ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ୪ ଗୁରୁତର

ରାଉରକେଲା, ୧୪|୦୨: ସୁନ୍ଦରଗଡ ଜିଲ୍ଲା ରାଉରକେଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ ପିକଅପ୍ ଭ୍ୟାନ ଟାଟା ଏସଇ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ରାଉରକେଲାର ରଘୁନାଥପାଲି ବାଲିଘାଟ ଦେଇ ଯାଇଥିବା ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ଏକ ଟାଟା ଏସଇକୁ ଗୋଟିଏ ଟ୍ରକ ଧକ୍କା ଦେବାରୁ ଜଣେ ମୃତ୍ୟୁବରଣ କରିଛନ୍ତି। ଏହାସହ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁରୁତରଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

   ସମ୍ବନ୍ଧିତ ଖବର


ରେଲୱେ ଷ୍ଟେସନ୍ ପ୍ଲାଟଫର୍ମରୁ ଗଞ୍ଜେଇ ଜବତ : ଦୁଇ ଗିରଫ

ଅଢ଼େଇ ଲକ୍ଷ ଟଙ୍କାର ଧଳାଜହର ଜବତ: ନିଶାରାଣୀ ସାରା ଓ ସହଯୋଗୀ ଗିରଫ

୨୨ ବର୍ଷ ହେଲା ଚମଡ଼ା ନିଗମରେ ତାଲା: ଦୀର୍ଘ ବର୍ଷ ହେବ ପାଉଣା ଅପେକ୍ଷାରେ କର୍ମଚାରୀ

ନନ୍ଦନକାନନ ବ୍ୟାଟେରି ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଦମ୍ପତିଙ୍କୁ ଧକ୍କାଦେଇ ବେଞ୍ଚକୁ ପିଟିଲା, ୬ ପର୍ଯ୍ୟଟକ ଆହତ