PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ନାକଟିଦେଉଳରେ ଭାଲୁ ଆକ୍ରମଣରେ ୨ ଚାଷୀ ଗୁରୁତର
  • ||
  • Tokyo Olympics : ଭାରତକୁ ପ୍ରଥମ ପଦକ, ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ
  • ||
  • ସମ୍ବଲପୁର : ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା, ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୭ ହଜାର କ୍ୟୁସେକ ଜଳ, ପୁଣି ଗେଟ୍ ଖୋଲିବା ନେଇ ବାଜିଲା ସାଇରନ୍
  • ||
  • ଆନନ୍ଦପୁର : ଶାଳନ୍ଦୀ ନଦୀର ହଦଗଡ ଡ୍ୟାମରୁ ହୋମିଓପାଥି ଡାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ତଳୁ ଥିଲେ ନିଖୋଜ
  • ||
  • ଯାଜପୁର : ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ଝିଅ ଘର ଲୋକେ
  • ||
  • ତେଲକୋଇ : ନାଳରେ ଭାସିଗଲେ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ
  • ||
  • ବାନ୍ଦୀପୋରା : ଆତଙ୍କବାଦୀ-ସୁରକ୍ଷାବାହିନୀ ମୁହାଁମୁହିଁ, ସେନା ଗୁଳିରେ ୨ ଆତଙ୍କବାଦୀ ସଫା
  • ||
  • ଟୋକିଓ ଟକ୍କର: ଭାରତୀୟ ପୁରୁଷ ହକି ଦଳର ଦମଦାର ବିଜୟ, ନ୍ୟୁଜିଲାଣ୍ଡକୁ ୩-୨ରେ ଦେଲା ମାତ୍‌
  • ||
  • ଚଣ୍ଡିଖୋଲ : କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୫୪୪୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ଭିତରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍
  • ||
  • ପୁରୀ : ୨୯ ଦିନ ପରେ ରତ୍ନବେଦିକୁ ଫେରିଲେ ମହାବାହୁ, ଆଜି ମିଳିବ ନୀଳାଚଳ ଅବଢ଼ା
  • ||

BSF‌ ଡିଜି ହେଲେ ରାକେଶ ଅସ୍ଥାନା

theweek

ନୂଆଦିଲ୍ଲୀ,୧୮/୦୮: ଗୁଜରାଟ କ୍ୟାଡର୍‌ ଆଇପିଏସ୍‌ ଅଧିକାରୀ ତଥା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ପୂର୍ବତନ ସ୍ୱତନ୍ତ୍ର ନିର୍ଦ୍ଦେଶକ ରାକେଶ ଅସ୍ଥାନା ସୋମବାର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର ନୂଆ ମହାନିର୍ଦ୍ଦେଶକ (ଡିଜି) ଭାବେ ନିଯୁକ୍ତି ପାଇଛନ୍ତି ।

୧୯୮୪ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଅସ୍ଥାନା ଏବେ ବେସାମରିକ ବିମାନ ଚଳାଚଳ ନିରାପତ୍ତା ବ୍ୟୁରୋ (ବିସିଏଏସ୍‌)ର ମୁଖ୍ୟ ରହିଥିବା ବେଳେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି । ବିଏସ୍‌ଏଫ୍‌ର ଡିଜି ଭାବେ ସେ ପୂର୍ଣ୍ଣକାଳୀନ ଦାୟିତ୍ୱ ନିର୍ବାହ କରିବେ । ପାଖାପାଖି ୨,୨୮୦ କିଲୋମିଟର ବ୍ୟାପୀ ସୀମା ଅଞ୍ଚଳରେ ସୁରକ୍ଷା ସୁନିଶ୍ଚିତ କରୁଥିବା ବିଏସ୍‌ଏଫ୍‌ର ଡିଜି ଭାବେ ଅସ୍ଥାନାଙ୍କ ବ୍ୟାଚ୍‌ମେଟ୍‌ ତଥା ଆଇଟିବିପି ମୁଖ୍ୟ ଏସ୍‌ ଏସ୍‌ ଦେଶ୍ୱାଲ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି । ଚଳିତବର୍ଷ ମାର୍ଚ୍ଚ ପରଠାରୁ ସେ ଏହି ଦାୟିତ୍ୱରେ ରହିଛନ୍ତି । କିନ୍ତୁ ଚୀନ୍‌ ସହ ଏଲ୍‌ଏସିରେ ବିବାଦ ବଢୁଥିବାରୁ ବିଏସ୍‌ଏଫ୍‌ ପାଇଁ ଜଣେ ପୂର୍ଣ୍ଣକାଳୀନ ଡିଜି ନିଯୁକ୍ତ କରିବା ଜରୁରି ହୋଇପଡ଼ିଥିଲା ।