ଦୁଇ ଦିନ ଉପାବାସରେ ରହିବା ପରେ ଆରମ୍ଭ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ବର ୪।୯: ଆରମ୍ଭ ହେବ ଲିଙ୍ଗରାଜଙ୍କ ନୀତିକାନ୍ତି । ଦୁଇ ଦିନ ଉପାବାସରେ ରହିବା ପରେ ଆରମ୍ଭ ହେବ ଲିଙ୍ଗରାଜଙ୍କ ନୀତିକାନ୍ତି । ଆଉ କିଛି ସମୟ ପରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ । ଦେବୋତ୍ତର କମିଶନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ପରେ ନିଷ୍ପତ୍ତି ନିଆଯାଇଛି । ନୀତିକାନ୍ତି ପାଇଁ ରାଜି ହୋଇଛନ୍ତି ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ଅପରାହ୍ନ ୪ଟାରୁ ସ୍ବାଭାବିକ ହୋଇଛି ପୂଜାର୍ଚ୍ଚନା ।

ସୂଚନାଯୋଗ୍ୟ ଯେ, ଗତକାଲି ସକାଳ ୭ଟାରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରଖିଥିଲେ ସେବାୟତ । ମହାପ୍ରଭୁଙ୍କ ଜମିରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ ଦାବିରେ ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ଅଡ଼ି ବସିଥିଲେ । ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗଙ୍କ ଅସହଯୋଗରୁ ମନ୍ଦିରରେ ନୀତିକାନ୍ତି ହୋଇପାରିନଥିଲା । ବଡୁ ନିଯୋଗ ଜମି ଜବରଦଖଲ କରିଥିବା ଅଭିଯୋଗରେ ସିଧାସଳଖ ପ୍ରଶାସନକୁ ଦାୟୀ କରିଥିଲେ ଉଭୟ ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ । ନୂଆଗାଁ ମୌଜା ଗଙ୍ଗୁଆ ନାଳ ପାଖରେ ଥିବା ଜମିରୁ ଜବରଦଖଲ ଉଚ୍ଛେଦ ଦାବି ହୋଇଥିଲା।  

   ସମ୍ବନ୍ଧିତ ଖବର


ଓଡ଼ିଶାରେ ରି-ଇନ୍‌ଫେକ୍ସନ୍‌ ହେଉଛି କରୋନା : ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ

ଆଜି ଧରାପୃଷ୍ଠରେ ଅବତରଣ କରିବେ ମା’ ଗଜଲକ୍ଷ୍ମୀ: ସବୁଠି କୋଭିଡ୍‌ ନିୟମ ଅନୁସାରେ ହେବ ପୂଜା, ଦର୍ଶନ କରିବେନି ଭକ୍ତ

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : ତଦନ୍ତ ପ୍ରକ୍ରିୟାକୁ ନେଇ ଅସନ୍ତୋଷ, ଆଜି କ୍ରାଇମବ୍ରାଞ୍ଚ କର୍ତ୍ତୃପକ୍ଷଙ୍କୁ ଭେଟିବେ ଆଦିତ୍ୟଙ୍କ ମା’

ପୁଣି କରୋନାରେ ଆଖିବୁଜିଲେ ୧୧ ଜଣ ଆକ୍ରାନ୍ତ: ମୃତ୍ୟୁସଂଖ୍ୟା ୧୩ଶହ ପାର୍

ପାର୍ବଣ ପରେ ବଢ଼ିଲା କରୋନା: ପୁଣି ଚିହ୍ନଟ ହେଲେ ୧୫୪୭ ଜଣ ଆକ୍ରାନ୍ତ, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ଟପିଲା

ପୁଣି ଏକ ସାଙ୍ଘାତିକ ଅଭିଯୋଗ : ଏଥର ୪ ଶ୍ରମିକଙ୍କ ନାଁରେ ଜିଏସ୍‌ଟି ଠକେଇ !