PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ନବନିଯୁକ୍ତ ସମବାୟ ଅଡିଟରମାନଙ୍କ କର୍ମଶାଳା: ‘କର୍ମକ୍ଷେତ୍ରରେ ସେବା ବାତାବରଣ ସୃଷ୍ଟି କର’

ଭୁବନେଶ୍ୱର ୧୦/୯: ସରକାରୀ ଚାକିରିକୁ ଏକ ସେବା ଭାବରେ ଗ୍ରହଣ କରି କର୍ମକ୍ଷେତ୍ରରେ ସେବା ବାତାବରଣ ସୃଷ୍ଟି କରିପାରିଲେ ଜନସାଧାରଣଙ୍କ ଆଶା-ଆକାଂକ୍ଷା ପୂରଣ ହୋଇପାରିବ । ରାଜ୍ୟ ସରକାରଙ୍କ ଦ୍ୱାରା ଲୋକାଭିମୁଖୀ ଯୋଜନାର କାର୍ଯ୍ୟାନ୍ୱୟନରେ ସ୍ୱଚ୍ଛତା ବଜାୟ ରଖି ଓ ଏହାର ସୁଫଳ ସମାଜର ସବୁଠାରୁ ତଳସ୍ତର ଲୋକମାନଙ୍କ ନିକଟରେ ପହଞ୍ଚାଇବା ଦିଗରେ ସରକାରୀ କର୍ମଚାରୀମାନେ ନିଷ୍ଠାପର ଉଦ୍ୟମ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

ଆଜି ପୂର୍ବାହ୍ନରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କରେ ନବନିଯୁକ୍ତ ସମବାୟ ଅଡିଟରମାନଙ୍କ ୫‘ଟି’ ସମ୍ବନ୍ଧୀୟ ଏକ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ରାଜ୍ୟରେ ୯ ହଜାରରୁ ଊଦ୍ଧ୍ୱର୍ ସମବାୟ ଅନୁଷ୍ଠାନ କାର୍ଯ୍ୟ କରୁଥିବାବେଳେ ଏହି ଅନୁଷ୍ଠାନଗୁଡ଼ିକର ଆୟବ୍ୟୟର ହିସାବ ଠିକଣା ଓ ସନ୍ତୁଳିତ ଭାବରେ କରିବା ପାଇଁ ଅଡିଟରମାନେ ନିଷ୍ଠାର ସହ କାର୍ଯ୍ୟକରିବା ଉଚିତ । ରାଜ୍ୟରେ ଚାଷୀମାନଙ୍କୁ ଦିଆଯାଉଥିବା ଫସଲ ଋଣର ପ୍ରାୟ ୭୦ ଭାଗରୁ ଊଦ୍ଧ୍ୱର୍ ସମବାୟ ସଂସ୍ଥା ମାଧ୍ୟମରେ ଦିଆଯାଉଥିବା ପରିପ୍ରେକ୍ଷୀରେ ଅଡିଟରମାନେ କୃଷି ଓ କୃଷକମାନଙ୍କର ବିକାଶ ଦିଗରେ ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ କରିପାରିବେ । ନବନିଯୁକ୍ତ ଅଡିଟରମାନେ ପରିବର୍ତ୍ତନର ବାହକ ଭାବରେ ତୃଣମୂଳ ସ୍ତରରେ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଥିଲେ । ନୂତନ ଅଡିଟର ନିଯୁକ୍ତି ଦ୍ୱାରା ସମବାୟ ବିଭାଗ ଅଧିକ ଚଳଚଞ୍ଚଳ ହେବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ୫୨ ଜଣ ନବନିଯୁକ୍ତ ଅଡିଟରମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ ।

କର୍ମଶାଳାରେ କୃଷି ଉତ୍ପାଦନ କମିଶନର ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର ଯୋଗଦେଇ କହିଲେ ଯେ ରାଜ୍ୟର ପରିବର୍ତ୍ତନରେ ୫ ‘ଟି’ ମନ୍ତ୍ରୀ ଉପଯୋଗ ଅପରିହାର୍ଯ୍ୟ । ତେଣୁ ଯିଏ ଯେଉଁ କ୍ଷେତ୍ରରେ କାର୍ଯ୍ୟ କରୁ ୫ ‘ଟି’ର ପ୍ରୟୋଗ ଦ୍ୱାରା କାର୍ଯ୍ୟରେ ସଫଳତା ହାସଲ କରିହେବ ବୋଲି ସେ କହିଥିଲେ । ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ବୀରବିକ୍ରମ ଯାଦବ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର ସଭାପତି ଶ୍ରୀ ଅକ୍ଷୟ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ । ସମବାୟ ସମିତି ସମୂହର ଅଡିଟର ଜେନେରାଲ ତଥା ସମବାୟ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଭରତ ଚନ୍ଦ୍ର ବେହେରା କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ସମ୍ବନ୍ଧିତ ଖବର