PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୪ ପଜେଟିଭ୍
  • ||
  • ନୀଳଗିରି : ମାଡ଼ିଆସୁଛନ୍ତି ନୀଳଗିରି ଆଡକୁ ଝାଡ଼ଖଣ୍ଡ ହାତୀ, ଚାଷୀ ଆତଙ୍କିତ
  • ||
  • କଳାହାଣ୍ଡି : ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ପାଣି ଘେରରେ ୧୦ରୁ ଉର୍ଦ୍ଧ୍ଵ ଗ୍ରାମ
  • ||
  • ଲମତାପୁଟ : ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗାଡି ଛାଡି ୨ ମାଫିଆ ଫେରାର୍
  • ||

ତୈଳଦର ବୃଦ୍ଧି ପ୍ରତିବାଦରେ ପୂର୍ବତଟ ରେଳପଥ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର,୨୭ ।୧(ବ୍ୟୁରୋ): ତୈଳଦର ବୃଦ୍ଧି ପ୍ରତିବାଦରେ ପୂର୍ବତଟ ରେଳପଥ ସମ୍ମୁଖରେ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ପ୍ରତିବାଦ ସଭା କରାଯାଇଥିଲା । ଓଡ଼ିଆ ଯୁବକମାନଙ୍କୁ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରାୟତ୍ତ ଉଦ୍ୟୋଗ(ପିଏସ୍‌ୟୁ) ଗୁଡିକରେ ନିଯୁକ୍ତି ନ ମିଳିବାକୁ ପ୍ରତିବାଦ କରାଯାଇଥିଲା । ଉତ୍ତର ଭୁବନେଶ୍ୱରର ୧୬ରୁ ଅଧିକ କର୍ପୋରେଟରଙ୍କ ସମେତ ମେୟର୍‌ ଅନନ୍ତ ନାରାୟଣ ଜେନା, ଛାତ୍ର ବିଜେଡି ଉପଦେଷ୍ଟା ଚିନ୍ମୟ କୁମାର ସାହୁଙ୍କ ସମେତ ଶତାଧିକ ମହିଳା, ଯୁବକ ଓ ଛାତ୍ର ଯୋଗ ଦେଇ ଆନ୍ଦୋଳନରେ ଭାଗ ନେଇଥିଲେ ।