PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୩୫କୁ ବୃଦ୍ଧି
  • ||
  • ଗଞ୍ଜାମ: କୋଦଳା ଖଦାଳ ସାହିରେ ଗୋଷ୍ଠୀ ସଂଘର୍ଷ, ଜଣେ ମୃତ
  • ||
  • ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ଆଉ ୬୬୩ ଜଣ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର: ୨୦ରୁ ଯୁକ୍ତ ୩ ଦ୍ୱିତୀୟ ବର୍ଷ କ୍ଲାସ୍‌ ରୁମ୍‌ ପଢ଼ା, ଆଜିଠୁ ଖୋଲିବ ହଷ୍ଟେଲ
  • ||
  • ଭୁବନେଶ୍ୱର: BBI ଓ OOPRE ବାରକୁ ସିଲ୍ କଲା ବିଏମ୍‌ସି, ମ୍ୟାନେଜରଙ୍କ ସହ ୪ ଜଣ ଅଟକ
  • ||
  • ଭୁବନେଶ୍ୱର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଘୋଷଣା
  • ||

ଶନିବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ଆସନ୍ତାକାଲି ତା.୨୪.୦୭.୨୦୨୧ରିଖ, କର୍କଟ ୯ ଦିନ, ଆଷାଢ଼ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା, ଶନିବାର । ପୂର୍ଣ୍ଣିମା-ସକାଳ ୮ଟା ୧୦ ମିିନିଟ୍‌, ଉତ୍ତରାଷାଢ଼ା-ଦିବା ୧୨ଟା ୪୩ ମିନିଟ୍‌ । ମକର ଚନ୍ଦ୍ର-୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ: ୫ଟା ୨୦ ମିନିଟ୍‌ ୪୧ ସେକେଣ୍ଡ । ସୂର୍ଯ୍ୟାସ୍ତ: ୬ଟା ୨୫ ମିନିଟ୍‌ ୦୪ ସେକେଣ୍ଡ । ଯୋଗିନୀ ବାୟବ୍ୟେ, ଦିବା ୮ଟା ୧୦ ମିନିଟ୍‌ ଗତେ ପୂର୍ବେ । ମୃତେ ଦ୍ୱିପାଦ, ଦିବା ୧୨ଟା ୪୩ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ମାଛ, ମାଂସ ଖାଇବା ମନା । ଖାଇଲେ ମହାପାପ ।

ମେଷ: କର୍ମରେ ଉନ୍ନତି ଓ ନୂତନ କର୍ମାରମ୍ଭ କରିପାରନ୍ତି । ଆଜି ଯେକୌଣସି କର୍ମ ହାତକୁ ନେଲେ ସେଥିରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା ଓ ଉତ୍ସାହ, ଉଦ୍ଦୀପନା ଭାବ ଜାଗ୍ରତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଅଧିକ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଯତ୍ନବାନ ହେବେ । ମହିଳାମାନେ କର୍ମତତ୍ପର ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ ।

ବୃଷ: ଘାତବାର ଓ ସକାଳ ୮ଟା ୧୦ ମିନିଟ୍‌ ପରେ କୃଷ୍ଣପକ୍ଷ ଭୋଗ ହେଉଥିବା ହେତୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଓ କୃତକର୍ମର ପଶ୍ଚାତାପ କରିବେ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଓ ଆର୍ଥିକ ଅବସ୍ଥା ବିଗିଡ଼ିଯିବ । କର୍ମରେ ସମ୍ମାନହାନି ଓ ପଦସ୍ଥ କର୍ମ•ରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ଅପମାନ ପାଇବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୬, ଆରାଧନା- ପ୍ରଭୁ ଶ୍ରୀରାମ ।

ମିଥୁନ: ଅଷ୍ଟମ ଚନ୍ଦ୍ର ହେତୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଆଚାର, ବ୍ୟବହାର ଓ ଚାଲିଚଳନ ବିବାଦୀୟ ହେବ । ବିନା କାରଣରେ ଅଧିକ ବ୍ୟସ୍ତ ରହିବେ । ବାଣିଜ୍ୟରେ ଆୟ ମଧ୍ୟମ ଓ ବଦଖର୍ଚ୍ଚ ଅଧିକ ହେବ । କର୍ମରେ ବାଧାବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୪, ଆରାଧନା-ମା’ ଭୈରବୀ ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ମଜଭୁତ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ଲାଭ କରିବେ । ମାନସିକ, ପାରିବାରିକ ଶାନ୍ତି ଓ ସହଧର୍ମିଣୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଓ ଘରେ ସ୍ୱର୍ଗୀୟ ସୁଖ ଅନୁଭବ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୭, ଆରାଧନା-ମା’ ସମଲେଶ୍ୱରୀ ।

ସିଂହ : ଘାତବାର ଓ ଘାତଚନ୍ଦ୍ର ହେତୁ ବିବାଦ, ସ୍ୱାସ୍ଥ୍ୟ ଓ ବାକ୍‌ ସଂଯମତା ରକ୍ଷା କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ ଆୟର ଅଧାରୁ ଅଧିକ ବଦଖର୍ଚ୍ଚରେ ଯିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଆର୍ଥିକ ଅନଟନ ହେତୁ ଋଣ କରିବାକୁ ପଡ଼ିପାରେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମରୁ ଦୂରେଇଯିବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୧୧, ଆରାଧନା- ମା’ ମାତଙ୍ଗୀ ।

କନ୍ୟା: ଘାତବାର ଓ କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଓ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । କର୍ମରେ ଯେତେ ଭଲ କରିବାକୁ ଚେଷ୍ଟା କଲେ ମଧ୍ୟ ତାହା କାହା ମନକୁ ଠିକ୍‌ ଲାଗିବ ନାହିଁ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୮, ଆରାଧନା-ମା’ ତ୍ରିପୁରସୁନ୍ଦରୀ ।

ତୁଳା : ସକାଳ ୮ଟା ୧୦ ମିନିଟ୍‌ ପରେ କୃଷ୍ଣପକ୍ଷ ହେତୁ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଓ ପରିବହନରେ ଆୟ ଅଧିକ ହେବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ଲାଭ କରିବେ । ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ । କିନ୍ତୁ ଚତୁର୍ଥ ଚନ୍ଦ୍ର ହେତୁ ମନରେ ସାମାନ୍ୟ ଅସ୍ଥିରତା ପ୍ରକାଶ ପାଇପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ ବୁଲାବୁଲିରେ ମନ ଦେବେ । ମହିଳାମାନେ ଆଭୂଷଣପ୍ରିୟା ହେବେ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୨, ଆରାଧନା-ପ୍ରଭୁ ନାରାୟଣ ।

ବିଛା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ସେଥିପାଇଁ ସୁଯୋଗ ମିଳିପାରେ । ପରିବାରରେ ସୁଖ, ଶାନ୍ତି, ମନରେ ପ୍ରସନ୍ନତା ଓ ଉତ୍ସାହ ଉଦ୍ଦୀପନା ଭାବ ଜାଗ୍ରତ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ଭ୍ରାତୃପ୍ରେମୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ସ୍କନ୍ଦ ।

ଧନୁ: ଧନକ୍ଷତି, ମୂଲ୍ୟବାନ ପଦାର୍ଥ ନଷ୍ଟ, ପରିବାରରେ ବିବାଦ, ମାନସିକ ଅସ୍ଥିରତା ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ, ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଏବଂ ଆଳସ୍ୟତା ଭାବ ଜାଗ୍ରତ ହେବ । ଅନ୍ୟକୁ ଦେଇଥିବା ଧନକୁ ନେଇ ବିବାଦ ଓ ବିପଦରେ ପଡ଼ିପାରନ୍ତି । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଧନକ୍ଷତି କରିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ପ୍ରଭୁ ଗଜାନନ ।

ମକର: ଶ୍ରୀଚନ୍ଦ୍ର ହେତୁ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ସ୍ୱଜନ, ପ୍ରିୟଜନ, ବନ୍ଧୁ ଓ ପଡ଼ୋଶୀଙ୍କର ସହାୟତା ଏବଂ ତାଙ୍କ ସହ ସମ୍ପର୍କ ନିବିଡ଼ ହେବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଆମୋଦପ୍ରମୋଦରେ ମନ ଦେବେ । ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୩, ଆରାଧନା-ମା’ ଭୈରବୀ ।

କୁମ୍ଭ: ସକାଳ ୮ଟା ୧୦ ମିନିଟ୍‌ ପରେ କୃଷ୍ଣପକ୍ଷ ହେତୁ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । ବହୁତ ଭାବିଚିନ୍ତି ଖର୍ଚ୍ଚ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୬, ଆରାଧନା-ମା’ ଚଣ୍ଡୀ ।

ମୀନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥା ସୁଦୃଢ଼ ହେବ । ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଓ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ । କର୍ମରେ ସଫଳତା, ସମ୍ମାନ ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ସଞ୍ଚୟ କରିବାରେ ରୁଚି ରଖିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୫, ଆରାଧନା- ପ୍ରଭୁ ଶ୍ରୀଜଗନ୍ନାଥ ।

ବିଶେଷ ସୂଚନା
ସମସ୍ତ ରାଶିର ବ୍ୟକ୍ତିମାନେ ଦିନଟି ଶୁଭ ହେବା ପାଇଁ ଉକ୍ତ ମନ୍ତ୍ରଟି ଋଷ୍ୟାଦି କରି ପାଠ କରନ୍ତୁ ।
ଋଷ୍ୟାଦି : ଓଁ ଅସ୍ୟ ଶ୍ରୀ ଶନିଶ୍ଚର ମହାମନ୍ତ୍ରସ୍ୟ,
କାଶ୍ୟପ ଋଷିଃ ଅନୁଷ୍ଟୁପ୍‌ ଛନ୍ଦଃ
ଅଦ୍ୟ ଦିବସ ଦିବସାଧିପତି ଶନିଶ୍ଚର ଦେବତା
ସୁପ୍ରୀତୟେ ମନ୍ତ୍ର ଜପେ ବିନିଯୋଗଃ । (୧ ଥର)
ମନ୍ତ୍ର : ଓଁ ଐଂ ହୀ ଶ୍ରୀଂ ଶନୈଶ୍ଚରାୟ ନମଃ । (୧୦୮ ଥର)
(ସକାଳେ, ସନ୍ଧ୍ୟାରେ ୨ ଥର)
ହିତବାଣୀ : ଇନ୍ଦ୍ରିୟୈରିନ୍ଦ୍ରିୟାର୍ଥେଷୁ ବର୍ତ୍ତମାନୈରନିଗ୍ରାହୈଃ ।
ତୈରୟଂ ତାପ୍ୟତେ ଲୋକୋ ନକ୍ଷତ୍ରାଣି ଗ୍ରହୈରିବ ।ା
ଭାବାର୍ଥ: ମନ ଓ ଇନ୍ଦ୍ରିୟ ଅତ୍ୟନ୍ତ ଚଳଚଞ୍ଚଳ । ଏହାକୁ ଦମନ କରିବା ଅତ୍ୟନ୍ତ କଠିନ । ଯେଉଁ ମନୁଷ୍ୟର ଇନ୍ଦ୍ରିୟ ବିଷୟାବିଷ ମଧ୍ୟରେ ଲିପ୍ତ ଥାଏ, ତା’ର ବୁଦ୍ଧି କୌଣସି ମାଠିଆରେ ଛିଦ୍ର ଦ୍ୱାରା ବହୁଥିବା ଜଳ ପରି ନଷ୍ଟ ହୋଇଯାଏ । (ଚାଣକ୍ୟ)
ଜ୍ୟୋତିର୍ବିଦ୍‌: କୈଳାସ ଦାଶ