PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ବହୁ ଚର୍ଚ୍ଚିତ ବୁଲିବାଇ ଆପ୍ ମାମଲା, ଭୁବନେଶ୍ଵରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ମାଲକାନଗିରି : ଦାନ୍ତେୱାଡାରେ ଏନକାଉଣ୍ଟର, ହାର୍ଡକୋର୍ ମାଓନେତା ମୁଇଆ ମାଡକାମ ନିହତ
  • ||
  • ବାଲିପାଟଣା : କଟନି ଛଟନୀକୁ ବିରୋଧ କରି ଚାଷୀଙ୍କ ରାସ୍ତାରୋକ
  • ||
  • ରାୟଗଡ଼ା : ବିଷାକ୍ତ ମଦ୍ୟପାନ କରି ଦୁଇ ଭାଇଙ୍କ ମୃତ୍ୟୁ ଅଭିଯୋଗ
  • ||
  • କାମାକ୍ଷାନଗର : ସାହି ଭିତରେ ପଶି ଆକ୍ରମଣ କଲା ଜଙ୍ଗଲୀ ବାରହା, ୬ ଆହତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର: ଆଇସିୟୁରେ ରୋଗୀ ନାହାଁନ୍ତି, ଅକ୍ସିଜେନ୍‌ର ଆବଶ୍ୟକତା ନାହିଁ, ସ୍ଥିତି ନିୟନ୍ତ୍ରଣାଧୀନ : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • କଟକ : ଲିଙ୍ଗ ନିରୂପଣ ମାମଲାରେ ଦୁଇ ଦଲାଲ୍‌ ଗିରଫ, ଦେଢ଼ ହଜାର କମିସନ୍‌ ରଖି ମହିଳାଙ୍କୁ ପଠାଉଥିଲେ
  • ||
  • ଚୌଦ୍ଵାର : ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳିମାଡ଼, ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟିନେଲେ ୩ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୦,୩୬୮ ଜଣ କରୋନା ପଜିଟିଭ
  • ||
  • ଭୁବନେଶ୍ୱର : ବଦଳିଲା ପାଗ, ଆସନ୍ତାକାଲିଠୁ ପୁଣି ବର୍ଷିବ
  • ||

ସମ୍ଭାବ୍ୟ ଲଘୁଚାପକୁ ନେଇ ଆଲର୍ଟ ଜାରି କଲେ ଏସଆରସି : ୬ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ବର, ୨୮/୧୧:  ଆସନ୍ତା ୩୦ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା ରହିଛି ।  ଏହା ୪୮ଘଣ୍ଟା ମଧ୍ୟରେ ପୂର୍ବ ଉତ୍ତରପୂର୍ବ ଆଡ଼କୁ ଗତି କରିବ ।  ଏହାର ପ୍ରଭାବ ଓଡ଼ିଶା​‌ରେ ପଡ଼ିବ । ୨ରୁ ୩ ତାରିଖ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି ।  ବିଶେଷ କରି ୬ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ।  ୬ଜିଲ୍ଲା ମଧ୍ୟରେ  ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ରହିଛି ।

୨ତାରିଖ ପୂର୍ବରୁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ଭିତରକୁ ଯିବା ମନା କରାଯାଇଛି । ସମ୍ଭାବ୍ୟ ଲଘୁଚାପକୁ ଦେଖି କୃଷକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।  ଏ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆଲର୍ଟ କରିଛନ୍ତି ଏସଆରସି । ସେହିଭଳି ଜିଲ୍ଲା କୃଷି ଅଧିକାରୀ, ମ୍ୟୁନିସିପାଲିଟି କର୍ତ୍ତୃପକ୍ଷଙ୍କୁ ମଧ୍ୟ ଆଲର୍ଟ କରିଛନ୍ତି ।