PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ଆଜିଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ

ଭୁବନେଶ୍ୱର ୨୭/୮ : ଦାନା ବାନ୍ଧୁଛି ଲଘୁଚାପ । ମଙ୍ଗଳବାର ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ବୁଧବାରଠାରୁ ରାଜ୍ୟରେ ବର୍ଷା ବଢ଼ିବ । ତିନି ଦିନ ଧରି ବର୍ଷା ଲାଗି ରହିବ ।

ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଆସନ୍ତାକାଲି ରାଜ୍ୟରେ ବର୍ଷା କମ୍‌ ରହିବ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବୁଧବାର (୨୮ ତାରିଖ) ଠାରୁ ରାଜ୍ୟରେ ବର୍ଷା ବଢ଼ିବ । ଗୁରୁବାରଠାରୁ ବର୍ଷା ପ୍ରକୋପ ଆହୁରି ବଢ଼ିବ । ୨/୩ ଦିନ ଧରି ବର୍ଷା ଲାଗି ରହିବ ।

ଆସନ୍ତାକାଲି ଉତ୍ତର ଓଡ଼ିଶାର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ବାକି ଅଞ୍ଚଳରେ କାଁ ଭାଁ ବର୍ଷା ସମ୍ଭାବନା ଅଛି । ବୁଧବାରଠାରୁ ଲଘୁଚାପ ପ୍ରଭାବରୁ ବର୍ଷା ବଢ଼ିବ । ଉତ୍ତର ଓଡ଼ିଶାର ଅନେକ ଜାଗା ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବ । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଗୁରୁବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଉତ୍ତର ଓଡ଼ିଶାର ଅନେକ ଜାଗାରେ ମଧ୍ୟ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଢେଙ୍କାନାଳ, ଯାଜପୁର, ଭଦ୍ରକ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସେହିପରି ମାଲକାନଗିରି, ରାୟଗଡ଼ା, ଗଜପତିି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କେନ୍ଦୁଝରରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହା ପରେ ବର୍ଷା ପରିମାଣ କମିବ ।

କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ ପୂର୍ବାନୁମାନ ହେଲା, ୨୮ ତାରିଖ ଲଘୁଚାପ ପରେ ପୁଣି ୨ ତାରିଖବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଯାହାକି ଅଧିକ ଘନୀଭୂତ ହେବା ସହ ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା କରାଇବ ।

ବର୍ଷା ଯୋଗୁ ଜଳକା ନଦୀ ବିପଦ ସଙ୍କେତ ଉପରେ (୬.୪୨ ମିଟର) ପ୍ରବାହିତ ହେଉଥିବାବେଳେ ସୁବର୍ଣ୍ଣରେଖା, ଋଷିକୂଲ୍ୟା, ବଂଶଧାରା, ବ୍ରାହ୍ମଣୀ ଜଳସ୍ତର ବଢ଼ିଛି । ହୀରାକୁଦରେ ସନ୍ଧ୍ୟା ୬ଟାବେଳେ ଜଳସ୍ତର ୬୨୩.୨୩ ଫୁଟ୍‌ ରହିଥିବାବେଳେ ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ ଲକ୍ଷ ୬୯ ହଜାର ୮୨୩ ଘନଫୁଟ ଜଳ ପ୍ରବେଶ କରୁଛି । ୩ଟି ଗେଟ୍‌ ଖୋଲା ଯାଇଛି । ଏହି ଗେଟ୍‌ ଦେଇ ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୬୪ ହଜାର ୮୮୪ ଘନ ଫୁଟ ଜଳ ନିଷ୍କାସିତ ହେଉଛି ।

ସମ୍ବନ୍ଧିତ ଖବର