PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ୍ ଦ୍ଵାରା ୬୪୧ କୋଟି ଟଙ୍କାର ଜାଲ ବିଲ୍ ରାକେଟ ମାମଲାରେ ତୃତୀୟ ମାଷ୍ଟର ମାଇଣ୍ଡ୍ ଗିରଫ
  • ||
  • ସମ୍ବଲପୁର : ସମ୍ବଲପୁର ସଦର ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ପରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
  • ||
  • ଅଲିମ୍ପିକ୍ସ ହକି : ଭାରତ ଜର୍ମାନୀକୁ ୫-୪ ଗୋଲରେ ହରାଇ ଜିତିଲା ବ୍ରୋଞ୍ଚ ପଦକ
  • ||
  • ଟୋକିଓ : ଭାରତୀୟ ହକି ଟିମ୍‌ର ଐତିହାସିକ ବିଜୟ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା, କହିଲେ-ଆଗାମୀ ପିଢିର ଖେଳାଳିଙ୍କ ପାଇଁ ହେବ ପ୍ରେରଣାର ଉତ୍ସ ’
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଚାରିଛକଠାରେ ୧୬ ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଲମତାପୁଟ : ଲମତାପୁଟ ବ୍ଲକ ବଡ଼ପଡା ଘାଟି ନିକଟ ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ
  • ||
  • କୋଣାର୍କ : ଗ୍ୟାସ୍ ସିଲିଣ୍ଡର ଫାଟି ୪ ଛେଳି ଜୀବନ୍ତ ଦଗ୍ଧ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ମାଲକାନଗିରି : ନକ୍ସଲଙ୍କ ବର୍ବର କାଣ୍ଡ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରି ଉଡ଼ାଇଦେଲେ ବୋଲେରୋ, ୨ ମୃତ
  • ||

ପ୍ଲାଜ୍‌ମା ଦାନ କରିବେ ଶିବରାଜ

indiantribune.com

ଭୋପାଳ,୧୧/୦୮: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ କରୋନାକୁ ହରାଇ ଗତ ୫ ତାରିଖରେ ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି । ଏବେ ସେ ନିଜର ପ୍ଲାଜ୍‌ମା ଦାନ କରି ଅନ୍ୟ କରୋନା ରୋଗୀଙ୍କ ଜୀବନ ବଞ୍ଚାଇବା ନିମନ୍ତେ ଆଗ୍ରହ ପ୍ରକାଶ କରିଛନ୍ତି । ଏବେ ସେ ନିୟମ ମୁତାବକ ନିଜ ବାସଭବନରେ କ୍ୱାରେଣ୍ଟାଇନରେ ରହୁଛନ୍ତି । ତାଙ୍କ କ୍ୱାରେଣ୍ଟାଇନ ଅବଧି ଶେଷ ହେବା ପରେ ସେ ପ୍ଲାଜ୍‌ମା ଦାନ କରିବେ ବୋଲି ଜଣାଇଛନ୍ତି ।

ଶିବରାଜ ଗତ ଜୁଲାଇ ୨୫ରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଦୀର୍ଘ ୧୧ ଦିନ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସେ ସୁସ୍ଥ ହୋଇଥିଲେ । ମଧ୍ୟପ୍ରଦେଶରେ କରୋନା ମୁକାବିଲା ସମ୍ପର୍କରେ ସୂଚନା ଦେଇ ଶିବରାଜ କହିଛନ୍ତି, କରୋନା ଭାଇରସଠାରୁ ବିଜୟ ହିଁ ସବୁଠାରୁ ବଡ ବିଜୟ ହେବ । ମୃତ୍ୟୁ ହାର ରୋକିବାକୁ ପ୍ରଶାସନ, ଚିକିତ୍ସକ ଏବଂ ଜନତା ମିଳିତ ଭାବେ ପ୍ରୟାସ ଚଲାଇଛନ୍ତି । ସଂକ୍ରମିତମାନଙ୍କୁ ଯଥାଶୀଘ୍ର ଚିହ୍ନଟ କରି ସେମାନଙ୍କ ଜୀବନ ରକ୍ଷା କରିବା ନିମନ୍ତେ ରାଜ୍ୟରେ ଟେଷ୍ଟିଂ ମାତ୍ରା ବଢ଼ାଯାଇଥିବା ସେ କହିଛନ୍ତି ।

ସମ୍ବନ୍ଧିତ ଖବର