PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଭ୍ୟାକ୍ସିନ ନେବା ପରେ ବି ହେଉଛି କରୋନା, ଓଡିଶାରେ ଟିକା ନେବା ପରେ କେତେ ଲୋକଙ୍କର ଡେଥ୍ ହୋଇଛି ତାହାର ତର୍ଜମା କରୁଛି ଟେକନିକାଲ ଟିମ୍- ଆଇଏଲଏସ୍ ନିର୍ଦ୍ଦେଶକ
  • ||
  • ମାଲକାନଗିରି : ମାଲକାନଗିରି କାଲିମେଳା ଥାନା ଟେକଗୁଡା ଗ୍ରାମରେ ଥିବା ପରିବାର ଲୋକଙ୍କ ନିକଟରେ ପହଁଚିଲା ମୃତ ମାଓନେତା ରଣଦେଵଙ୍କ ଶବ, ଆନ୍ଧ୍ରପ୍ରଦେଶ ସୀମାନ୍ତରେ ପୁଲିସର ଏନକାଉଣ୍ଟରରେ ଚାଲିଯାଇଥିଲା ଜୀବନ
  • ||
  • ନୂଆପଡ଼ା : ଗାଁରେ ପଶିଗଲା ବାଟବଣା ହରିଣ, ଉଦ୍ଧାର କରି ସୁନାବେଡା ଅଭୟାରଣ୍ୟରେ ଛାଡିଲା ବନ୍ୟପ୍ରାଣୀ ବିଭାଗ
  • ||
  • ଭୁବନେଶ୍ୱର: ଓଡ଼ିଆ ଆଇଏଏସ୍ ଗୁରୁପ୍ରସାଦ ମହାପାତ୍ର ଦେହାନ୍ତ
  • ||
  • ପୁରୀ: ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ଗଛ ଚିହ୍ନଟ, ନିର୍ଜ୍ଜଳା ଏକାଦଶୀ ତିଥିରେ ହେବ ବୃକ୍ଷ ଚ୍ଛେଦନ
  • ||
  • ଯାଜପୁର: ଭାଇ ବିହାଘରରେ ନାଗିନ୍‌ ଡ୍ୟାନ୍ସ ପଡ଼ିଲା ମହଙ୍ଗା, କୋଭିଡ୍‌ କଟକଣାକୁ ଫୁ କରି ନିଲମ୍ବିତ ହେଲେ ସୁକିନ୍ଦା ତହସିଲଦାର ବୁଲ୍‌ବୁଲ୍‌ ବେହେରା
  • ||
  • କଟକ: ନରସିଂହପୁର ବ୍ଲକ ଅନ୍ତର୍ଗତ ସାନ ଗାଁରେ ବାଇଗଣ ବିଲକୁ ଯାଇଥିବା ବେଳେ ମହିଳାଙ୍କୁ ଆକ୍ରମଣ କଲା ବାରାହ , ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ବଲାଙ୍ଗୀର : ତାଲା ଭାଙ୍ଗି ମଦ ଦୋକାନରୁ ଚୋରି, ଦୋକାନରୁ ପ୍ରାୟ ୫ ଲକ୍ଷ ଟଙ୍କାର ୪୯ ପେଟି ମଦ ଚୋରି
  • ||
  • ଲମତାପୁଟ : କୋରାପୁଟ ଜିଲ୍ଲା ମାଛକୁଣ୍ଡୁ ପୋଲିସ ଦ୍ୱାରା ଟ୍ରକ୍ ସହ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ବାଲେଶ୍ୱର: ବାପାକୁ କଟୁରୀରେ ହାଣିଲା ମାତାଲ ପୁଅ, ପ୍ରାଣ ବିକଳରେ ଦୌଡି ପଳାଇଲା ମା’
  • ||
  • ପାଟଣା : ଦୋକାନ ଆଜବେଷ୍ଟସ୍ ଭାଙ୍ଗି ଚୋରି କରୁଥିଲେ, କାବୁ କଲେ ଗ୍ରାମବାସୀ, ଚୋରଙ୍କ ଛୁରା ମାଡ଼ରେ ପୋଲିସ କର୍ମଚାରୀ ଆହତ
  • ||
  • କୋକସରା : ଲିମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୪୨୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୫୫୦ ଜଣଙ୍କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଏଯାବତ୍‌ ରାଜ୍ୟରେ ୨୪% ଅଧିକ ବର୍ଷିଛି ମୌସୁମୀ ବର୍ଷା, ଆସନ୍ତା ଦୁଇଦିନ ବଡ଼ ବର୍ଷା ନାହିଁ, ୨୧ରୁ ବଢ଼ିପାରେ
  • ||
  • ଦଶପଲ୍ଲା : ବାଣୀଗୋଛାର ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା, ୩ଦିନ ରିମାଣ୍ଡରେ ଗଲା ଅଭିଯୁକ୍ତ
  • ||
  • ଭୁବନେଶ୍ୱର : ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ସଂସ୍କୃତି ବିଭାଗର ସହାୟତା
  • ||
  • ଚଣ୍ଡୀଗଡ଼ : କିମ୍ବଦନ୍ତୀ ଆଥ୍‌ଲେଟ୍‌ ମିଲଖାଙ୍କ ପରଲୋକ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
  • ||
  • ଭୁବନେଶ୍ୱର : ଭିଜିଲାନସ୍‌ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗ
  • ||
  • କରଞ୍ଜିଆ : ୧୪ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ମୁହଁରେ କପଡା ଦେଇ ରାତିରେ ଘରୁ ଉଠାଇ ନେଇଥିଲେ ୨ ଦୁର୍ବୃତ୍ତ
  • ||

ପାକ୍‌ରେ ବଳପୂର୍ବକ ଶିଖ୍‌ ଯୁବତୀଙ୍କ ଧର୍ମ ପରିବର୍ତ୍ତନ: କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ପାକିସ୍ତାନ ସରକାରଙ୍କୁ ସମାଲୋଚନା

ନୂଆଦିଲ୍ଳୀ ୩୧/୮: ପାକିସ୍ତାନର ନାନକାନା ସାହିବଠାରେ ଶିଖ୍‌ ସମୁଦାୟର ଜଣେ ଯୁବତୀଙ୍କୁ ଅପହରଣ ପରେ ତାଙ୍କର ଜବରଦସ୍ତି ଧର୍ମ ପରିବର୍ତ୍ତନ କରାଯିବା ଘଟଣାକୁ ନେଇ ଏବେ ବଡ଼ଧରଣର ବିବାଦ ସୃଷ୍ଟି ହୋଇଛି । କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ଏନେଇ ପାକିସ୍ତାନ ସରକାରଙ୍କୁ ସମାଲୋଚନା କରିବା ସହ ପାକିସ୍ତାନରେ ସଂଖ୍ୟାଲଘୁ ସମୁଦାୟ ଏପରି ଭାବେ ଜୀବନ ବିତାଉଥିବାର ପ୍ରକାଶ କରିଛନ୍ତି । ସେପଟେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ମଧ୍ୟ ଏନେଇ ଇମ୍ରାନ ଖାନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ଏକ ଟୁଇଟ କରି ଅମରିନ୍ଦର କହିଛନ୍ତି ଯେ, ଶିଖ ଯୁବତୀଙ୍କୁ ଅପହରଣ କରି ତାଙ୍କୁ ଇସଲାମ ଧର୍ମରେ ଦୀକ୍ଷିତ କରିବା ଘଟଣା ଅତି ଆପତ୍ତିଜନକ ।

ଏଣୁ ମୁଁ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଫୋନ କରି ଏହି ମାମଲାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛି । ଅମରିନ୍ଦର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କରଙ୍କୁ ମଧ୍ୟ ଏହି ଟୁଇଟ୍‌ରେ ଟ୍ୟାଗ୍‌ କରି ନିଜର ପାକ୍‌ ପ୍ରତିପକ୍ଷଙ୍କ ସହ ଏହି ପ୍ରସଙ୍ଗରେ କଥା ହେବା ପାଇଁ ନିବେଦନ କରିଛନ୍ତି । ଅମରିନ୍ଦର ଏନେଇ ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି । ଉକ୍ତ ଭିଡିଓରେ ଅପହରଣ ହୋଇଥିବା ଯୁବତୀଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ବର୍ଣ୍ଣନା କରିବା ସହ ଯଥାଶୀଘ୍ର ନ୍ୟାୟ ନ ମିଳିଲେ ସେମାନେ ଆତ୍ମଦାହ କରିବେ ବୋଲି କହୁଥିବାର ଦେଖାଯାଉଛି ।

ସମ୍ବନ୍ଧିତ ଖବର