PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କନ୍ଧମାଳ- ଗୋଚ୍ଛାପଡା ପୁଲିସ ଦ୍ବାରା ୧୦୭ କିଲୋ ଗଞ୍ଜେଇ ଜବତ । ଜାମସେଦପୁର ଅଞ୍ଚଳର ଦୁଇ ଗିରଫ ।
  • ||
  • ଗଞ୍ଜାମ- କୁକୁଡାଖଣ୍ଡି ବ୍ଲକ କାଳୁଆ ଛକରେ ୭ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କଲା ଅବକାରୀ।
  • ||
  • ଭୁବନେଶ୍ଵର : ବିଭିନ୍ନ ରାଜ୍ୟରେ ଡାକ୍ତରମାନଙ୍କୁ ଆକ୍ରମଣ, ଆସନ୍ତା ୧୮ ତାରିଖକୁ ଜାତୀୟ ପ୍ରତିବାଦ ଦିବସ ଭାବେ ପାଳିବ ଭାରତୀୟ ଚିକିତ୍ସକ ସଂଘ
  • ||
  • ବଲାଙ୍ଗୀର : ସଦର ଏସଡିପିଓଙ୍କ ପ୍ରେସମିଟ, ୨୨ ବାଇକ, ୨ ପିକଅପ ଜବତ, ୭ ଗିରଫ
  • ||
  • ମାଲକାନାଗିରି : ମାଲକାନଗିରି-ଆନ୍ଧ୍ର ସୀମାରେ ନକ୍ସଲ ଓ ପୋଲିସ ମୁହାଁମୁହିଁ, ଏନକାଣ୍ଟରରେ ୬ ହାଡକୋର ମାଓବାଦୀ ନିହତ
  • ||
  • ପାରାଦୀପ : ଜିଏସଟି ଫାଙ୍କୁଥିବା ଅଭିଯୋଗରେ ସ୍କାର୍ପ ବୋଝେଇ ଟ୍ରକ ଅଟକ, ବାଣିଜ୍ୟ କର ବିଭାଗ ଦ୍ଵାରା ଅଟକ
  • ||
  • ଅନୁଗୁଳ : ରେଙ୍ଗାଲି ବିରାଜ ଷ୍ଟିଲ ସାମ୍ନାରେ ଟ୍ରକ୍ ସହ ଧକ୍କା ହୋଇ କାର୍ ଚୂରମାର, ଘଟଣାସ୍ଥଳରେ ଜଣେ ମ୍ରୁତ, ଜଣେ ଗୁରୁତର
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଉତ୍ତରାମୁଖୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ଛୁରୀ ମାଡ଼ରେ ଜଣେ ମୃତ ଓ ଦୁଇଜଣ ଆହତ, ସମସ୍ତେ ଏମକେସିଜିରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ଆଉ ଅଳ୍ପ ଦିନ ମଧ୍ୟରେ ସଂକ୍ରମଣ ସମ୍ପୂର୍ଣ୍ଣ କମିଯିବ, ‘ଅନଲକ୍’ ହେଲେବି ଲୋକଙ୍କୁ ନିୟମ କଡାକଡି ପାଳନ କରିବାକୁ ପଡିବ- ଡିଏମଇଟି
  • ||
  • ବାଲିପାଟଣା : ଧାନ ବ୍ୟବସାୟୀଙ୍କୁ ବୋମା ମାଡ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଢେଙ୍କାନାଳ : ବିବାହ କରିବାକୁ ମନା କରିଦେଲେ ପ୍ରେମିକା, ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କଲା ବିଫଳ ପ୍ରେମିକ
  • ||
  • ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ଥାନା କୁଲାବେଡା ଜଙ୍ଗଲରେ ମାଓବାଦୀ-ଯବାନଙ୍କ ମଧ୍ୟରେ ଗୁଳି ବିନିମୟ
  • ||
  • ଭୁବନେଶ୍ୱର : ଓଡ଼ିଶାରୁ ଆଉ ୪୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି
  • ||
  • ଚୌଦ୍ଵାର: ଟ୍ରଲରକୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଜଣେ ଗୁରୁତର
  • ||
  • କରଞ୍ଜିଆ : ସୋଲାର ଚୋରଙ୍କୁ ଧରିଲା ପୋଲିସ, ଖତ ଗଡ଼ିଆରେ ପୋତି ଲୁଚାଇ ରଖିଥିଲେ ସୋଲାର ପ୍ୟାନେଲ ଓ ବ୍ୟାଟେରୀ
  • ||
  • ଭୁବନେଶ୍ୱର : ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୩୫୩୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ହୋଟେଲ ବ୍ୟବସାୟୀଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଛୋଟା ରାଜନ ଦୋଷୀ ସାବ୍ୟସ୍ତ,୮ ବର୍ଷ ଜେଲ ଦଣ୍ଡାଦେଶ

ମୁମ୍ବାଇ,୨୦।୮: ମୁମ୍ବାଇର ଏକ ସ୍ୱତନ୍ତ୍ର କୋର୍ଟ ହୋଟେଲ ବ୍ୟବସାୟୀ ବିଆର ସେଟ୍ଟୀଙ୍କୁ ହତୃା ଉଦ୍ୟମରେ ଅଣ୍ଡରୱାର୍ଲ୍ଡ ଡନ୍‌ ଛୋଟା ରାଜନ୍‌ ଏବଂ ଅନ୍ୟ ୪ ଜଣଙ୍କୁ ୮ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ୨୦୧୨ ମସିହାରେ ମୁମ୍ବାଇର ଏହି ହୋଟେଲ ବ୍ୟବସାୟୀଙ୍କୁ ବ୍ଲାକ୍‌ମେଲ ଓ ହତ୍ୟା ଉଦ୍ୟମ କରିବା ମାମଲାର ଶୁଣାଣି ବେଳେ ଏହି ରାୟ ଦେଇଛନ୍ତି କୋର୍ଟ।

ହୋଟେଲ ବ୍ୟବସାୟୀ ବିଆର ସେଟ୍ଟୀଙ୍କୁ ୨୦୧୨ରେ ମୁମ୍ବାଇର ଅନ୍ଧେରିରେ ଗୁଳି କରି ହତ୍ୟା କରିବାକୁ ଚେଷ୍ଟା କରାଯାଇଥିଲଶ। କିନ୍ତୁ ଗୁଳି କାନ୍ଧରେ ବାଜିବାରୁ ସେ ବଞ୍ଚିଯାଇଥିଲେ ଓ ନିକଟସ୍ଥ ପୋଲିସ ଷ୍ଟେସନରେ ପହଞ୍ଚିଯାଇଥିଲେ। ଏହି ମାମଲାରେ  ସେମାନଙ୍କୁ ମହାରାଷ୍ଟ୍ର କଣ୍ଟ୍ରୋଲ ଅଫ୍‌ ଅର୍ଗାନାଇଜ୍ଡ କ୍ରାଇମ୍‌ ଆକ୍ଟ ଅଧୀନରେ ଦୋଷୀ ସାବ୍ୟସ୍ତ କରିଥିଲେ।

ପୂର୍ବରୁ ମୁମ୍ବାଇର ଏହି ସ୍ୱତନ୍ତ୍ର କୋର୍ଟ ଛୋଟା ରାଜନ୍‌ ଏବଂ ଅନ୍ୟ ୫ ଜଣଙ୍କୁ ଆର୍ମସ ଆକ୍ଟରେ ଦୋଷୀ ସାବ୍ୟସ୍ତ କରିଥିଲେ। କୋର୍ଟ ଆଜି ଅପରାହ୍ଣରେ ଏହି ଏହି ରାୟ ଦେଇଛନ୍ତି। ଜେଲଦଣ୍ଡ ବ୍ୟତୀତ କୋର୍ଟ  ଅଣ୍ଡରୱାର୍ଲ୍ଡ ଡନ୍‌କୁ ୫ ଲକ୍ଷ ଟଙ୍କାର ଜୋରିମାନା ଦେବାକୁ ମଧ୍ୟ କହିଛନ୍ତି। ଉଲ୍ଲେଖନୀୟ ଯେ, ୨୦୧୫ ଅକ୍ଟୋବରରେ ଇଣ୍ଡୋନେସିଆରୁ ଗିରଫ ହେବା ପରେ ଛୋଟା ରାଜନ୍‌ ତିହାର ଜେଲରେ ଅଛି।