ପ୍ରମୁଖ ଖବର
  • ବୁଧବାର ଅରୁଣ ଗୋଭିଲ, ଗୁରୁବାର ପୁଣି ଓଡିଶା ଆସିବେ ଜେ.ପି ନଡ୍ଡା
  • ||
  • ପ୍ରଯୋଜକ ବିଜୟ ପଟ୍ଟନାୟକଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥାରେ ତ୍ୟାଗ କଲେ ଶେଷ ନିଶ୍ୱାସ
  • ||
  • ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଦୁର୍ଘଟଣା : ଜଣେ ଆହତ, ଅଳ୍ପକେ ବର୍ତ୍ତିଲେ ୨୦ ପୋଲିସ କର୍ମଚାରୀ
  • ||
  • ରଥଖଳା ହାଲ୍‌ଚାଲ୍‌...ଶ୍ରୀନୃସିଂହ ଚତୁର୍ଦ୍ଦଶୀ ତିଥିରେ ଗୁଜ ଅନୁକୂଳ, ଖୋଳା ହେବ ଯନ୍ତା ଗାଡ଼
  • ||
  • ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାମଲା: ସିଏମ୍‌ ହାଉସ୍‌ରେ ବିଭବଙ୍କୁ ନେଇ ସିନ୍‌ ରିକ୍ରିଏଟ୍‌
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ପୁଣି ୧୪ ଦିନ ରିମାଣ୍ଡରେ ନେବାକୁ ଇଡିର ଆବେଦନ
  • ||
  • IPL ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମୁହାଁମୁହିଁ ହେବେ କୋଲକାତା- ହାଇଦ୍ରାବାଦ, ରନ୍‌ ବର୍ଷା କରିବେ ବ୍ୟାଟିଂ ପାୱାର ହାଉସ୍‌
  • ||
  • ବାତ୍ୟା ହେବନି..ଅବପାତ ହୋଇ ମିଆଁମାର ଯିବ: ଜିଏଫଏସ୍
  • ||

ଶନିବାର ରାଶିଫଳ; ମନରେ ଅସ୍ଥିରତା,ପରିବାରରେ ମତାନ୍ତର ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ...

ମେଷ : ଏକାଦଶ ଚନ୍ଦ୍ର ଏବଂ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ଠାରୁ ବ୍ୟୟବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଆଗ୍ରହ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍‌ ରହିବ ଏବଂ ଆୟରକିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ତତ୍ପରତା ଏବଂ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଦଶମ ଓ ଏକାଦଶ ଚନ୍ଦ୍ର ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ଭାଗ୍ୟରେ, କର୍ମରେଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷପୂର୍ଣ୍ଣ ହେବ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ କାଳୀ ।

ମିଥୁନ : ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା,ପରିବାରରେ ମତାନ୍ତର ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ପ୍ରତିବନ୍ଧକ ଦେଖାଦେବ । ଏହାପରେ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଯେଉଁ ମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । ଶୁଭରଙ୍ଗ:  ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ଶନିବାର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା : ଭଗବାନ ଶିବ ।

ସିଂହ : ଘାତବାର ଏବଂ ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ ଏବଂ ପରିବାରରେ ସୁଖଶାନ୍ତି ରହିବ । ଏହାର ପରେ ଅଷ୍ଟମଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଏବଂ ମହିଳା ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ମଘାସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ବଚନରେ ସଂଯମତା, ଚାଲିଚଳନରେ ସଂଯମତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ସେପର୍ଯ୍ୟନ୍ତ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧିପାଇବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ଏବଂ ଧୀଶକ୍ତି, ସ୍ମରଣଶକ୍ତି ଲାଗି ରହିବ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହାପରେ ଷଷ୍ଠଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ସଫଳତା ମିଳିବ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା,  କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ କିଛିବିଘ୍ନ ଓ ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ । ଯେଉଁ ମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ଶୁଭସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ଆୟ ଏବଂ କର୍ମରେ କିଛିଟା ସଫଳତା ମିଳିବ ।ଏହା ପରେ ଘାତଚନ୍ଦ୍ର ଯୋଗୁ ଆର୍ଥିକ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇ ପାରେ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତକର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁ ମାନଙ୍କର ମୂଳା ଧନୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ଶୁଭସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ । 

ମକର : ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁ ମାନଙ୍କର ଧନିଷ୍ଠାମକର, ସେମାନେ ସତର୍କହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ଶୁଭସଂଖ୍ୟା : ୬, ଆରାଧାନା : ମା ଦୁର୍ଗା ।

କୁମ୍ଭ : ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ସମସ୍ତଙ୍କର ସାହାଯ୍ୟ, ସହଯୋଗ ପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଅର୍ଜିଥିବା ଆୟ ବଦ୍‌ଖର୍ଚ୍ଚରେ ଯିବ ଏବଂବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ ଏବଂ କର୍ମରେବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁ ମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ  : ଧୂସର, ଶୁଭସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ଅପରାହ୍ଣ ୪ଟା ୩୮ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ ଓ ବଦ୍‌ଖର୍ଚ୍ଚ ବୃଦ୍ଧିପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷାବ୍ୟୟ ଅଧିକହେବଏବଂକର୍ମରେବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ କିଛିଟା ଶୁଭଫଳ ମିଳିବ । ଯେଉଁ ମାନଙ୍କର ପୂର୍ବଭାଦ୍ରମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପୀ, ଶୁଭସଂଖ୍ୟା : ୭, ଆରାଧନା : ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

୯୪୩୭୧୩୩୪୭୩

                                  

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.