PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଓଡ଼ିଶା ଅନଲକ୍‌ ହେବା ନେଇ ସୋସିଆଲ ମିଡିଆରେ ପ୍ରଚାର ହେଉଛି ଗୁଜବ, ସ୍ପଷ୍ଟୀକରଣ ଦେଲେ SRC- ଏଭଳି ମାର୍ଗଦର୍ଶିକା ଜାରି ହୋଇନି
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୩୩୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ପାର୍
  • ||
  • ଭୁବନେଶ୍ୱର : ଗଣପର୍ବ ରଜ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ନୂଆଦିଲ୍ଲୀ : ଆଜିଠାରୁ ରାଜଧାନୀରେ ଖୋଲିବ ମଲ୍, ବଜାର ଏବଂ ଦୋକାନ, ୫୦ ପ୍ରତିଶତ କ୍ଷମତାରେ ଚାଲିବ ମେଟ୍ରୋ
  • ||
  • ନୂଆଦିଲ୍ଲୀ : ଇସ୍ରାଇଲରେ ନେତ୍‌ନ୍ୟାହୁଙ୍କ ଯୁଗ ଶେଷ, ନଫତାଲୀ ବେନେଟ୍ ହେଲେ ନୂଆ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ରଜ ପାଇଁ ଓଟିଡିସି ଆରମ୍ଭ କଲା ‘ପିଠା ଅନ୍‌ ହ୍ୱିଲ୍‌’, ଭୁବନେଶ୍ୱର ସହ ସମ୍ବଲପୁର ଓ କଟକରେ ମିଳିବ ପିଠା
  • ||
  • ବଅଁରପାଳ : ସୁନାର ସଂସାରକୁ ଛାରଖାର କରିଦେଲା କରୋନା, ଆଗପଛ ହୋଇ ଚାଲିଗଲେ ପୁଅ-ବୋହୂ ଓ ମା, ଅନାଥ ହୋଇଗଲା ୧୪ ମାସର ଶିଶୁପୁତ୍ର
  • ||
  • ପୁରୀ : ଆଜି ଶ୍ରୀମନ୍ଦିରରେ କନ୍ୟା ଚୋରି ନୀତି
  • ||
  • ଭୁବନେଶ୍ୱର : ଆଜି ପହିଲି ରଜ, ଗାଁଠାରୁ ସହର ସବୁଠି ଜମୁଛି ପିଠାପଣାର ଆସର
  • ||
  • ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ଦୁଇଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା ସମ୍ଭାବନା, ୧୫ ପର୍ଯ୍ୟନ୍ତ ଧୀବରଙ୍କୁ ସମୁଦ୍ର ମନା
  • ||

କଟକ ଏସସିବିରେ ଜଗା-କାଳିଆ: ଆଜିଠାରୁ ଚାଲିବ ଚିକିତ୍ସା

କଟକ ୭।୯ଆଜି ଓଡିଶା ଫେରିଲେ ଜଗା-କାଳିଆ । କଟକ ରୋଲଓ୍ବେ ଷ୍ଟେସନରେ ପହଞ୍ଚିବା ପରେ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏସସିବି ମେଡିକାଲରେ ପହଞ୍ଚିଛନ୍ତି । ଆଜିଠାରୁ ଉଭୟ ଶିଶୁଙ୍କୁ ଏସସିବି ମେଡି଼କାଲରେ ସ୍ବତନ୍ତ୍ର ଭାବେ ଚିକିତ୍ସା କରାଯିବ।

ସୂଚନାଯୋଗ୍ୟ ଯେ, ଗତକାଲି ସଂଧ୍ୟା ୫ଟାରେ ରାଜଧାନୀ ଏକ୍ସପ୍ରେସରେ ବସିଥିଲେ ଜଗା-କାଳିଆ ଓ ତାଙ୍କ ପରିବାର ଲୋକ। ଏସସିବି ମେଡିକାଲର ୨ଜଣ ଡାକ୍ତରଙ୍କ ସହ ୪ ଜଣିଆ ଏମ୍ସର ଏକ ଡାକ୍ତରୀ ଦଳ ସେମାନଙ୍କୁ ନେଇ ଓଡିଶା ଫେରିଛନ୍ତି । କଟକ ରେଳ ଷ୍ଟେସନରେ ଜଗା-କାଳିଆ ପହଞ୍ଚିବା ପରେ ସେମାନଙ୍କୁ କଟକ ଏସସିବି ମେଡ଼ିକାଲକୁ ନିଆଯାଇଛି ।

କଟକ ଏସସିବିରେ ଜଗା-କାଳିଆଙ୍କ ରହିବା ଓ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଦୁଇ ଶିଶୁଙ୍କୁ ଏସସିବିର ସର୍ଜରି ବିଭାଗର ୧ ନମ୍ବର କ୍ୟାବିନରେ ରଖାଯିବ । ଦୁଇ ଭାଇଙ୍କ ଚିକିତ୍ସା ପାଇଁ ୬ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ଗଠନ କରାଯାଇଛି । ଉକ୍ତ ଡାକ୍ତରୀ ଟିମ୍ ଦୁଇ ଜଣଙ୍କ ଉପରେ ୨୪ ଘଣ୍ଟିଆ ନଜର ରଖିବେ।