PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଷ୍ଟାଡ଼ିୟମ୍‌ରେ ଖେଳା ଯିବ ଆଇପିଏଲ ୨୦୨୨ ଫାଇନାଲ
  • ||
  • ଆନନ୍ଦପୁର : ଝରକା ଗ୍ରୀଲ୍ ଭାଙ୍ଗି ଶିକ୍ଷକଙ୍କ ଘରେ କଳାକନା ବୁଲାଇଦେଲେ ଦୁର୍ବୃତ୍ତ, ୧୫ ଭରି ସୁନାଅଳଙ୍କାର ସହ ନଗଦ ୫୨ ହଜାର ଟଙ୍କା ଲୁଟ୍
  • ||
  • ସୋର : ଗୋରୁ ବୋଝେଇ କଣ୍ଟେନର ଜବତ, ୪୦ ରୁ ଉର୍ଦ୍ଧ୍ଵ ଗୋରୁ ଉଦ୍ଧାର, ୧୧ ଗିରଫ
  • ||
  • ସମାନ ନାଗରିକ ସଂହିତା ଲାଗୁ କରିବା ପ୍ରସ୍ତୁତିରେ ମୋଦି ସରକାର , ପ୍ରଥମେ ଉତ୍ତରାଖଣ୍ଡରେ ଏହି ଆଇନ୍‌ ଲାଗୁ କରାଯିବାର ଅଭ୍ୟାସ ଆରମ୍ଭ କରାଯାଇଛି
  • ||
  • ଗୁଜରାଟରେ ବଡ଼ ବିଜୟର ପ୍ରସ୍ତୁତିରେ ବିଜେପି , କଂଗ୍ରେସ ଦୁର୍ବଳତାର ବି ମିଳିବ ଫାଇଦା
  • ||

ସମ୍‌ କର୍କଟ ବିଭାଗରେ ବିରଳ ଅସ୍ତ୍ରୋପଚାର: ମହିଳାଙ୍କ ପେଟରୁ ବାହାରିଲା ୧୦ କେଜିର ଟ୍ୟୁମର

ଭୁବନେଶ୍ୱର ୨୦/୧: ଜଣେ ମହିଳାଙ୍କ ପେଟରୁ ୧୦.୫ କେଜି ଓଜନର ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍‌ ହସ୍ପିଟାଲର ସର୍ଜନ । କଳାହାଣ୍ଡି ଅଂଚଳର ୫୦ ବର୍ଷିୀୟା ମହିଳାଙ୍କ ପେଟରେ ଏହି ଟ୍ୟୁମର ସୃଷ୍ଟି ହୋଇଥିବା ବେଳେ ସଫଳତାର ସହ ଏହାକୁ ବାହାର କରିପାରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍‌ ଅଫ ମେଡିକାଲ ସାଇନସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲର ସର୍ଜିକାଲ ଅଙ୍କୋଲୋଜି ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ସଂଗ୍ରାମ କେଶରୀ ପଣ୍ଡା ଓ ତାଙ୍କ ଟିମ୍‌ । ଦୀର୍ଘ ଦୁଇ ବର୍ଷ ଧରି ମହିଳା ଜଣଙ୍କର ପେଟ ଅସ୍ୱାଭାବିକ ଭାବେ ଫୁଲି ରହିଥିବା ବେଳେ ସେ ଠିକ୍‌ ଭାବରେ ଚଲାବୁଲା ମଧ୍ୟ କରି ପାରୁନଥିଲେ । ଅନେକ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ଯାଇ ନିରାଶ ହେବା ପରେ ଶେଷରେ ସମ୍‌ ହସ୍ପିଟାଲକୁ ଆସି ଡାକ୍ତର ପଣ୍ଡାଙ୍କ ନିକଟରେ ଏହି ମହିଳା ଜଣକ ଚିକିତ୍ସା ଆରମ୍ଭ କରିଥିଲେ । ବିଭିନ୍ନ ପରୀକ୍ଷାନିରୀକ୍ଷା ପରେ ମହିଳା ଜଣକ କର୍କଟ ରୋଗରେ ପୀଡିତ ଥିବାର ଜଣାପଡିଥିଲା ଏବଂ ତାଙ୍କ ତଳିପେଟରେ ଏକ ବଡ ଟ୍ୟୁମର ସୃଷ୍ଟି ହୋଇଥିବା ଜଣାପଡିଥିଲା ।

ଏପରି ସମସ୍ୟାକୁ ଲିୟୋମାୟୋସାରକୋମା କୁହାଯାଏ ବୋଲି ଡାକ୍ତର ପଣ୍ଡା କହିଛନ୍ତି । ଏହା ଏକ ବଡ ଟ୍ୟୁମର ଥିଲା ଏବଂ ପେଟ ଭିତରେ ଅନ୍ୟ ଅଙ୍ଗ ଗୁଡିକ ସହ ମଧ୍ୟ ଏହା ଯୋଡ଼ି ହୋଇ ରହିଥଲା । ତେଣୁ ଟ୍ୟୁମରଟିକୁ ଅନ୍ୟ ଅଙ୍ଗ ଗୁଡିକ ଠାରୁ ଅଲଗା କରି ଅସ୍ତ୍ରୋପଚାର ଜରିଆରେ ବାହାର କରିବା ଖୁବ୍‌ କଷ୍ଟକର ଥିଲା । ତେବୁ ଅତ୍ୟନ୍ତ ଯତ୍ନ ଓ ସତର୍କତାର ସହ ଏହି ଅସ୍ତ୍ରୋପଚାର କରାଯାଇଥିଲା ବୋଲି ଡାକ୍ତର ପଣ୍ଡା କହିଛନ୍ତି । ଏଭଳି ସମସ୍ୟା ଆରମ୍ଭରୁ ଜଣାପଡେ ନାହିଁ ଏବଂ ପରବର୍ତୀ ଅବସ୍ଥାରେ ଏହା ଗୁରୁତର ହୋଇ ଉଠିଥାଏ । ତେଣୁ ଆମେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ କରିଛୁ ଏବଂ ରୋଗୀ ଜଣକ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବୋଲି ଡାକ୍ତର ପଣ୍ଡା କହିଛନ୍ତି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ଅସ୍ତ୍ରୋପଚାର କରାଯାଇଛି । ଡାକ୍ତର ପଣ୍ଡାଙ୍କ ସମେତ ଅସ୍ତ୍ରୋପଚାର ଟିମରେ ନିଶ୍ଚେତକ ବିଭାଗର ମୁଖ୍ୟ ପ୍ରଫେସର ଶାଶ୍ୱତ ପଟ୍ଟନାୟକ ଓ ସର୍ଜିକାଲ ଅଙ୍କୋଲୋଜି ବିଭାଗର ଡାକ୍ତର ସି. ପ୍ରଥମେଶ ଏବଂ ଡାକ୍ତର କେ. ବିକାଶ ପ୍ରମୁଖ ସାମିଲ୍‌ ଥିଲେ ।

ସମ୍ବନ୍ଧିତ ଖବର