PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଲାଙ୍ଗୀର:ହାତୀଦାନ୍ତ ରାକେଟକୁ ମାଡିବସିଲା ଏସ୍ ଟି ଏଫ୍ ଟିମ୍, ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚୁରା ଜାରି, ବଲାଙ୍ଗୀର ରେଞ୍ଜ ଦେଓଗାଁ ଅଞ୍ଚଳରୁ ରାକେଟ ଧରାପଡ଼ିଥିବା ସୂଚନା
  • ||
  • ଭୁବନେଶ୍ୱର ନୟାପଲ୍ଲୀରୁ କଣ୍ଟ୍ରାକ୍ଟ କିଲର ଗିରଫ ମାମଲା , ଦ୍ୱିତୀୟ ପର୍ଯ୍ୟାୟରେ ୪ଦିନିଆ ରିମାଣ୍ଡରେ ଯିବେ ୨ କିଲର( ସମ୍ପଦ ସାହୁ , ପ୍ରଶାନତ ଦାସ), ରିମାଣ୍ଡ ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ସମ୍ବଲପୁର ସହରର ଟାଂଗରପାଲିରେ ଟ୍ରକ ଧକ୍କାରେ ଗୋଟିଏ ପରିବାରର ୪ ଗୁରୁତର
  • ||
  • ଆସନ୍ତାକାଲି ସକାଳ ୧୦.୩୦ ଯାଏ ବିଧାନସଭା ମୁଲତବୀ , ସର୍ବଦଳୀୟ ବୈଠକରେ ବାହାରିଲାନି କୌଣସି ନିଷ୍କର୍ଷ ବୋଲି କହିଲେ ବାଚସ୍ପତି
  • ||
  • ଗୃହ ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି
  • ||
  • ୧୦ ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ନାକଟିଦେଉଳ: ବାରହା ମାଂସ ଜବତ, ଜନ୍ତୁ ଶିକାର ଅଭିଯୋଗରେ ଶିକାରୀ କୋର୍ଟ ଚାଲାଣ ।
  • ||
  • ଭବାନୀପାଟଣା: ବସ୍‌କୁ ସଜାଡୁଥିଲେ ଡ୍ରାଇଭର, ଅଚାନକ ଗାଡ଼ି ଜେକ ଖସି ଯିବାରୁ ଚକା ତଳେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ପୁରୀ: ପୁରୀ ଅଜମେର ଟ୍ରେନରେ ଧୂଆଁ, ଗୋଟିଏ ଘଣ୍ଟା ବିଳମ୍ବ
  • ||
  • ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଧରାପଡିଲେ ଖୋର୍ଦ୍ଧା ସହକାରୀ ଯନ୍ତ୍ରୀ, ଜଣେ ଠିକାଦରଙ୍କଠୁ ୧୦ ହଜାର ଲାଞ୍ଚ ନେବା ବେଳେ ଧରାପଡିଲେ
  • ||
  • ଭୁବନେଶ୍ଵର : ଷଷ୍ଠ ଦିନରେ ବିଧାନସଭା ଅଚଳ, ବିରୋଧୀଙ୍କ ଘଣ୍ଟ ମାଡ଼ରେ କମ୍ପିଲା ଗୃହ, ଗଙ୍ଗା ଜଳ ଛିଞ୍ଚିଲା ବିଜେଡି
  • ||
  • ତେଲକୋଇ : ତେଲକୋଇ ଫରେଷ୍ଟ ବିଟ୍‌ରେ ହାତୀ ଉପଦ୍ରବ, ନଷ୍ଟକଲେ ଏକର ଏକର ଧାନ ଫସଲ
  • ||
  • ବାଲିକୁଦା : ବିଦ୍ୟୁତ୍ ଟ୍ରାନ୍ସଫର୍ମର ଲୁଟ୍ କରିବା ବେଳେ ଧରାପଡ଼ିଲେ ୩ ଚୋର, ଖୋର୍ଦ୍ଧାରେ ବିକ୍ରି କରୁଥିଲେ ଚୋରି ଯନ୍ତ୍ରାଂଶ
  • ||
  • କଟକ : ଭିଜିଲାନ୍ସ ଜାଲରେ OSAP ସିପାହୀ, ନଗଦ ୨ ଲକ୍ଷ ୯୪ ହଜାର ଟଙ୍କା ଜବତ
  • ||
  • କଳାହାଣ୍ଡି : ରୋଗୀ ଆଣିବାକୁ ଯିବାବେଳେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଆମ୍ବୁଲାନ୍ସ
  • ||
  • ଭୁବନେଶ୍ଵର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ, ଆଉ ଜଣଙ୍କ ଜୀବନ ନେଲା କୋଭିଡ୍
  • ||
  • ଗଜପତି: ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୩ ଲୁଟେରାଙ୍କୁ ଗୋଡାଇ ଗୋଡାଇ କାବୁ କଲା ପୋଲିସ
  • ||
  • ଚାନ୍ଦବାଲି: ସ୍ଥାୟୀ ଘରଡିହ ପଟା ପାଇଁ ଦାବି କରିବାରୁ ବାସହରା ହେଲେ ୧୧ ପରିବାର, ରାଜରାସ୍ତାରେ ଶୀତ କାକରରେ କଟୁଛି ଜୀବନ
  • ||
  • ବୁର୍ଲା: ଭିମସାରରେ ୨ ଛାତ୍ରଛାତ୍ରୀଙ୍କ ଠାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ
  • ||
  • ପାରଳାଖେମୁଣ୍ଡି: ଭିଜିଲାନ୍ସ ପଞ୍ଝାରେ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||

ଶନିବାରରେ କେଉଁ ରାଶିର ଘାତ ଚନ୍ଦ୍ର କାହାର ବିଭିନ୍ନ ଉତ୍ସରୁ ଓ ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତି – ଜାଣନ୍ତୁ ସମ୍ପୂର୍ଣ୍ଣ ରାଶିଫଳ

ପଞ୍ଜିକା
ଅଦ୍ୟ ତା.୨୩.୧୦.୨୦୨୧ରିଖ, ତୁଳା ୭ ଦିନ, କାର୍ତ୍ତିକ ମାସ କୃଷ୍ଣପକ୍ଷ ତୃତୀୟା, ଶନିବାର । ତୃତୀୟା-ରାତ୍ରି ୩ଟା ୦୫ ମିନିଟ୍‌ । କୃତ୍ତିକା-ରାତ୍ରି ୯ଟା ୫୬ ମିନିଟ୍‌ । ବୃଷ ଚନ୍ଦ୍ର-୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ: ୫ଟା ୪୫ ମିନିଟ୍‌ ୧୨ ସେକେଣ୍ଡ । ସୂର୍ଯ୍ୟାସ୍ତ: ୫ଟା ୧୬ ମିନିଟ୍‌ ୧୪ ସେକେଣ୍ଡ । ଯୋଗିନୀ ଆଗ୍ନେୟେ, ରାତ୍ରି ୩ଟା ୦୫ ମିନିଟ୍‌ ଗତେ ନୈରୁତେ । ମୃତେ ଦ୍ୱିପାଦ, ରାତ୍ରି ୯ଟା ୫୬ ମିନିଟ୍‌ ଗତେ ଏକପାଦ ପୁଷ୍କର ଦୋଷ । ଶୁଭ ସମୟ-ଦିବା ୪ଟା ୨୯ ମିନିଟ୍‌ ଗତେ, ୫ଟା ୧୫ ମିନିଟ୍‌ ମଧ୍ୟେ । ପୋଟଳ ଖାଇବା ମନା, ଖାଇଲେ ଶତ୍ରୁବୃଦ୍ଧି ।

ରାଶିଫଳ
ମେଷ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ହେତୁ ଧନକ୍ଷତି, ମାନସିକ ଅସ୍ଥିରତା ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଓ ଆର୍ଥିକ ଅବସ୍ଥା ବିଗିଡ଼ିଯିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । କର୍ମରେ ବିଶେଷ ସଫଳତା ବହୁତ କମ୍‌ ମିଳିବ ଏବଂ କର୍ମସ୍ଥାନରେ ବାଧାବିଘ୍ନ ଦେଖାଦେବ । ଯେଉଁମାନଙ୍କର କୃତ୍ତିକା ମେଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୬, ଆରାଧନା-ପ୍ରଭୁ ସ୍କନ୍ଦ ।


ବୃଷ: ଘାତବାର ଓ ଶ୍ରୀଚନ୍ଦ୍ର ହେତୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ସ୍ୱଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଆମୋଦପ୍ରମୋଦରେ ମନଦେବେ । ମହିଳାମାନେ ପରିବାରରେ ସମ୍ମାନ ପାଇବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ମା’ ସମଲେଶ୍ୱରୀ ।


ମିଥୁନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ବ୍ୟୟ ବହୁତ କମ୍‌ ହେବ ଏବଂ ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ଓ ସୁଗମ ହେବ । ଅଯଥା ଖର୍ଚ୍ଚରୁ ମୁକ୍ତ ହେବେ ଏବଂ ବହୁତ ଭାବିଚିନ୍ତି ଖର୍ଚ୍ଚ କରିବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ କର୍ମରେ ଉଦ୍‌ଯୋଗ କରିବେ । ମହିଳାମାନେ ମିତବ୍ୟୟୀ ହେବେ । ଶୁଭରଙ୍ଗ-ମେରୁନ୍‌, ଶୁଭସଂଖ୍ୟା-୪, ଆରାଧନା-ମା’ ଷୋଡ଼ଶୀ ।


କର୍କଟ: ଏକାଦଶ ଚନ୍ଦ୍ର ହେତୁ ବିଭିନ୍ନ ଉତ୍ସରୁ ଓ ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତି ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା, ପ୍ରଶଂସା ଓ ପଦମର୍ଯ୍ୟାଦା ଅକ୍ଷୁଣ୍ଣ ରହିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ଆୟର ପନ୍ଥା ନିରୂପଣ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୨, ଆରାଧନା-ଭଗବାନ ଶିବ ।


ସିଂହ : ଦଶମ ଚନ୍ଦ୍ର ଓ ଘାତବାର ହେତୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମଧ୍ୟମ ଆୟ ଓ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ ମହିଳାମାନେ କର୍ମତତ୍ପର ହେବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ଗଜାନନ ।


କନ୍ୟା: ଘାତବାର ଓ ନବମ ଚନ୍ଦ୍ର ହେତୁ ମାନସମ୍ମାନ ହାନି, ମାନସିକ ଅସ୍ଥିରତା ଏବଂ ନିଜର ପ୍ରିୟ ବନ୍ଧୁଙ୍କ ସହ ମତାନ୍ତର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଗୁରୁଜନଙ୍କ ସହ ବିବାଦ ଏବଂ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ କନ୍ୟା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଅପମାନ ପାଇବେ । ଶୁଭରଙ୍ଗ-ଚକୋଲେଟ୍‌୍‌, ଶୁଭସଂଖ୍ୟା-୬, ଆରାଧନା- ମା’ ଭୈରବୀ ।


ତୁଳା : ଅଷ୍ଟମ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଯେତେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଭାବ ରହିବ ନାର୍ହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା କମ୍‌ ମିଳିବ । ମନ ଅସ୍ଥିର ରହିବ ଏବଂ ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ହେବେ । ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୧୨, ଆରାଧନା-ପ୍ରଭୁ ଶ୍ରୀରାମ ।


ବିଛା: ଘାତଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ ଉଠିବ କିମ୍ବା ଧର୍ମପତ୍ନୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ସହ ବିବାଦ ହେବ । ସ୍ତ୍ରୀହେତୁକ ଧନକ୍ଷତି ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ମଉଜ ମସ୍ତିରେ ମନ ଦେବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ପ୍ରଭୁ ହନୁମାନ ।


ଧନୁ: ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ କୌଣସି ସଙ୍ଗଠନର ନେତୃତ୍ୱ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ରୋଗ, ଋଣ, ଶତ୍ରୁ – ଏ ତିନୋଟିରୁ କିଛି ମାତ୍ରାରେ ମୁକ୍ତି ପାଇବେ । ମନରେ ଉତ୍ସାହ ଓ ଉଦ୍ଦୀପନା ଭାବ ଜାଗ୍ରତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଉଚ୍ଚମନା ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।


ମକର: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ମାନ ସମ୍ମାନ ହାନି, ମାନସିକ ଅବସାଦ, ଇତର ଜନଠାରୁ ଅପମାନ ଏବଂ ମନ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ ଆର୍ଥିକ ଅବସ୍ଥା ବିଗିଡ଼ିଯିବ । କର୍ମରେ ବିଫଳତା ଓ ମାନ ସମ୍ମାନ ହାନି ଘଟିବ । ସନ୍ତାନମାନେ ଅବଜ୍ଞା କରିବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖୀ ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୩, ଆରାଧନା-ମା’ ଚଣ୍ଡୀ ।


କୁମ୍ଭ: ପରିବହନ ବ୍ୟବସାୟରେ ଆଜି ପ୍ରଚୁର ଲାଭ ହେବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସହଯୋଗ ଲାଭ କରିବେ । ସ୍ୱଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସୁସମ୍ପର୍କ ଏବଂ ପରିବାରର ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସୁନାମ ଅର୍ଜନ କରିବେ । ମହିଳାମାନେ ଆଭୂଷଣପ୍ରିୟା ହେବେ । ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୬, ଆରାଧନା-ମା’ ଭୈରବୀ ।


ମୀନ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥା ସୁଦୃଢ଼ ହେବ । ନୂତନ ବ୍ୟବସାୟର ସୁଯୋଗ ଆସିବ ଏବଂ ମନରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ପରିବାର ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ଭାଇ, ଭଉଣୀଙ୍କ ପ୍ରତି ସହାନୁଭୂତି ଜାଗ୍ରତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଦେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୯, ଆରାଧନା-ମା’ ଧୂମାବତୀ ।


ବିଶେଷ ସୂଚନା
ସମସ୍ତ ରାଶିର ବ୍ୟକ୍ତିମାନେ ଦିନଟି ଶୁଭ ହେବା ପାଇଁ ଉକ୍ତ ମନ୍ତ୍ରଟି ଋଷ୍ୟାଦି କରି ପାଠ କରନ୍ତୁ ।
ଋଷ୍ୟାଦି : ଓଁ ଅସ୍ୟ ଶ୍ରୀ ଶନିଶ୍ଚର ମହାମନ୍ତ୍ରସ୍ୟ,
କାଶ୍ୟପ ଋଷିଃ ଅନୁଷ୍ଟୁପ୍‌ ଛନ୍ଦଃ
ଅଦ୍ୟ ଦିବସ ଦିବସାଧିପତି ଶନିଶ୍ଚର ଦେବତା
ସୁପ୍ରୀତୟେ ମନ୍ତ୍ର ଜପେ ବିନିଯୋଗଃ । (୧ ଥର)
ମନ୍ତ୍ର : ଓଁ ଐଂ ହୀ ଶ୍ରୀଂ ଶନୈଶ୍ଚରାୟ ନମଃ । (୧୦୮ ଥର)
(ସକାଳେ, ସନ୍ଧ୍ୟାରେ ୨ ଥର)
ହିତବାଣୀ : ନାସ୍ତି ମେଘସମଂ ତୋୟଂ ନାଦସ୍ତି •ତ୍ମାସମଂ ବଳମ୍‌ ।
ନାଦସ୍ତି ଚକ୍ଷୁଃସମଂ ତେଜୋ ନାସ୍ତି ଧାନ୍ୟସମଂ ପ୍ରିୟମ୍‌ ।ା
ଭାବାର୍ଥ: ବର୍ଷା ଜଳ ପରି ସମାନ ଜଳ, ଆତ୍ମବଳ ପରି ସମାନ ବଳ, ଚକ୍ଷୁ ପରି ସମାନ ତେଜ ଓ ଧାନ୍ୟ ପରି ପ୍ରିୟ ବସ୍ତୁ ସଂସାରରେ ଦେଖିବାକୁ ମିଳେନାହିଁ ବା ଦୁର୍ଲ୍ଲଭ ।
ଜ୍ୟୋତିର୍ବିଦ୍‌: କୈଳାସ ଦାଶ
ଜାତକ ସମାଚାର
ଭୁବନେଶ୍ୱର