PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋରାପୁଟ: କୋଟିଆରେ ଆନ୍ଧ୍ର କର୍ମଚାରୀଙ୍କୁ ଅଧାରାସ୍ତାରେ ଅଟକାଇଲା ଓଡ଼ିଶା ପୋଲିସ
  • ||
  • କଳାହାଣ୍ଡି: ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଅଫିସ ଘେରାଉ, ଘଟଣାସ୍ଥଳରେ ଉତ୍ତେଜନା ଜାରି
  • ||
  • ଭଦ୍ରକ: ବଉଳ ପୋଖରୀ ଅଞ୍ଚଳରୁ ୩୧୬ ଗ୍ରାମ୍ ବ୍ରାଉନସୁଗର ଜବତ କଲା ଗ୍ରାମଞ୍ଚଳ ଥାନା ପୋଲିସ, ୩ ଗିରଫ
  • ||
  • କେନ୍ଦୁଝର: ନିଖୋଜ ୪ ବର୍ଷର ଶିଶୁକନ୍ୟାର ଉଲଂଗ୍ନ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା କରି ଫିଙ୍ଗିଦେଇଥିବା ସନ୍ଦେହ
  • ||
  • ଖପ୍ରାଖୋଲ: ଯୁବକ ନିଖୋଜ ଅଭିଯୋଗ, ଶୁଳିଆବାହାଳ ଜଙ୍ଗଲ ମାଟିତଳୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଢ଼େଙ୍କାନାଳ: ଷଢ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ଲହଡ଼ା ସରଂକ୍ଷିତ ଜଙ୍ଗଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଦନ୍ତା, ସେପ୍ଟିସିମିଆ ରୋଗରେ ଥିଲା ପୀଡିତ
  • ||
  • ନୂଆଦିଲ୍ଲୀ : ଆରପାରିରେ ଭେଟେରାନ୍ ଅଭିନେତ୍ରୀ ମୀନୁ ମୁମତାଜ
  • ||
  • ବାଙ୍କୀ : ଜଙ୍ଗଲୀ ବାରହା ଉପଦ୍ରବ, ରାତିହେଲେ ଉଜାଡୁଛନ୍ତି ଏକର ଏକର ଫସଲ
  • ||
  • ଭୁବନ : ବାଲି ଘାଟକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବାପ-ପୁଅ ଗୁରୁତର
  • ||
  • ଭୁବନେଶ୍ୱର: ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି
  • ||
  • ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ଖସିଲା କରୋନା ଗ୍ରାଫ୍, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ : ନଭେମ୍ବର ୨୯ରୁ ସଂସଦର ଶୀତ ଅଧିବେଶନ, ୨୦ଟି କାର୍ଯ୍ୟ ଦିବସ ରହିବ
  • ||
  • ଭୁବନେଶ୍ୱର : ଆଗକୁ ବଢ଼ିବ ଶୀତ, ଆଭ୍ୟନ୍ତରୀଣ ଓଡ଼ିଶାରେ ୨ ଡିଗ୍ରୀ ଖସିଲା ତାପମାତ୍ରା
  • ||
  • ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ, ପୁରୀ ସଦର ବିଡିଓ ଭାବେ ନୂଆ ଦାୟିତ୍ଵ ସମ୍ଭାଳିବେ ସମ୍ବିତ ଶତପଥୀ
  • ||
  • ସୁନ୍ଦରଗଡ଼ : ହାତୀପଲଙ୍କୁ ଘଉଡାଇବା ବେଳେ ଅଘଟଣ, ହାତୀ ଆକ୍ରମଣରେ ଯୁବକ ମୃତ
  • ||

ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ, ମହାପ୍ରଭୁଙ୍କୁ ଜେଉଟ ଭୋଗ ଲାଗି ନୀତି ସମ୍ପନ୍ନ

ପୁରୀ ୧୧/୦୮: ଆଜି ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମୋତ୍ସବ । ମହାପ୍ରଭୁ ମା’ଦେବକୀ ଭାବେ ଶ୍ରୀକୃଷ୍ଣଙ୍କୁ ଜନ୍ମ ଦେବେ। ଏଣୁ ସୋମବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମର ପୂର୍ବ ବିଧି ପାଳନ ହୋଇଛି । ଶ୍ରୀକୃଷ୍ଣଙ୍କ ଜନ୍ମ ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଜେଉଟ ଭୋଗ ଲାଗି କରାଯାଇଛି । ଗର୍ଭଯନ୍ତ୍ରଣାରୁ ଉପଶମ ପାଇଁ ଠାକୁରଙ୍କୁ ଏହି ଭୋଗ ଲାଗି କରାଯାଏ । ଏଥିସହିତ ଠାକୁରଙ୍କ ଗର୍ଭଉଦକ ବନ୍ଦାପନା ନୀତି ସମ୍ପନ୍ନ ହୋଇଛି ।

ଶ୍ରୀଜଗନ୍ନାଥଙ୍କଠାରୁ ହିଁ କୃଷ୍ଣ ଓ ରାମ ଆଦି ସମସ୍ତ ଅବତାର ଜନ୍ମ ନିଅନ୍ତି । ସୋମବାର ସନ୍ଧ୍ୟା ଆଳତି ସହ ଶ୍ରୀବିଗ୍ରହଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହୋଇଥିଲା । ଠାକୁରମାନଙ୍କୁ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇଥିଲା । ସନ୍ଧ୍ୟା ଧୂପ ସରିବା ପରେ ପାଣି ପଡି ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା । ଅଣସର ପିଣ୍ଡିଠାରେ ଜେଉଟ ଭୋଗ ଲାଗି ହୋଇଥିଲା । ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି ପରେ ପୂଜାପଣ୍ଡା ସାମନ୍ତମାନେ ପଞ୍ଚୋପଚାରରେ ପୂଜା କରିଥିଲେ । ରାତିରେ ଜେଉଟ ଭୋଗ ଲାଗି ନୀତି ସମ୍ପନ୍ନ ହୋଇଥିଲା । ୩ ବାଡ଼ରେ ବନ୍ଦାପନା ପରେ ମହାପ୍ରଭୁଙ୍କ ବାଡ଼ରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ । ପରେ ଯଥାବିଧି ଠାକୁରଙ୍କ ଦୈନନ୍ଦିନ ନୀତି ଅନୁଷ୍ଠିତ ହୋଇଥିଲା ।