PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

କୋଏମ୍ବାଟୁରରେ ପଶିଛନ୍ତି ଲସ୍କର ଆତଙ୍କୀ: ତାମିଲନାଡୁ, କେରଳରେ ହାଇଆଲର୍ଟ

ଚେନ୍ନାଇ ୨୪/୮ : ତାମିଲନାଡୁର କୋଏମ୍ବାଟୁର ସହରରେ କିଛି ଆତଙ୍କବାଦୀ ପଶିଛନ୍ତି ବୋଲି ଗୁପ୍ତ ସୂଚନା ମିଳିବା ପରେ ରାଜ୍ୟରେ ହାଇଆଲର୍ଟ ଜାରି କରାଯାଇଛି । ପଡୋଶୀ ରାଜ୍ୟ କେରଳରେ ମଧ୍ୟ ଅନୁରୂପ ପଦକ୍ଷେପ ନିଆଯାଇଛି ।

ରିପୋର୍ଟ ଅନୁଯାୟୀ, ଭାରତୀୟ ଗୁଇନ୍ଦା ସଂସ୍ଥାଙ୍କୂ ସୂଚନା ମିଳିଛି କି ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଇବାର ୬ ଜଣ ସଦସ୍ୟ ଶ୍ରୀଲଙ୍କା ଦେଇ କୋଏମ୍ବାଟୁର ସହରରେ ପଶିଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ପାକିସ୍ତାନୀ ହୋଇଥିଲାବେଳେ ବାକି ୫ ଜଣ ଶ୍ରୀଲଙ୍କାର ନାଗରିକ ଅଟନ୍ତି । ଏହି ସୂଚନା ମିଳିବା ପରେ କୋଏମ୍ବାଟୁର ସମେତ ତାମିଲନାଡୁର ବିଭିନ୍ନ ସହରରେ ଆଲର୍ଟ ଜାରି କରାଯାଇଛି । କୋଏମ୍ବାଟୁର ସହରର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ୨,୦୦୦ ଅତିରିକ୍ତ ସୁରକ୍ଷାକର୍ମୀ ମୁତୟନ କରାଯାଇଛି । ସହରର ବିଭିନ୍ନ ଭାଗରେ ଗାଡିଗୁଡିକର ଚେକିଂ ଆରମ୍ଭ କରାଯାଇଛି ।

ତାମିଲନାଡୁର ଅନ୍ୟ ସହରଗୁଡିକରେ ମଧ୍ୟ ବସଷ୍ଟାଣ୍ଡ, ରେଳ ଷ୍ଟେସନ, ବିମାନ ବନ୍ଦର, ଧାର୍ମିକ ପ୍ରତିଷ୍ଠାନ, ସପିଙ୍ଗ ମଲ, ହୋଟେଲ ଓ ଅନ୍ୟ ବ୍ୟସ୍ତବହୁଳ ସ୍ଥାନଗୁଡିକରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କୌଣସି ବ୍ୟକ୍ତିର ଗତିବିଧି ସନ୍ଦେହଜନକ ମନେହେଲେ ତୁରନ୍ତୁ ପୁଲିସକୁ ସୂଚନା ଦେବା ପାଇଁ ଲୋକଙ୍କୁ କୁହାଯାଇଛି । ପଡୋଶୀ କେରଳରେ ମଧ୍ୟ ରାଜ୍ୟ ପୁଲିସକୁ ସତର୍କ କରାଯାଇଛି ଏବଂ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ଅତିରିକ୍ତ ସୁରକ୍ଷାକର୍ମୀ ମୁତୟନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ଧରି ତାମିଲନାଡୁ ଓ କେରଳରେ ଇସଲାମିକ ଆତଙ୍କବାଦୀମାନେ ସକ୍ରିୟ ହୋଇଛନ୍ତି । ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ସହ ସଂପୃକ୍ତ ଥିବା ଅଭିଯୋଗରେ ଏନଆଇଏ ଦୁଇ ରାଜ୍ୟରୁ ଅନେକ ବ୍ୟକ୍ତିଙ୍କୁ ପୂର୍ବରୁ ଗିରଫ କରିସାରିଛି ।

ସମ୍ବନ୍ଧିତ ଖବର