PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି : ମୁଖ୍ୟ ବଜାରରେ ହଠାତ୍ ଭୁଶୁଡିଲା ବିଦ୍ୟୁତ୍ ଖୁଣ୍ଟି, ଅଳ୍ପକେ ବର୍ତ୍ତିଲେ ପଥଚାରୀ
  • ||
  • ଭୁବନେଶ୍ୱର : ଏ ବର୍ଷ ଥରାଇବ ଶୀତ ଲହରୀ, ଜବର ଜାଡ଼ରେ ଥରିବ ଓଡ଼ିଶା, ଲମ୍ବିବ ଶୀତ ଅବଧି
  • ||
  • ଲାଞ୍ଜିଗଡ଼ : ବେଦାନ୍ତର ଏଲଏନଟି କଲୋନୀକୁ ପଶିଲା କରୋନା, ୩ ଶ୍ରମିକ ପଜିଟିଭ୍ ଚିହ୍ନଟ
  • ||
  • ସମ୍ବଲପୁର : ଆଜି ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ, ମମିତା ମେହେର୍ ହତ୍ୟା ପ୍ରସଙ୍ଗକୁ ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି
  • ||

ବାତ୍ୟା ଯୋଗୁଁ ଭୂସ୍ଖଳନ ଓ ବନ୍ୟା ଆଶଙ୍କା, ହାଇ ଆଲର୍ଟରେ ଉଦ୍ଧାରକାରୀ ଦଳ : SRC

ଭୁବନେଶ୍ଵର, ୨୬/୦୯ : ସନ୍ଧ୍ୟାରେ ବାତ୍ୟାର ରୂପ ନେଇଛି ଗୁଲାବ । ଦିନ ୧୧ଟା ସୁଦ୍ଧା ବାତ୍ୟା ଗୋପାଳପୁର ଠାରୁ ୧୮୦ କି.ମି ଦୂରରେ ଥିଲା। ଆଶା କରାଯାଉଛି ବିଳମ୍ବିତ ସନ୍ଧ୍ୟାରୁ ରାତି ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ୍ କରିବ । ଶ୍ରୀକାକୁଲମରେ ଏହା ଲ୍ୟାଣ୍ଡଫଲ୍ କରିବ । ତେବେ ଗଜପତି, ରାୟଗଡା, ମାଲକାନାଗିରି ଜିଲ୍ଲା ଦେଇ ଅତିକ୍ରମ କରିବ ବାତ୍ୟା । ଏହି ସମୟରେ ୮୫ରୁ ୯୫ କି.ମି ବେଗରେ ପବନ ବହିବ। ଧୀରେ ଧୀରେ ପବନର ବେଗ କମିବ । ପରେ ୬୦ରୁ ୭୦ କି.ମି ବେଗରେ ଗଞ୍ଜାମ ଓ ଗଜପତିରେ ପବନ ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡା, ଗଜପତିରେ ଆସନ୍ତାକାଲି ବାତ୍ୟାର ପ୍ରଭାବ ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଏସଆରସି ସୂଚନା ଦେଇଛନ୍ତି।

ଏସଆରସିଙ୍କ ଆକଳନ ଅନୁଯାୟୀ, ବାତ୍ୟା ପୂର୍ବରୁ ଓ ପରେ ମୁଖ୍ୟତଃ ୩ ପ୍ରକାର ସମସ୍ୟା ହେବାର ସମ୍ଭାବନା ରହିଛି। ପବନ, ଭୂସ୍ଖଳନ ଓ ବନ୍ୟା ହେବାର ସମ୍ଭାବନା ରହିଛି । ପବନ ଯୋଗୁଁ ଅଧିକ କ୍ଷୟକ୍ଷତି ହେବ । ଗଛ ଓ ଖୁଣ୍ଟି ଉପୁଡିପାରେ । ଗଜପତି, ରାୟଗଡା, କୋରାପୁଟରେ ଲ୍ୟାଣ୍ଡ ସ୍ଲାଇଡ୍ ହେବାର ସମ୍ଭାବନା ରହିଛି। ନାଗାବଳି, ଋଷିକୂଲ୍ୟା ଓ ବଂଶଧାରାରେ ବନ୍ୟା ପାଣି ଆସିପାରେ । ଫ୍ଲାସ୍ ଫ୍ଲଡ୍ ଆସିପାରେ। ଏଥିପାଇଁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଋଷିକୂଲ୍ୟାର ରିଜର୍ଭରରେ ଥିବା ପାଣି ୬୦ ପ୍ରତିଶତକୁ ଖସାଇ ଦିଆଯିବ । ବଡ ବନ୍ୟାର ଆଶଙ୍କା ନାହିଁ । ବଡ ଧରଣର ବନ୍ୟାକୁ ମୁକାବିଲା ପାଇଁ କିଛି ଡ୍ୟାମ ଓ କେନାଲରୁ ପାଣି ନିଷ୍କାସନ କରାଯାଉଛି । ସବୁ ଉଦ୍ଧାରକାରୀ ଦଳ ଆଲର୍ଟ ଅଛନ୍ତି । କୋଷ୍ଚଗାର୍ଡ ଓ ନାଭାଲର ସହାୟତା ପାଇଁ ଆଲୋଚନା ହୋଇଛି । ସବୁ ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିଛନ୍ତି । କେବଳ ପାରଦ୍ଵୀପରେ ଗୋଟିଏ ବୋଟ୍ ଖରାପ ଅଛି, ତାକୁ କୋଷ୍ଟ ଗାର୍ଡ ଉଦ୍ଧାର କରୁଛି ବୋଲି ଏସଆରସି କହିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ଦିନ ୧୧ଟା ବେଳେ ଦିଲ୍ଲୀରୁ ବାତ୍ୟା ସମୀକ୍ଷା କରିଛନ୍ତି । କଳାହାଣ୍ଡିକୁ ସତର୍କ କରାଯାଇଛି । ଏହା ବାଦ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁରକୁ ହାଇ ଆଲର୍ଟ କରାଯାଇଛି । ଦିନ ୪ଟା ସୁଦ୍ଧା ସମସ୍ତ ପ୍ରଭାବିତଙ୍କୁ ସ୍ଥାନାନ୍ତରଣ କରାଯିବ । ସ୍ଲୋପ୍ , କଚ୍ଚା, ଲୋ-ଲାଇନ ଏରିଆରୁ ସ୍ଥାନାନ୍ତରଣ କରାଯିବ । ଏସଓପି ଅନୁସାରେ ସମସ୍ତ କାର୍ଯ୍ୟ ହେବ । ଗର୍ଭବତୀଙ୍କୁ ପ୍ରଧାନ୍ୟ ଦିଆଯିବ । କୌଣସି ପ୍ରାଣ ହାନୀ ନହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବାତ୍ୟା ବେଳେ ମଧ୍ୟ କୋଭିଡ୍ ନିୟମ ପାଳନ କରାଯିବ। ସେଲଟର୍ ହୋମରେ ଅଳ୍ପ ଅଳ୍ପ ଲୋକଙ୍କୁ ରଖାଯିବା ପାଇଁ ନିର୍ଦ୍ଦେଶ ରହିଛି । ସେମାନେ ଫେରିବା ପରେ କୋଭିଡ୍ ଲକ୍ଷଣ ଉପରେ ନଜର ରଖାଯିବ ।

କଳାହାଣ୍ଡି ଜିଲ୍ଲାରେ ରେ ଅଧିକ ସତର୍କ ଦୃଷ୍ଟି ରଖାଯାଇଛି । କାରଣ ବାତ୍ୟାକୁ କେବେ ସମ୍ମୁଖୀନ କରି ନାହାନ୍ତି ଜିଲ୍ଲାବାସୀ । ବାତ୍ୟା ପ୍ରଭାବିତ ଜିଲ୍ଲାରେ ସ୍କୁଲ ବନ୍ଦ ପାଇଁ ଘୋଷଣା କରାଯାଇଛି। ମଙ୍ଗଳବାର ସ୍ଥିତି ଦେଖି ସ୍କୁଲ ଖୋଲିବା ପାଇଁ ଜିଲ୍ଲାପାଳ ନିଷ୍ପତ୍ତି ନେବେ । ସମସ୍ୟା ଆସିଲେ ଏସଆରସିଙ୍କ ଅଫିସକୁ ଜଣାଇବେ । ଏସଆରସିଙ୍କ ପକ୍ଷରୁ ଅନୁରୋଧ ସେ ଆଜି ସନ୍ଧ୍ୟାରୁ ଆସନ୍ତାକାଲି ୯ଟା ଯାଏଁ କେହି ବାହାରକୁ ଯାଅନ୍ତୁ ନାହିଁ । କଚ୍ଚା ଘରେ ଥିଲେ ପକ୍କା ଘରକୁ ଯାଅନ୍ତୁ । ପାହାଡିଆ ଅଞ୍ଚଳରେ ନଦୀ, ନାଳରେ ପାଣି ପସିବାର ସମ୍ଭାବନା ଅଛି । ତେଣୁ ପାଣି ଥିବା ବେଳେ କେହି ପ୍ରବେଶ କରନ୍ତୁ ନାହିଁ । ଯାତାୟତ କରନ୍ତୁ ନାହିଁ ବୋଲି ଅନୁରୋଧ କଲେ ଏସଆରସି ।