PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଜଙ୍ଗଲ ଜମି ଅଧିକାର ଆଇନ କାର୍ଯ୍ୟକାରୀ ପାଇଁ ଦାବିରେ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ସାନଖେମୁଣ୍ଡି ୫/୮: ଦିଗପହଣ୍ଡି ବ୍ଳକ ବି ତୁରୁବୁଡି ପଞ୍ଚାୟତ ଜନଜାତି ବହୁଳ ଗୁଡ଼ାରୀ, ମରେଇବାଡି, ଆମ୍ବପୁର,ପିଲିକା ଡିହ ପ୍ରଭୃତି ଗ୍ରାମର ବହୁ ସଂଖ୍ୟକ ଆଦିବାସୀ ପୁରୁଷାନୁକ୍ରମେ ଜଙ୍ଗଲ ଜମିରେ ଚାଷ କରୁଥିଲେ ମଧ୍ୟ ଜଙ୍ଗଲ ଜମି ଅଧିକାର ଆଇନ- ୨୦୦୬  ଅନୁଯାୟୀ  ସେମାନଙ୍କୁ ଜମି ପଟ୍ଟା ମିଳିନାହିଁ । ଗୁଡ଼ାରି ଗ୍ରାମର ରାମ ମଲ୍ଲିକ, ରଞ୍ଜନ ମଲ୍ଲିକ, ଚନ୍ଦ୍ର ମଲ୍ଲିକ,ସୁଶାନ୍ତ ମଲ୍ଲିକ, ପାଣ୍ଡବ ମଲ୍ଲିକ, ଦୂର୍ଯ୍ୟ ମଲ୍ଲିକ, ବନମାଳୀ ମଲ୍ଲିକ, ଶଶୀ ମଲ୍ଲିକ ପ୍ରମୁଖ ବହୁ ସଂଖ୍ୟକ ଗ୍ରାମବାସୀ ଏ ନେଇ ଗଞ୍ଜାମ ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିବା ସହ ଦିଗପହଣ୍ଡି ଜଙ୍ଗଲ ବିଭାଗ କାର୍ଯ୍ୟାଳୟରେ ପହଁଞ୍ଚି ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ସମ୍ପାଦକ ଅଶେଷ ନାଥ ମିଶ୍ରଙ୍କ ଉପସ୍ଥିତିରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ପରବର୍ତ୍ତୀ ସମୟରେ ରେଞ୍ଜର ପ୍ରମୋଦ କୁମାର ଖଡ଼ଗ ରାୟଙ୍କ ସହ ସବିଶେଷ ଆଲୋଚନା କରିବା ସହ ବ୍ରହ୍ମପୁର ବନଖଣ୍ଡ ଅଧିକାରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଗୁଡ଼ାରି ମୌଜାର ଖାତା ନଂ.୮୩ ରେ ଥିବା ଆବାଦ ଯୋଗ୍ୟ ଅନାବାଦୀ, ବଞ୍ଜର ଓ ରକ୍ଷିତ ଜମିକୁ ସେମାନେ ବହୁବର୍ଷ ଦଖଲ କରି ଚାଷ କରି ପରିବାର ପ୍ରତି ପୋଷଣ କରି ଆସୁଛନ୍ତି । ଜଙ୍ଗଲ ଜମି ଅଧିକାର ଆଇନ ଅନୁଯାୟୀ ସେମାନଙ୍କୁ ପଟ୍ଟା ପ୍ରଦାନ ପାଇଁ ସେମାନେ ଦାବୀ କରିଛନ୍ତି ।  ଗତ କିଛିଦିନ ପୂର୍ବେ ବନବିଭାଗ କର୍ମଚାରୀମାନେ ଗାଁରେ ପହଞ୍ଚି ସେମାନଙ୍କୁ ମକଦ୍ଦମାର ଭୟ ଦେଖାଇ ଚାଷ ଜମିରେ ବଳ ପୂର୍ବକ ବିଭିନ୍ନ ବୃକ୍ଷ ଚାରା ରୋପଣ କରୁଥିବା ନେଇ ସେମାନେ ସ୍ମାରକପତ୍ରରେ ଉଲ୍ଲେଖ କରିଛନ୍ତି ।