PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: କଟକରୁ ଧରାପଡ଼ିଥିବା ନକଲି କରୋନା ଔଷଧ ଝାରସୁଗୁଡ଼ାର ଏକ ମେଡିକାଲ ଷ୍ଟୋରରୁ ଠାବ, ଜବତ କଲେ ଝାରସୁଗୁଡ଼ା ଡ୍ରଗ୍ ଇନ୍ସପେକ୍ଟର
  • ||
  • କୋକସରା: ଶୌଚ ପାଇଁ ଯାଇ ଘରକୁ ଫେରିନଥିଲେ, ପୋଖରୀରୁ ଉଦ୍ଧାର ହେଲା ମୃତଦେହ
  • ||
  • କଳାହାଣ୍ଡି : ହିମାଚଳ ପ୍ରଦେଶରୁ କରୋନା ସଂପର୍କିତ ନକଲି ଔଷଧ ଆଣି ବିତରଣ ଅଭିଯୋଗରେ କେସିଙ୍ଗା ସ୍ଥିତ ବିଜୟ ଫାର୍ମାସିଟିକାଲ ଓ ଧର୍ମଗଡ ସ୍ଥିତ ଜୟହୀନ୍ଦ ଟ୍ରେଡର୍ସ ଉପରେ ଚଢ଼ାଉ
  • ||
  • ନବରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ତଳେ ଚାପି ହୋଇଚାଲିଗଲା ଡ୍ରାଇଭରଙ୍କ ଜୀବନ
  • ||
  • ଭୁବନେଶ୍ୱର: ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ
  • ||
  • ସମ୍ବଲପୁର: ପୁଣି ଚର୍ଚ୍ଚାରେ ସମ୍ବଲପୁର ଜେଲ, କଏଦୀକୁ ଗଞ୍ଜେଇ ବିକି ଧରାପଡିଲେ ଜେଲ୍ ଓ୍ବାର୍ଡର୍, ବଣେଇଗଡ ଜେଲକୁ ହେଲେ ବଦଳି
  • ||
  • ରାଜସୁନାଖଳା: ଜାଗା ବାଡ଼ି ମଧ୍ୟସ୍ଥତାକୁ ନେଇ ରକ୍ତାକ୍ତ ସଂଘର୍ଷ, ଜଣେ ଗୁରୁତର
  • ||
  • କଣ୍ଟାବାଞ୍ଜି : ବର୍ଷା ଦାଉରୁ ଆଶ୍ରୟ ପାଇଁ ଦୋକାନ ପିଣ୍ଡାକୁ ଯାଇ ଷଣ୍ଢକୁ ଲାଗିଲା ବିଜୁଳି ଝଟକା, ଘଟଣାସ୍ଥଳରେ ଟଳିପଡିଲା…
  • ||
  • ନୀଳଗିରି: ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ, ପୁଲିସ ତଦନ୍ତ ଆରମ୍ଭ
  • ||
  • ପୁରୀ : ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପ୍ରସ୍ତୁତି, ଭୋର ୪ଟା ସୁଦ୍ଧା ପହଣ୍ଡ ବିଜେ ନୀତି, ସାମାଜିକ ଦୂରତାକୁ ଗୁରୁତ୍ୱ
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ମଧ୍ୟରେ ୪୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୩୩ଶହ ଟପିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪ ହଜାର ୪୬୯ କରୋନା ପଜିଟିଭ, ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ପାର୍
  • ||
  • ପୁରୀ : ରଥଖଳା ହାଲ୍‌ଚାଲ, ୨୧ ଅଖରେ ଲାଗିଲା ୪୨ ଚକ, ପ୍ରଭା ଅପସରା କାମ ଆରମ୍ଭ
  • ||
  • ଭୁବନେଶ୍ୱର : ବର୍ଷାରେ ଧୋଇଯିବ ରଜ ମଉଜ, ୪୮ ଘଣ୍ଟା ଭିତରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ, ଉପକୂଳରେ ବର୍ଷା ଜାରି-ଆଭ୍ୟନ୍ତରୀଣରେ ବଢ଼ିବ
  • ||
  • ବାମରା : ପରିବାରର ୬ ଜଣଙ୍କୁ ହାଣି ଆତ୍ମହତ୍ୟା କଲା ସଂକ୍ରମିତ ବାପା, ଝିଅ ମୃତ, ପୁଅ- ୩ ଝିଅ ଓ ମା’ ଆହତ
  • ||
  • କଟକ : ଲକ୍‌ଡାଉନ୍‌ ବେଳେ କଟକରେ ବେଧଡ଼କ ଚାଲିଛି ଦେହ ବ୍ୟବସାୟ, ଦୁଇଟି ସ୍ଥାନରେ ଚଢ଼ଉ ବେଳେ ୫ ଯୁବତୀ ଉଦ୍ଧାର, ର‌୍ୟାକେଟ୍‌ର ମୁଖ୍ୟ ଓ ଜଣେ ଗ୍ରାହକ ଗିରଫ
  • ||
  • ଭୁବନେଶ୍ୱର : ଓଡ଼ିଶାରେ ସୁଧୁରୁଛି ସ୍ଥିତି, ୨୬ ଜିଲ୍ଲାରେ ହୋଇପାରେ ଅନଲକ, ୪ ଜିଲ୍ଲା ପାଇଁ ସ୍ୱତନ୍ତ୍ର ଷ୍ଟ୍ରାଟେଜି
  • ||

ମାଡି ଆସୁଛି ‘ଡୋରିଆନ୍’: ୩୦୦ କିମି ବେଗରେ ବହିବ ପବନ

ନ୍ୟୁୟର୍କ ୨/୯: ଅତି ଭୀଷଣ ସାମୁଦ୍ରିକ ଝଡ(ହରିକେନ୍‌) ଡୋରିଆନ୍‌ ଏବେ ଆମେରିକା ଉପକୂଳ ଆଡକୁ ମାଡି ଆସୁଛି । ଏହା ଏକ କାଟେଗୋରୀ ୫ ଶ୍ରେଣୀର ଅତି ଭୀଷଣ ସାମୁଦ୍ରିକ ଝଡ । ସୋମବାର(ଆମେରିକାର ସମୟାନୁସାରେ) ରାତି ସୁଦ୍ଧା ଏହା ଆମେରିକାର ଫ୍ଲୋରିଡା ଉପକୂଳ ଅତିକ୍ରମ କରିବ ବୋଲି ଆମେରିକାର ଜାତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସୋମବାରରେ ଏହା ବାହାମାସର ଉପକୂଳରେ ରହିଥିଲା । ମହାସାଗର ମଧ୍ୟରେ ଏହା ଅତି ଶକ୍ତିଶାଳୀ ରୂପ ଧାରଣ କରିଛି । ଏହା ଉପକୂଳ ସ୍ପର୍ଶ କରିବା ସମୟରେ ଘଣ୍ଟାପ୍ରତି ୨୮୧ରୁ ୨୯୮ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରାଯାଉଛି । ବେଳେ ବେଳେ ଏହା ୩୦୦ କିଲୋମିଟର ଅତିକ୍ରମ କରିପାରେ ।

ଏଥିପାଇଁ ଫ୍ଲୋରିଡା ଉପକୂଳରେ ସତର୍କ ସୂଚନା ଜାରି କରାଯାଇଛି । ସାମୁଦ୍ରିକ ଝଡ ସ୍ଥଳଭାଗ ଅତିକ୍ରମ କରିବା ସମୟରେ ୨ରୁ ୪ ଫୁଟ୍‌ ଓ ସମୟରେ ସମୟରେ ୪ରୁ ୭ ଫୁଟ୍‌ ଉଚ୍ଚା ଜୁଆର ଉଠିପାରେ ବୋଲି ଆଶଙ୍କା କରାଯାଉଛି ।

ଏଥିପାଇଁ ଫ୍ଲୋରିଡା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହି ସମୟରେ ବିଦ୍ୟୁତ ସରୋବରାହ ବ୍ୟାଘାତ ହେବା ସହ ବିଭିନ୍ନ ବସ୍ତୁ ଉଡି ଯିବା ଓ ଭାଙ୍ଗି ଯିବାର ଆଶଙ୍କା ଥିବାରୁ ଝଡ ସମୟରେ କିମ୍ବା ଅତି ଜୋରର ପବନ ବହିବା ସମୟରେ ଘରୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ତେବେ ଏହି ଝଡର ନାଁ ଏମିତି ହେବା ପଛରେ କିଛି କାରଣ ରହିଥାଇପାରେ । ଡୋରିଆନ୍ ଶବ୍ଦଟି ଗ୍ରୀକ୍ ଶବ୍ଦ ‘ଡୋରିୟସ’ରୁ ଆସିଛି, ଯାହାର ଅର୍ଥ ‘ସମୁଦ୍ରର ଶିଶୁ’ । ହୁଏତ ଏହି ସାମୁଦ୍ରିକ ଝଡର ନାଁ ଏମିତି ରହିବା ପଛରେ ଏହି କାରଣ ରହିଥାଇପାରେ ବୋଲି ଅନୁମାନ କରାଯାଉଛି ।

ସମ୍ବନ୍ଧିତ ଖବର