PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଏହି ରାଶିର ବ୍ୟକ୍ତିଙ୍କ ସମ୍ପର୍କ ଓ ଧନ, ଧାନ୍ୟ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି, ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି- ରବିବାରର ରାଶିଫଳ

ପଞ୍ଜିକା


ଅଦ୍ୟ ତା.୨୬.୦୯.୨୦୨୧ରିଖ, କନ୍ୟା ୧୦ ଦିନ, ଆଶ୍ୱିନ ମାସ କୃଷ୍ଣପକ୍ଷ ପଞ୍ଚମୀ ଗତ ଷଷ୍ଠୀ, ରବିବାର । ପଞ୍ଚମୀ-ଦିବା ୧ଟା ୦୮ ମିନିଟ୍‌ । କୃତ୍ତିକା-ଦିବା ୨ଟା ୩୬ ମିନିଟ୍‌ । ବୃଷ ଚନ୍ଦ୍ର-୬୦ ଦଣ୍ଡ, ଅହୋରାତ୍ର । ସୂର୍ଯ୍ୟୋଦୟ: ୫ଟା ୩୭ ମିନିଟ୍‌ ୨୯ ସେକେଣ୍ଡ । ସୂର୍ଯ୍ୟାସ୍ତ: ୫ଟା ୩୭ ମିନିଟ୍‌ ୫୨ ସେକେଣ୍ଡ, ଯୋଗିନୀ ଦକ୍ଷିଣେ । ଦିବା ୧ଟା ୦୮ ମିନିଟ୍‌ ଗତେ ପଶ୍ଚିମେ । ମୃତେ ଦ୍ୱିପାଦ, ଦିବା ୨ଟା ୩୬ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ଦିବା ୧ଟା ୦୮ ମିନିଟ୍‌ ପର୍ଯ୍ୟନ୍ତ ବେଲ ଓ ପରେ ପିତା ଦ୍ରବ୍ୟ ଖାଇବା ମନା, ଖାଇଲେ ପଶୁଯୋନିରେ ଜନ୍ମ ।

ରାଶିଫଳ

ମେଷ: ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଓ ଆର୍ଥିକ କ୍ଷତି କିମ୍ବା ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ସ୍କନ୍ଦ ।

ବୃଷ: ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଓ ଧନ, ଧାନ୍ୟ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି, ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଆତ୍ମସନ୍ତୋଷ ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଓ ପରିବାରର ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଆମୋଦପ୍ରମୋଦରେ ମନ ଦେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୪, ଆରାଧନା-ପ୍ରଭୁ ଶ୍ରୀରାମ ।

ମିଥୁନ: ଅପବ୍ୟୟ, ଅପବାଦ ଓ ଅଯଥା ଖର୍ଚ୍ଚରୁ ସାମୟିକ ଭାବରେ ମୁକ୍ତି ପାଇବେ । ଆୟ ଠାରୁ ବ୍ୟୟ ବହୁତ କମ୍‌ ରହିବ ଓ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ ଓ ମନରୁ ହତାଶା, କୁଚିନ୍ତା, କୁଭାବନା ଲୋପ ପାଇବ । ବିଦ୍ୟାର୍ଥୀ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ମିତବ୍ୟୟୀ ହେବେ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ-ଚକୋଲେଟ୍‌, ଶୁଭସଂଖ୍ୟା-୧୨, ଆରାଧନା- ମା’ ଛିନ୍ନମସ୍ତା ।

କର୍କଟ: ଉନ୍ନତିମୂଳକ କାମ, ଆୟ ଅଧିକ କରିବା ପାଇଁ ପ୍ରଯତ୍ନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ । ନୂତନ ଗୃହାରମ୍ଭ କିମ୍ବା ଭୂମି କ୍ରୟର ଚିନ୍ତା କରିପାରନ୍ତି ଓ ନୂତନ ବ୍ୟବସାୟ ପାଇଁ ପ୍ରଯତ୍ନ କରିପାରନ୍ତି । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ଆୟର ପନ୍ଥା ନିରୂପଣ କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୫, ଆରାଧନା-ମା’ ସମଲେଶ୍ୱରୀ ।

ସିଂହ : ଆଗାମୀ କାଲିର କର୍ମରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଓ ସେଥିରେ ସଫଳ ହେବା ଲାଗି ନିଜକୁ ପ୍ରସ୍ତୁତ କରିବେ । ସ୍ୱକର୍ମ ଓ ଘରର ଯାବତୀୟ କର୍ମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ବାଣିଜ୍ୟରେ ଉତ୍ତମ ଆୟ, ମନରେ ଉତ୍ସାହ, ଉଦ୍ଦୀପନା ଓ ସତ୍‌ ଚିନ୍ତା, ସତ୍‌ ଭାବନା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ କର୍ମରେ ଧ୍ୟାନ ଦେବେ । ମହିଳାମାନେ କର୍ମତତ୍ପର ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ମାନ, ସମ୍ମାନ ହାନି, ମାନସିକ ଅସ୍ଥିରତା, ନିଜର ପ୍ରିୟବନ୍ଧୁଙ୍କ ସହ ମତାନ୍ତର, ଗୁରୁଜନଙ୍କ ସହ ବିବାଦ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଓ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ଅପମାନ, ଅପଯଶ ପାଇବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୪, ଆରାଧନା-ମା’ ଷୋଡ଼ଶୀ ।

ତୁଳା : ଅଷ୍ଟମ ଚନ୍ଦ୍ର, ଦ୍ୱାଦଶ ରବି, ଚତୁର୍ଥ ଶନି ହେତୁ ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ ଓ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା ଓ ବିରକ୍ତି ଭାବ ପ୍ରକାଶ ପାଇବ ଓ ଆ•ର ବ୍ୟବହାର, •ଲିଚଳନ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଓ ବଦଖର୍ଚ୍ଚ ଅଧିକ ହେବ । ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୧୨, ଆରାଧନା-ମା’ କମଳା ।

ବିଛା: ଘାତଚନ୍ଦ୍ର ହେତୁ ପରିବାରରେ ବିବାଦ, ସହଧର୍ମିଣୀଙ୍କ ସହ ମନୋମାଳିନ୍ୟ କିମ୍ବା ତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ମୂଲ୍ୟବାନ ଧାତୁ ହଜିଯାଇପାରେ କିମ୍ବା ଘରୋଇ ଉପକରଣ ନଷ୍ଟ ହୋଇପାରେ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଓ ଅପରିଚିତ ମହିଳାଙ୍କଠାରୁ ଅପମାନ ପାଇପାରନ୍ତି । ଯେଉଁମାନଙ୍କର ବିଶାଖା ବିଛା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା-ମା’ ଚଣ୍ଡୀ ।

ଧନୁ: ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା, ପରସ୍ପର ମଧ୍ୟରେ ସ୍ନେହ ଓ ଶ୍ରଦ୍ଧା ଭାବ ଜାଗ୍ରତ ହେବ । ଭାଇ, ଭଉଣୀଙ୍କ ପ୍ରତି ଆନ୍ତରିକତା ଓ ତାଙ୍କଠାରୁ ସାହାଯ୍ୟ, ସହଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ଓ ନୂତନ ବ୍ୟବସାୟ ପାଇଁ ଅନୁବନ୍ଧିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ଓ ମନ ପ୍ରଫୁଲ୍ଲ ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ସୁନାମ ଅର୍ଜନ କରିବେ । ମହିଳାମାନେ ଭ୍ରାତୃପ୍ରେମୀ ହେବେ । ଶୁଭରଙ୍ଗ-ଗୋଲାପି, ଶୁଭସଂଖ୍ୟା-୨, ଆରାଧନା-ମା’ ତାରା ।

ମକର: ମାନସିକ ଅସ୍ଥିରତା, ମାନ, ସମ୍ମାନ ହାନି ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ଓ ଅବଜ୍ଞା କରିବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବିଦ୍ୟାରେ ଅସଫଳ ଓ ବ୍ୟବହାର, •ଲିଚଳନ ବିବାଦୀୟ ହେବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୧୧, ଆରାଧନା-ମା’ ଦୁର୍ଗା ।

କୁମ୍ଭ: ପରିବହନ ବ୍ୟବସାୟରେ ଆଜି ଉତ୍ତମ ଆୟ ହେବ ଓ ନୂତନ ବ୍ୟବସାୟ ପାଇଁ ସୁଯୋଗ ମିଳିବ । ସ୍ୱଜନ ଓ ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ ଓ ତାଙ୍କର ସହଯୋଗ ପ୍ରାପ୍ତ କରିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଅସ୍ଥିରମନା ହେବେ । ମହିଳାମାନେ ଗୁରୁଜନଙ୍କ ସେବା କରିବେ । ଶୁଭରଙ୍ଗ-ବାଇଗଣୀ, ଶୁଭସଂଖ୍ୟା-୩, ଆରାଧନା-ମା’ କାଳୀ ।

ମୀନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ପ୍ରୟାସ ଜାରି ରଖିବେ । ମନରେ ଉତ୍ସାହ, ଉଦ୍ଦୀପନା ଭାବ ଜାଗ୍ରତ ହେବ ଓ ଦେହ, ମନ ସୁସ୍ଥ ରହିବ । ପରିବାରରେ ସୁଖ, ଶାନ୍ତି, ଭାଇ, ଭଉଣୀଙ୍କ ପ୍ରତି ସ୍ନେହଭାବ ଜାଗ୍ରତ ହେବ । ଯେଉଁମାନଙ୍କର ଉତ୍ତରାଭାଦ୍ର ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଉଚ୍ଚମନା ହେବେ । ମହିଳାମାନେ ଯଶସ୍ୱୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ଗଜାନନ ।

ବିଶେଷ ସୂଚନା
ସମସ୍ତ ରାଶିର ବ୍ୟକ୍ତିମାନେ ଦିନଟି ଶୁଭ ହେବା ପାଇଁ ଉକ୍ତ ମନ୍ତ୍ରଟି ଋଷ୍ୟାଦି କରି ପାଠ କରନ୍ତୁ ।
ଋଷ୍ୟାଦି : ଓଁ ଅସ୍ୟ ଶ୍ରୀ ସୂର୍ଯ୍ୟ ମହାମନ୍ତ୍ରସ୍ୟ,
ଅଗସ୍ତ୍ୟୋ ଭଗବାନ ଋଷିଃ ଅନୁଷ୍ଟୁପ୍‌ ଛନ୍ଦଃ
ଅଦ୍ୟ ଦିବସ ଦିବସାଧିପତି ରବି ମହାଗ୍ରହ ଦେବତା
ସୁପ୍ରୀତୟେ ମନ୍ତ୍ର ଜପେ ବିନିଯୋଗଃ । (୧ ଥର)
ମନ୍ତ୍ର : ଓଁ ଘୃଣି ସୂର୍ଯ୍ୟାୟ ନମଃ । (୧୦୮ ଥର)
(ସକାଳେ, ସନ୍ଧ୍ୟାରେ ୨ ଥର)
ହିତବାଣୀ : ଐଶ୍ୱର୍ଯ୍ୟ ମଦ ପାପିଷ୍ଠା ମଦଃ ପାନ ମଦାଦୟଃ ।
ଐଶ୍ୱର୍ଯ୍ୟ ମଦମତ୍ତ ହି ନାଦପତିତ୍ୱା ବିବୁଧ୍ୟତେ ।ା
ଭାବାର୍ଥ: କ୍ଷମତା, ଐଶ୍ୱର୍ଯ୍ୟ ମଦ ନିଶାଠାରୁ ଘାତକ ହୋଇଥାଏ । କାରଣ ମଦ ମନୁଷ୍ୟର ମସ୍ତିଷ୍କକୁ ପ୍ରଭାବିତ କରିଥାଏ, କିନ୍ତୁ ଐଶ୍ୱର୍ଯ୍ୟ ତା’ର ଆତ୍ମାକୁ ଦୂଷିତ କରିଦେଇଥାଏ । ଏଭଳି ବ୍ୟକ୍ତିର ସର୍ବନାଶ ନ ହେଲା ପର୍ଯ୍ୟନ୍ତ ହୋସ୍‌ ଆସେ ନାହିଁ ।
ଜ୍ୟୋତିର୍ବିଦ୍‌: କୈଳାସ ଦାଶ
ଜାତକ ସମାଚାର