ସ୍କୁଟିକୁ ସାମ୍ନା ପଟୁ ଧକ୍କା ଦେଲା ବସ୍: ଯୁବକ ମୃତ

ପାଟଣା ୧୮/୦୯: କେନ୍ଦୁଝର ଜିଲ୍ଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଶାଳ ନିକଟରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ଜଣେ ସ୍କୁଟି ଆରୋହିଙ୍କର ମୃତ୍ୟୁ ଘଟିଛି। ମୃତ ସ୍କୁଟି ଆରୋହୀ ଘଟଗାଁ ଥାନା ଡ଼ଳଙ୍ଗପାଣି ଗ୍ରାମର ଧରଣୀଧର ନାଏକ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ସୂଚନା ମୁତାବିକ, ଗତକାଲି ବିଳମ୍ବିତ ରାତିରେ ଡଲଫିନ ନାମକ ଏକ ଘରୋଇ ବସ୍ କେନ୍ଦୁଝରରୁ କଲିକତା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କାଦେବା ଫଳରେ ଘଟଣା ସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ଥାନା ପୋଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରି ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇଛି। ବସକୁ ପୋଲିସ ଜବତ କରିବା ପରେ ତଦନ୍ତ ଆରମ୍ଭ କରିଛି।

   ସମ୍ବନ୍ଧିତ ଖବର


ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ବିଲରୁ ଘଉଡ଼ାଇବା ବେଳେ ଆକ୍ରମଣର ଶିକାର

ବାଇକ୍‌ ଦୁର୍ଘଟଣାରେ ଇଞ୍ଜିନିୟରିଂ ଛାତ୍ରର ମୃତ୍ୟୁ

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଅଫିସ୍‌ ସମେତ ୬ଟି ସ୍ଥାନରେ ଛାପା‌

ଏଥର ଶୀତରେ ଥରିବ ଓଡ଼ିଶା, ଲା-ନିନା ପ୍ରଭାବରୁ ହାଡ଼ଭଙ୍ଗା ଶୀତ ଅନୁଭୂତ ହେବା ନେଇ ପ୍ରାକ୍‌ ଆକଳନ

ଟ୍ରେଲର୍‌କୁ ପିଟିଲା ଟ୍ରକ୍‌,ଅଳ୍ପକେ ବର୍ତ୍ତିଲେ ଗଲେ ଡ୍ରାଇଭର୍‌ ଓ ହେଲପର୍‌

ପୁଣି ଖାକିରେ କଳଙ୍କ: ଥାନା ଅଧିକାରୀ ଓ ମହିଳା କର୍ମଚାରୀଙ୍କ ଭିଡିଓ ଭାଇରାଲ୍‌, ସ୍ୱାମୀ, ଦୁଇ କର୍ମଚାରୀଙ୍କ ନାଁରେ ଏତଲା ଦେଲେ ମହିଳା