PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟ: କରୋନାରେ ଆଖିବୁଜିଲେ ୧୭ ଜଣ ସଂକ୍ରମିତ, ମୃତକଙ୍କ ସଂଖ୍ୟା ୨୧୨୧କୁ ଛୁଇଁଲା
  • ||
  • ଓଡ଼ିଶାରେ ୫ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୫୨୧ ଜଣ ଆକ୍ରାନ୍ତ
  • ||
  • ଜାମ୍ମୁ କାଶ୍ମୀର : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୩ ଆତଙ୍କୀ ନିପାତ, ଭୟରେ ଜଣେ ଆତଙ୍କବାଦୀ କଲା ଆତ୍ମସମର୍ପଣ
  • ||
  • ଭୁବନେଶ୍ଵର : ତାତିରୁ ମିଳିଛି ସାମାନ୍ୟ ଆଶ୍ଵସ୍ତି, ଖସିଛି ପାରଦ, ୯ ଯାଏଁ କାଳବୈଶାଖୀ ସମ୍ଭାବନା
  • ||
  • ତାଳଚେର : ଅନୁଗୁଳ ତଳଗଡ଼ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ
  • ||

ଚଳନ୍ତା କାରରେ ଲାଗିଲା ନିଆଁ, ଅଳ୍ପକେ ବର୍ତିଲେ ପରିବାର

ନୀଳଗିରି ୨୮।୧୨ : ଚଳନ୍ତା ପର୍ଯ୍ୟଟକଙ୍କ କାରରେ ଲାଗିଲା ନିଆଁ। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଅଳ୍ପକେ ବର୍ତିଯାଇଛନ୍ତି ପରିବାର ଲୋକେ। ଏମିତି ଏକ ଅଭାବନୀୟ ଘଟଣା ଆଜି ବାଲେଶ୍ଵର ଜିଲ୍ଲା ନୀଳଗିରିର ନୀଳଗିରି ଜଗନ୍ନାଥ ମନ୍ଦିର ସମ୍ମୁଖରେ ଦେଖିବାକୁ ମିଳିଛି। ଖବର ପାଇ ନୀଳଗିରି ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ୍ତ କରିଥିଲେ।

ସୂଚନା ଅନୁଯାୟୀ ଯାଜପୁର ଟାଉନ ଅଞ୍ଚଳର ରତିରଞ୍ଜନ ପଣ୍ଡା ଓ ସପରିବାର ଆଜି ନୀଳଗିରି ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଦର୍ଶନ ସାରି ନୀଳଗିରି ଜଗନ୍ନାଥ ମନ୍ଦିର ଦର୍ଶନ କରିବାକୁ ଆସୁଥିବା ବେଳେ ମନ୍ଦିର ନିକଟରେ ଚଳନ୍ତା କାରରେ ସର୍ଟ ସର୍କିଟ ଯୋଗୁଁ କାରରେ ନିଆଁ ଲାଗିଥିବା କୁହାଯାଇଛି।