛି।

ପାଣିପାଗ ବିଭାଗ କହିଛି, ଆସନ୍ତା ୧୯ ତାରିଖବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ଏହା ଅଧିକ ଘନୀଭୂତ ହୋଇ ଅବପାତ (ଡିପ୍ରେସନ୍‌) ରୂପ ନେଇପାରେ। ଏହାର ପ୍ରଭାବରେ ଆସନ୍ତା ୧୯-୨୧ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଅଛି।

ରାଜ୍ୟରେ ବର୍ଷାର ପ୍ରଭାବ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାମାନଙ୍କର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା ସତର୍କ ସୂଚନାରେ କୁହାଯାଇଛି । ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

 ଏଥିସହ ନବରଙ୍ଗପୁର, କୋରାପୁଟ, ରୟାଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର ଏବଂ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ଓ ବର୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାର ଜିଲ୍ଲପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ ଆର୍ ସି ।୨ ଦିନ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ କ୍ଷୟକ୍ଷତିର ସମ୍ଭାବନା ରହିଛି । ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଭିଡିଓ କନଫରେନ୍‌ସିଂ ଜରିଆରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାର ସମସ୍ତ ବିଭାଗକୁ ପୂର୍ବ ପ୍ରସ୍ତୁତି କରି ରହିବାକୁ କୁହାଯାଇଛି।

   ସମ୍ବନ୍ଧିତ ଖବର


ଫାଣ୍ଡି ଅଧିକାରୀଙ୍କ ଗୁଣ୍ଡାଗିରି ଅଭିଯୋଗ -ବାବୁ କହିଥିଲେ ୨ ବାଡ଼ି ଦେ,ଅବସ୍ଥା ସଙ୍ଗିନ କଲେ କନେଷ୍ଟବଳ

ମହାଜାଲିଆତି -ମିଛ ମାପଦଣ୍ଡରେ ଆକାଶଛୁଆଁ ବେପାର

ସଞ୍ଜୟ ଦତ୍ତଙ୍କ କଣ୍ଠରେ ଆତ୍ମବିଶ୍ୱାସର ସ୍ୱର ଅତି ଗଭୀର

ସୋସିଆଲ୍‌ ମିଡିଆରେ ଟ୍ରୋଲ୍‌ ହେଉଥିବା ସ୍ୱରାଙ୍କର ରହିଛି ଏହି ଗୁଣ

ପରମ୍ପରା ଅନେକ ପୂଜା ଏକ

ମା’ ଦୁର୍ଗାଙ୍କ ପ୍ରିୟ ଫୁଲ – ଏହି ଫୁଲ ପ୍ରଦାନ କଲେ ହୋଇଥାଏ ମନୋସ୍କାମନା ପୂରଣ