PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଜ୍ଞାନବ୍ୟାପୀ ମସଜିଦ୍‌ ବିବାଦ। ୩୦ରେ ଦୁଇ ପକ୍ଷଙ୍କୁ ମିଳିପାରେ ସର୍ଭେ ଭିଡିଓ। ଜ୍ଞାନବ୍ୟାପୀ ସର୍ଭେ ଭିଡିଓକୁ ନେଇ ଜିଲ୍ଲା କୋର୍ଟଙ୍କ ନିର୍ଦ୍ଦେଶ। ଆସନ୍ତା ୩୦ରୋ ଦୁଇ ପକ୍ଷଙ୍କୁ ମିଳିପାରେ ଭିଡିଓ।
  • ||
  • କଟକ : ଅନୁଭବ ଓ ବର୍ଷାଙ୍କୁ ହାଇକୋର୍ଟଙ୍କ କଡ଼ା ତାଗିଦ୍, ସୋସିଆଲ ମିଡିଆରେ ପରସ୍ପରକୁ ଆକ୍ଷେପ ନ କରିବାକୁ ନିର୍ଦ୍ଦେଶ
  • ||
  • ସୋର: ରାସ୍ତାରେ ହଟହଟା ହେଲେ ଖଇରା ବିଦ୍ୟୁତ୍ ବିଭାଗ ଏସଡିଓ, ଅସ୍ଥାୟୀ ମିଟର ରିଡର କର୍ମଚାରୀଙ୍କ ବହିଷ୍କାର ଆଶଙ୍କାରେ ଆକ୍ରୋଶର ଶିକାର…
  • ||
  • ଭୁବନେଶ୍ବର: ଟିଚିଂ ହସ୍ପିଟାଲ ଭାବେ ଘୋଷଣା ହେଲା କ୍ୟାପିଟାଲ ହସ୍ପିଟାଲ, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍, ୨୮୫ କୋଟି ଅନୁମୋଦନ…
  • ||
  • ଭୁବନେଶ୍ୱର: ପେଟ୍ରୋଲିୟମ ଡିଲର୍ସ ଆସୋସିଏସନର ପକ୍ଷରୁ ଦୁଇ ଦିନିଆ ଧର୍ମଘଟ, ସନ୍ଧ୍ୟା ୬ରୁ ସକାଳ ୬ ବନ୍ଦ ରହିବ ସମସ୍ତ ପେଟ୍ରୋଲ ଟାଙ୍କି
  • ||
  • ଭୁବନେଶ୍ଵର: ରାଜ୍ୟରେ ତଳକୁ ଖସିଲା ଆକ୍ଟିଭ କେସ୍, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୦୯ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର: ‘କୋକୋ’ ଆପ୍‌ରେ ଋଣ ଠକେଇ ମାମଲା : ଦିଲ୍ଲୀରୁ ଧରାପଡି଼ଲା ମୁଖ୍ୟ କାର୍ପଟଦାର ରାମ, ୧୦୫୮ ଭର୍ଚୁଆଲ୍‌ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍
  • ||
  • ଚିଲିକା : ଯାତ୍ରୀବାହୀ ଡଙ୍ଗାର ଭାଙ୍ଗିଲା ମେସିନ୍ ସ୍ଲାବ, ଚିଲିକା ମଝିରେ ଅଟକିଲେ ୪୦ରୁ ଅଧିକ ଯାତ୍ରୀ
  • ||
  • କଟକ: ଅନୁଭବ-ବର୍ଷା ବିବାହ ବିବାଦ: “ବର୍ଷା ନିଜେ ଚଲାଉଛନ୍ତି ଫ୍ୟାନ୍‌ କ୍ଲବ୍‌ ପେଜ୍‌’
  • ||
  • ଭୁବନେଶ୍ୱର: ଆସିବ ସ୍ୱଚ୍ଛତା, ଲୋକଙ୍କୁ ମିଳିବ ସୁବିଧା: ଆଜିଠୁ ଅନ୍‌ଲାଇନ୍‌ରେ ହୋଲ୍ଡିଂ ଟ୍ୟାକ୍ସ ଆଦାୟ କରିବ ବିଏମ୍‌ସି
  • ||
  • ସୁନ୍ଦରଗଡ : ଓସିଏଲ୍‌ ଆଇରନ କାରଖାନାରୁ ଲୁହା ଚୋରି କରୁଥିଲା ଚୋର, ଛାତରୁ ପଡି ଚାଲିଗଲା ଜୀବନ
  • ||
  • ଭୁବନେଶ୍ୱର: ଟ୍ରାଫିକ୍‌ ଯନ୍ତ୍ରଣାରୁ ମିିଳିବ ମୁକ୍ତି: ଜୟଦେବ ବିହାରରୁ ନନ୍ଦନକାନନ ମଧ୍ୟରେ ନିର୍ମାଣ ହେବ ସବୁଠାରୁ ଦୀର୍ଘତମ ଫ୍ଲାଏଓଭର
  • ||

ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍: ଜୁନ ଶେଷ ସପ୍ତାହ ପର୍ଯ୍ୟନ୍ତ ଚଳାଚଳ କରିବ ସନ୍ତ୍ରାଗାଛି-ଚେନ୍ନାଇ ସେଣ୍ଟ୍ରାଲ ଟ୍ରେନ୍

ଭୁବନେଶ୍ବର ୧୭।୪: ପୂର୍ବରୁ ରେଳବାଇ ପକ୍ଷରୁ ୧୫ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ ଘୋଷଣା କରାଯାଇଥିଲା ବେଳେ ଏବେ ଆହୁରି ଗୋଟିଏ ଯୋଡ଼ା ସ୍ୱତନ୍ତ୍ର ଟ୍ରେନ ଗ୍ରୀଷ୍ମ ସମୟରେ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଛି। ଯାହାକି ସନ୍ତ୍ରାଗାଛି ଓ ଚେନ୍ନାଇ ସେଣ୍ଟ୍ରାଲ ମଧ୍ୟରେ ଚଳାଚଳ କରିବ। ଏହି ଟ୍ରେନ୍‌ରେ ଚାରିଟି ଏସି-୨ ଟାୟାର, ପାଞ୍ଚଟି ଏସି-୩ ଟାୟର, ଚାରିଟି ସ୍ଲିପର କ୍ଲାସ ଓ ଦୁଇଟି ଗାର୍ଡ ତଥା ଲଗେଜ ଭ୍ୟାନ୍‌ ଉପଲବ୍ଧ ରହିଛି। ଏହା ସନ୍ତ୍ରାଗାଛି ଓ ଚେନ୍ନାଇ ସେଣ୍ଟ୍ରାଲ ମଧ୍ୟରେ ଖଡ଼ଗ୍‌ପୁର, ଭଦ୍ରକ, ଯାଜପୁର କେନ୍ଦୁଝର ରୋଡ୍‌, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍‌, ବ୍ରହ୍ମପୁର, ବିଜୟନଗରମ, ଦୁଭାଡ଼ା, ରାଜମହେନ୍ଦ୍ରୀ, ବିଜୟୱାଡା, ନେଲୋର ଓ ଗୁଡ଼ୁର ଷ୍ଟେସନ୍‌ଠାରେ ରହଣି କରିବ। ପୂର୍ବରୁ ଭୁବନେଶ୍ୱର-ସିକନ୍ଦରାବାଦ-ଭୁବନେଶ୍ୱର ଏସି ସ୍ୱତନ୍ତ୍ର ଟ୍ରେନ୍‌, ଶାଲିମର-ପୁରୀ-ଶାଲିମର ଏସି ସ୍ୱତନ୍ତ୍ର ଟ୍ରେନ୍‌, କାଚେଗୁଡ଼ା-ବିଶାଖାପାଟଣା-କାଚେଗୁଡ଼ା ସ୍ୱତନ୍ତ୍ର ଟ୍ରେନ୍‌, ହାଇଦ୍ରାବାଦ-ଶ୍ରୀକାକୁଲମ-ହାଇଦ୍ରାବାଦ ସ୍ୱତନ୍ତ୍ର ଟ୍ରେନ୍‌, ପୁରୀ-ସନ୍ତ୍ରାଗାଛି-ପୁରୀ, ପୁରୀ-ହବିବଗଞ୍ଜ-ପୁରୀ, ଅନୁଗୁଳ ଓ ଭଦ୍ରକ ମାର୍ଗ ଦେଇ ସମ୍ବଲପୁର-ଶାଲିମାର-ସମ୍ବଲପୁର, ରାଇଗଡ଼-ସମ୍ବଲପୁର-ରାଇଗଡ଼, ସମ୍ବଲପୁର-ବନସବାଡ଼ି-ସମ୍ବଲପୁର ଭାୟା ରାୟଗଡ଼ା, ପୁଡୁଚେରୀ-ସନ୍ତ୍ରାଗାଛି-ପୁଡୁଚେରୀ, ଚେନ୍ନାଇ-ସନ୍ତ୍ରାଗାଛି-ଚେନ୍ନାଇ, ଭୁବନେଶ୍ୱର ଓ କେନ୍ଦୁଝର ମାର୍ଗ ଦେଇ କାଚେଗୁଡା-ଟାଟା-କାଚେଗୁଡା, ବିଶାଖାପାଟଣା-ସିକନ୍ଦରାବାଦ, ବିଶାଖାପାଟଣା-ତିରୁପତି ଇତ୍ୟାଦି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରୁଛି। ଏହାବ୍ୟତୀତ ଯାତ୍ରୀ ଭିଡ଼କୁ ନଜରରେ ରଖି ଅଧିକ ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ ପାଇଁ ଯୋଜନା ଥିବାବେଳେ ଗୁରୁତ୍ୱପୂର୍ଣ ଟ୍ରେନ୍‌ଗୁଡ଼ିକରେ ଅତିରିକ୍ତ ବଗି ସଂଯୋଗ ପାଇଁ ମଧ୍ୟ ଯୋଜନା କରାଯାଇଛି।