ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଲେ- କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ନୂଆଦିଲ୍ଲୀ – ବରିଷ୍ଠ ମହିଳା ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡିଶା ହାଇକୋର୍ଟର ଜଜ୍‌ ଭାବେ ନିଯୁକ୍ତି ଦିଆଯାଇଛି। ଜୁନ ୯ ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏବିଷୟରେ ବିଷୟରେ ବିଜ୍ଞପ୍ତି ପ୍ରକାଶ ପାଇଛି । ସୁପ୍ରିମକୋର୍ଟଙ୍କ କୋଲେଜିୟମ ଜାନୁଆରୀ ୨୨ ତାରିଖରେ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ପ୍ରସ୍ତାବ ଦେଇଥିଲେ । ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ କେନ୍ଦ୍ର ଆଇନ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଓଡିଶା ହାଇକୋର୍ଟରେ ସେ ତୃତୀୟ ମହିଳା ବିଚାରପତି ହେବେ । ଏହା ପୂର୍ବରୁ ଅମୀୟ କୁମାରୀ ପାଢୀ ଓ ସଞ୍ଜୁ ପଣ୍ଡା ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି । ଏହା ପୂର୍ବରୁ ଆଇନଜୀବୀ ସାବିତ୍ରୀ ରଥ ରାଜ୍ୟ ସରକାରଙ୍କ ଅତିରିକ୍ତ ସରକାରୀ ଓକିଲ ଭାବେ ନିଯୁକ୍ତି ପାଇଥଇଲେ । ସେ ପୂର୍ବତନ ପୋଲିସ ଡିଜି ପ୍ରଫୁଲ ରଥଙ୍କ କନ୍ୟା ।

   ସମ୍ବନ୍ଧିତ ଖବର


ପୁରୀ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଭାସିଗଲେ ପର୍ଯ୍ୟଟକ, ଉଦ୍ଧାର କାର୍ଯ୍ୟ ଜାରି

ବଡ଼ଦେଉଳ ବାଇଶିପାହାଚର ହେବ ମରାମତି, ପୁରୁଣା ବଦଳରେ ଲାଗିବ ନୂଆ ପଥର !

ମାଲବାହୀ ଅଟୋ ହୁକରେ ଲାଗି ଓଲଟିଲା ଯାତ୍ରୀବାହୀ ଅଟୋ: ୨ ଯାତ୍ରୀ ଆହତ

ପରିବା ଚୋରି କରିବା ଚୋରଙ୍କୁ ପଡିଲା ମହଙ୍ଗା:ଗଛରେ ବାନ୍ଧିଦେଲେ ଗାଁଲୋକେ, ବସିଲା କଙ୍ଗାରୁ କୋର୍ଟ

ରାଜ୍ୟରେ ୧୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୨୭୨ କୁ ବୃଦ୍ଧି

ଦିନକରେ ଓଡ଼ିଶାରେ ୧୨୪୭ ଜଣ କରୋନା ପଜିଟିଭ‌ ଚିହ୍ନଟ: ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୮୩ ହଜାର ଟପିଲା