PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ସପ୍ତାହାନ୍ତ ସଟଡାଉନର ଦ୍ଵିତୀୟ ଦିନ, ଆଉ ଚଳିବନି ‘ଆଇ- କାର୍ଡ’, ବେସରକାରୀ ସଂସ୍ଥାର କର୍ମଚାରୀଙ୍କ ତାଲିକା ମାଗିଲା ପୁଲିସ୍‌
  • ||
  • ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ତଥା ‘ପ୍ରମେୟ’ର ଖଣ୍ଡପଡ଼ା ପ୍ରତିନିଧି ସୋମନାଥ ମହାନ୍ତିଙ୍କ ପରଲୋକ
  • ||
  • ଘଟଗାଁ : ମାଲବାହୀ ଟ୍ରେନ ଧକ୍କାରେ ହାତୀ ଗୁରୁତର
  • ||
  • କୋଲକାତା : ପଶ୍ଚିମବଙ୍ଗରେ ଥମୁନି ହିଂସା, ପୁଣି ଥରେ ଟିଏମସି ଓ ବିଜେପି କର୍ମୀ ହାତାହାତି, ଜଣେ ମୃତ ୬ ଆହତ
  • ||
  • ଭୁବନେଶ୍ଵର : ଓଡ଼ିଶାରେ ଆଉ ୧୯ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୨୧୮୦କୁ ବୃଦ୍ଧି
  • ||
  • ଭୁବନେଶ୍ୱର : ଓଡ଼ିଶାରେ କରୋନା ବିସ୍ଫୋରଣ, ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାର ୬୩୫ ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୫ଲକ୍ଷ ୩୪ ହଜାର ପାର୍
  • ||
  • ନୂଆଦିଲ୍ଲୀ : ଭାରତକୁ ଡବ୍ଲ୍ୟୁଏଚଓର ସତର୍କ ବାଣୀ, ଘାତକ ହେଉଛି କରୋନାର ନୂଆ ମ୍ୟୁଟାଣ୍ଟ, ଭାରତକୁ ତୀବ୍ର କରିବାକୁ ପଡିବ ଟିକାକରଣ
  • ||
  • ଭୁବନେଶ୍ୱର : ଏବେ ମିଳିଛି ସାମାନ୍ୟ ଆଶ୍ୱସ୍ତି, ଦୁଇଦିନ ପରେ ରାଜ୍ୟରେ ପୁଣି ବଢ଼ିବ ତାତି, ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ଧୂଳିଝଡ଼ ବର୍ଷା ଆଶଙ୍କା
  • ||

ଘରୋଇ କଳିରୁ ଅଘଟଣ: ନିଆଁରେ ପୋଡ଼ି ହୋଇ ଦମ୍ପତି ଗୁରୁତର

ସୋର ୩୦/୧୨: ସୋର ପୌରପାଳିକା ଅନ୍ତର୍ଗତ ଛତ୍ରପୁର ଗ୍ରାମରେ ନିଆଁରେ ପୋଡ଼ି ହୋଇ ଦମ୍ପତି ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଛତ୍ରପୁର ଗ୍ରାମର ସେଖ୍‌ ରିଆଜୁଦ୍ଦିନ୍‌ ଏବଂ ତାଙ୍କ ସ୍ତ୍ରୀ ସାକିରୁନ୍‌ ବିବିଙ୍କ ମଧ୍ୟରେ ଘରୋଇ କଳହରୁ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତ୍ତ୍ୟକ୍ତ ହୋଇ ସାକିରୁନ୍‌ ବିବି ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଦେଇଥିଲେ ।

ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ୱାମୀ ରିଆଜୁଦ୍ଦିନ୍‌ ପୋଡ଼ି ଯାଇଥିଲେ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ସ୍ଥାନୀୟ ଲୋକେ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଆସିଥିଲେ । ଗୁରୁତର ହେବାରୁ ଉଭୟଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏ ବାବଦରେ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାପଡିଛି ।