ଆସନ୍ତାକାଲି ଓଡି଼ଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ

ଭୁବନେଶ୍ୱର ୨୪/୪: ଆସନ୍ତାକାଲି ନିର୍ବାଚନ ପ୍ରଚାର ପାଇଁ ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ । ୨୫ ତାରିଖ ଦିନ ଓଡିଶା ଗସ୍ତରେ ନିର୍ବାଚନ ପ୍ରଚାର କରିବେ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ । ଗୁରୁବାର ଯାଜପୁର ଜିଲ୍ଲାର ବରୀ, ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଏବଂ ନିମାପଡା ବିଧାନସଭା ଅନ୍ତର୍ଗତ ଗୋପଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ ।  

ରାଜ୍ୟରେ ୩ଟି ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ତେବେ ଆଉ ୫ ଦିନ ପରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ହେବ । ଏହା ମଧ୍ଯରେ ନିର୍ବାଚନ ପ୍ରଚାର ପାଇଁ ପୁଣି ଓଡିଶା ଆସୁଛନ୍ତି ରାଜନାଥ ସିଂହ । ଏନେଇ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।  ରାଜନାଥ ଆସନ୍ତା କାଲି ସକାଳ ୧୦.୩୦ରେ ଯାଜପୁର ଜିଲ୍ଲା ବରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗୋବିନ୍ଦବାଟି ପଡିଆଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ଏହା ପରେ ସେ ଅପରାହ୍ନ ୧୧.୪୫ଟାରେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଏବଂ ଅପରାହ୍ନ ୧.୩୦ରେ ନିମାପଡା ନିର୍ବାଚନମଣ୍ଡଳୀର ଗୋପ ବ୍ଲକର ନିଗମାନନ୍ଦ ହାଇସ୍କୁଲ ପଡିଆଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

   ସମ୍ବନ୍ଧିତ ଖବର


ଏହି ରାଜ୍ୟରେ ଜୁନ୍ ମାସ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ଟଙ୍କା ବିନିଯୋଗ କଲେ ହୋଇଯିବ ଦୁଇ ଗୁଣ,୫୦ ହଜାର ବଦଳରେ ମିଳିବ ଏକଲକ୍ଷ ଟଙ୍କା

ଭୁବନେଶ୍ୱରରେ ମିଳୁଛି କୋଭିଡ ଟିକା !

ରାଜ୍ୟର ପ୍ରମୁଖ ୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତ

ରାଜ୍ୟରେ ଏବେ ବେଆଇନ ଧର୍ମଘଟ କଲେ ଏକ ବର୍ଷ ଜେଲ୍‌ କିମ୍ବା ୫ ହଜାର ଜରିମାନା

ଓଡ଼ିଶାର ଚାଷୀଙ୍କୁ ମୋଦି ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌-ଗତ ୬ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି